କର୍କଟ ରୋଗୀଙ୍କ ତଥ୍ୟ ଦେବା ବାଧ୍ୟତାମୂଳକ

ଭୁବନେଶ୍ୱର, ୨୦।୧୦(ବ୍ୟୁରୋ): ଓଡ଼ିଶାରେ କ୍ୟାନ୍‌ସରକୁ ‘ରିପୋର୍ଟେବଲ ଡିଜିଜ୍‌’ ଭାବେ ରାଜ୍ୟ ସରକାର ବୁଧବାର ଘୋଷଣା କରିଛନ୍ତି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଦେଶରେ କର୍କଟ ରୋଗର ନିରାକରଣ, ନିୟନ୍ତ୍ରଣ ପାଇଁ ରୋଗୀଙ୍କ ତଥ୍ୟ ରଖିବା ବାଧ୍ୟତାମୂଳକ ବୋଲି ଇଣ୍ଡିଆନ କାଉନ୍‌ସିଲ ଅଫ୍‌ ମେଡିକାଲ ରିସର୍ଚ୍ଚ(ଆଇସିଏମ୍‌ଆର୍‌) ପକ୍ଷରୁ ସୁପାରିସ କରାଯାଇଛି। ଏସବୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କର୍କଟ ରୋଗକୁ ଗୁରୁତ୍ୱ ଦେବା ସହିତ ରୋଗୀଙ୍କ ତଥ୍ୟ ଦେବା ବାଧ୍ୟତାମୂଳକ କରିଛନ୍ତି।

ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି, ରାଜ୍ୟରେ ସ୍ବାସ୍ଥ୍ୟ କେନ୍ଦ୍ରଗୁଡ଼ିକରେ କର୍କଟ ରୋଗୀଙ୍କ ତଥ୍ୟ ଠିକ୍‌ ଭାବେ ରହୁନାହିଁ। ଏପରିକି ବହୁତ ରୋଗୀଙ୍କ ତଥ୍ୟ ମଧ୍ୟ ସାମ୍ନାକୁ ଆସୁନାହିଁ। ଏହି ରୋଗକୁ ଶୀଘ୍ର ଚିହ୍ନଟ ସହ ଚିକିତ୍ସା କରିବା ପାଇଁ ସମସ୍ତ କର୍କଟ ରୋଗୀ ଉପଯୁକ୍ତ କର୍ତ୍ତୃପକ୍ଷଙ୍କୁ ଜଣାଇବା ଉଚିତ। ସମସ୍ତ ହସ୍ପିଟାଲ, ପାଥୋଲୋଜିକାଲ୍‌, କ୍ଲିନିକାଲ୍‌ ଏବଂ ରେଡିଓଲୋଜିକାଲ୍‌ ଲାବ୍‌, ମେଡିକାଲ ଶିକ୍ଷା ପ୍ରଦାନ କରୁଥିବା ଅନୁଷ୍ଠାନ, ପାଲିଏଟିଭ୍‌ କେୟାର କର୍ତ୍ତୃପକ୍ଷ କର୍କଟ ରୋଗୀଙ୍କ ସମସ୍ତ ତଥ୍ୟ ଦେବାକୁ ବାଧ୍ୟ କରାଯାଇଛି। ସମସ୍ତ ଡାକ୍ତର, ପାଥୋଲୋଜିଷ୍ଟ, ହସ୍ପିଟାଲଗୁଡ଼ିକ ରୋଗ ଚିହ୍ନଟ ହେବାର ଦୁଇ ସପ୍ତାହ ମଧ୍ୟରେ ତଥ୍ୟ ଦେବାକୁ କୁହାଯାଇଛି। ବିଜ୍ଞପ୍ତି ଜାରି ହେବାଦିନଠାରୁ ଏହି ନିୟମକୁ ମାନିବା ପାଇଁ କଡ଼ା ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

୭୦% ଚାଷୀଙ୍କୁ ମିଳୁନି କେସିସି ଋଣ

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା): ରାଜ୍ୟରେ ଚାଷୀଙ୍କ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା...

ପହିଲାରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ରାଜ୍ୟରେ ପ୍ରବଳ ଶୀତ ସହ କୁହୁଡ଼ି ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି। ୩୧ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ।...

ସରକାରଙ୍କ ବଡ଼ ଘୋଷଣା, ଅନ୍‌ଲାଇନରେ ହେବନି…

କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍‌ଲାଇନରେ ଗ୍ରହଣ କରାଯିବ।...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri