ସଜେଇ ହେଉଛି ମଣ୍ଡାସରୁ ଇକୋ ଟୁରିଜମ୍‌

ରାଇକିଆ,୨୯ା୧୦(ଡିଏନଏ): ଶୀତ ଋତୁରେ ପର୍ଯ୍ୟଟନ କଥା କହିଲେ ସାଧାରଣଃ କନ୍ଧମାଳ ଜିଲା କଥା ମନକୁ ଆସିଥାଏ। ସହରର ବ୍ୟସ୍ତ ବହୁଳ ଜୀବନ ଭିତରୁ ବାହାରି ଶାନ୍ତ, ସବୁଜ, ଜଙ୍ଗଲ ପାହାଡ ଘେରା ପରିବେଶ ଶୀତ ସାଙ୍ଗକୁ ପ୍ରାକୃତିକ ସୋନ୍ଦର୍ଯ୍ୟ ଉପଭୋଗ କରିବାକୁ ରାଜ୍ୟ ତଥା ରାଜ୍ୟ ବାହାରୁ ପର୍ଯ୍ୟଟକଙ୍କ ସୁଅ ଛୁଟିଥାଏ। ଜିଲାରେ ଦୁଇଦିନ ହେଲା ତାପମାତ୍ରା ଖସିବାରେ ଲାଗିଛି। କନ୍ଧମାଳକୁ ଛୁଇଁଛି ଶୀତର ପହିଲି ସ୍ପର୍ଶ। ପର୍ଯ୍ୟଟକଙ୍କ ଆଗମନ ମଧ୍ୟ ଆରମ୍ଭ ହୋଇଛି। ରାଇକିଆ ସହରଠାରୁ ୧୦ କିମି ଦୂରରେ ଥିବା ମଣ୍ଡାସରୁ ଇକୋ ଟୁରିଜମ ସେଣ୍ଟର୍‌ ମଧ୍ୟ ପର୍ଯ୍ୟଟକମାନଙ୍କୁ ଆକର୍ଷିତ କରିଥାଏ। ଏଠାରେ ପ୍ରାକୃତିକ ସୋନ୍ଦର୍ଯ୍ୟ, ଜଳ ପ୍ରପାତ, କାଠରେ ତିଆରି ବଙ୍ଗଳା ଆଦି ରହିଥିବା ବେଳେ ରହିବା ଖାଇବା ପାଇଁ ସମସ୍ତ ପ୍ରକାର ବନ୍ଦୋବସ୍ତ ଥିବା ଯୋଗୁ ବର୍ଷ ତମାମ ପର୍ଯ୍ୟଟକ ଆସିଥାନ୍ତି। ବିଶେଷ କରି ଶୀତ ଋତୁରେ ଅଧିକା ପର୍ଯ୍ୟଟକଙ୍କ ଆଗମନ ହୋଇଥାଏ। ପୂର୍ବରୁ ଚାରୋଟି କାଠ ବଙ୍ଗଳାରେ ରହିବା ସୁବିଧା ଥିବା ବେଳେ ଚଳିତ ବର୍ଷ ଆଉ ଦୁଇଟି କାଠ ବଙ୍ଗଳା ନିର୍ମାଣ କରାଯାଇଛି। ଏହି ପର୍ଯ୍ୟଟନସ୍ଥଳୀ ରାଜ୍ୟର ପ୍ରଥମ ଜୈବ ବିବିଧତା ଐତିହ୍ୟ ସ୍ଥଳୀ ଭାବରେ ମାନ୍ୟତା ପାଇଛି। ଜଙ୍ଗଲ ଓ ପରିବେଶ ବିଭାଗ ତରଫରୁ ପରିଚାଳିତ ଏହି ଇକୋ ଟୁରିଜମକୁ ଅଧିକ ଆକର୍ଷିତ କରିବା ପାଇଁ ଅଧିକା ସାଜ ସଜ ମଧ୍ୟ କରାଯାଉଛି। ଏହାର ନିକଟରେ ରହିଛି ଜଳ ପ୍ରପାତ। ୧୫୦ ଫୁଟ ଉଚ୍ଚରୁ ପାଣି ପଡୁଥିବାରୁ ସେଥିପ୍ରତି ମଧ୍ୟ ପର୍ଯ୍ୟଟକ ଆକର୍ଷିତ ହେଉଛନ୍ତି। ଏଥିସହ ହିଲ ଟ୍ରେକିଂର ମଜା ମଧ୍ୟ ନେଉଛନ୍ତି। ପିକନିକ ପାଇଁ ମଧ୍ୟ ସମସ୍ତ ସୁବିଧା ଥିବାରୁ ଭିଡ଼ ଜମୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ଅସହାୟ ପିଲାଙ୍କୁ ଶିକ୍ଷାଦାନ ପାଇଁ ହାତ ବଢାଇଲେ ଡାକ୍ତର

କେସିଙ୍ଗା,୨୬।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମର ପୂର୍ଣଚନ୍ଦ୍ର ହରିଜନ ଗତ ୪ବର୍ଷ ତଳେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ...

ମହିଳାଙ୍କ ଉପରକୁ ଚଢ଼ିଗଲା ଟ୍ରକ୍‌

ବଡବିଲ,୨୬।୭(ଦେବପ୍ରିୟ ରଣା): ୫୨୦ ନମ୍ବର ଜାତୀୟ ରାଜପଥ କେନ୍ଦୁଝର ଜିଲା ରୁଗୁଡ଼ି ଥାନା କେନ୍ଦୁଡିହି ଛକରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଧକ୍କାରେ...

ଲକ୍ଷ୍ମୀବସ୍‌ର ମନମୁଖୀ କାର୍ଯ୍ୟ: ତାତିଲେ ଘରୋଇ ବସ୍‌ ମାଲିକ ସଂଘ

ଛତ୍ରପୁର,୨୬।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଲକ୍ଷ୍ମୀବସ ମନମୁଖୀ ଓ ବେନିୟମ ଭାବେ ଚଳାଚଳ ନେଇ ଏହାକୁ ଘରୋଇ ବସ୍‌ ମାଲିକ ସଂଘ ବିରୋଧ କରିଛନ୍ତି।...

ଗଞ୍ଜେଇ କାରବାରରେ ଶିକ୍ଷକ

ଟିଟିଲାଗଡ଼,୨୬।୭: ଅବକାରୀ ବିଭାଗ ଏବଂ ପୋଲିସ ଶୁକ୍ରବାର ଚଢାଉ କରି ଏକ ବଡ଼ ଧରଣର ଗଞ୍ଜେଇ ର଼୍ୟାକେଟ୍‌କୁ ଧରିବାର ସଫଳ ହୋଇଛି। ଅଧକାରୀମାନେ ଟିଟିଲାଗଡ଼ରୁ ୨୪୩...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri