ସଜେଇ ହେଉଛି ମଣ୍ଡାସରୁ ଇକୋ ଟୁରିଜମ୍‌

ରାଇକିଆ,୨୯ା୧୦(ଡିଏନଏ): ଶୀତ ଋତୁରେ ପର୍ଯ୍ୟଟନ କଥା କହିଲେ ସାଧାରଣଃ କନ୍ଧମାଳ ଜିଲା କଥା ମନକୁ ଆସିଥାଏ। ସହରର ବ୍ୟସ୍ତ ବହୁଳ ଜୀବନ ଭିତରୁ ବାହାରି ଶାନ୍ତ, ସବୁଜ, ଜଙ୍ଗଲ ପାହାଡ ଘେରା ପରିବେଶ ଶୀତ ସାଙ୍ଗକୁ ପ୍ରାକୃତିକ ସୋନ୍ଦର୍ଯ୍ୟ ଉପଭୋଗ କରିବାକୁ ରାଜ୍ୟ ତଥା ରାଜ୍ୟ ବାହାରୁ ପର୍ଯ୍ୟଟକଙ୍କ ସୁଅ ଛୁଟିଥାଏ। ଜିଲାରେ ଦୁଇଦିନ ହେଲା ତାପମାତ୍ରା ଖସିବାରେ ଲାଗିଛି। କନ୍ଧମାଳକୁ ଛୁଇଁଛି ଶୀତର ପହିଲି ସ୍ପର୍ଶ। ପର୍ଯ୍ୟଟକଙ୍କ ଆଗମନ ମଧ୍ୟ ଆରମ୍ଭ ହୋଇଛି। ରାଇକିଆ ସହରଠାରୁ ୧୦ କିମି ଦୂରରେ ଥିବା ମଣ୍ଡାସରୁ ଇକୋ ଟୁରିଜମ ସେଣ୍ଟର୍‌ ମଧ୍ୟ ପର୍ଯ୍ୟଟକମାନଙ୍କୁ ଆକର୍ଷିତ କରିଥାଏ। ଏଠାରେ ପ୍ରାକୃତିକ ସୋନ୍ଦର୍ଯ୍ୟ, ଜଳ ପ୍ରପାତ, କାଠରେ ତିଆରି ବଙ୍ଗଳା ଆଦି ରହିଥିବା ବେଳେ ରହିବା ଖାଇବା ପାଇଁ ସମସ୍ତ ପ୍ରକାର ବନ୍ଦୋବସ୍ତ ଥିବା ଯୋଗୁ ବର୍ଷ ତମାମ ପର୍ଯ୍ୟଟକ ଆସିଥାନ୍ତି। ବିଶେଷ କରି ଶୀତ ଋତୁରେ ଅଧିକା ପର୍ଯ୍ୟଟକଙ୍କ ଆଗମନ ହୋଇଥାଏ। ପୂର୍ବରୁ ଚାରୋଟି କାଠ ବଙ୍ଗଳାରେ ରହିବା ସୁବିଧା ଥିବା ବେଳେ ଚଳିତ ବର୍ଷ ଆଉ ଦୁଇଟି କାଠ ବଙ୍ଗଳା ନିର୍ମାଣ କରାଯାଇଛି। ଏହି ପର୍ଯ୍ୟଟନସ୍ଥଳୀ ରାଜ୍ୟର ପ୍ରଥମ ଜୈବ ବିବିଧତା ଐତିହ୍ୟ ସ୍ଥଳୀ ଭାବରେ ମାନ୍ୟତା ପାଇଛି। ଜଙ୍ଗଲ ଓ ପରିବେଶ ବିଭାଗ ତରଫରୁ ପରିଚାଳିତ ଏହି ଇକୋ ଟୁରିଜମକୁ ଅଧିକ ଆକର୍ଷିତ କରିବା ପାଇଁ ଅଧିକା ସାଜ ସଜ ମଧ୍ୟ କରାଯାଉଛି। ଏହାର ନିକଟରେ ରହିଛି ଜଳ ପ୍ରପାତ। ୧୫୦ ଫୁଟ ଉଚ୍ଚରୁ ପାଣି ପଡୁଥିବାରୁ ସେଥିପ୍ରତି ମଧ୍ୟ ପର୍ଯ୍ୟଟକ ଆକର୍ଷିତ ହେଉଛନ୍ତି। ଏଥିସହ ହିଲ ଟ୍ରେକିଂର ମଜା ମଧ୍ୟ ନେଉଛନ୍ତି। ପିକନିକ ପାଇଁ ମଧ୍ୟ ସମସ୍ତ ସୁବିଧା ଥିବାରୁ ଭିଡ଼ ଜମୁଛି।


Enter your email to get our daily news in your inbox.

All Right Reserved By Dharitri.Com

ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଶୁଭସ୍ଥମ୍ଭ ସ୍ଥାପନ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ଗ୍ରାମର ପୁରାତନ ତଥା ୨୫ ବର୍ଷର ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଆସନ୍ତା…

ଆନ୍ଧ୍ରପ୍ରଦେଶରୁ ୫ ବନ୍ଧକ ଶ୍ରମିକଙ୍କୁ ଉଦ୍ଧାର କଲା ପୋଲିସ

ପାରଳାଖେମୁଣ୍ଡି/ମୋହନା,୨୧ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଆନ୍ଧ୍ରପ୍ରଦେଶକୁ କାମ କରିବାକୁ ଯାଇ ଜଣେ ମାଲିକଙ୍କ ନିକଟରେ ବନ୍ଧକ ଥିବା ୫ ଜଣ ଶ୍ରମିକଙ୍କୁ ଗଜପତି ଜିଲା ପୋଲିସ ଉଦ୍ଧାର କରି…

ହକି ବିଶ୍ୱକପ୍‌ରେ ଦେଖିବାକୁ ମିଳିବ ହାଇଭୋଲଟେଜ୍‌ ମ୍ୟାଚ୍‌, ଭାରତ-ନେଦରଲାଣ୍ଡ୍ସ ମ୍ୟାଚ୍‌

ଆମଷ୍ଟେଲଭିନ୍‌,୨୧ା: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ ଦ୍ୱିତୀୟ ରାଉଣ୍ଡରେ ଭାରତ ଶନିବାର ଏହାର ପ୍ରଥମ ମ୍ୟାଚ୍‌ ନେଦରଲାଣ୍ଡ୍ସ ବିପକ୍ଷରେ ଖେଳିବ। ସେମିଫାଇନାଲରେ ପ୍ରବେଶ ପାଇଁ ଏହି…

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri