Posted inଜାତୀୟ

ମନମୋହନଙ୍କୁ ଭେଟିବାକୁ ଫଟୋଗ୍ରାଫର ଧରି ଯାଇଥିଲେ ମାଣ୍ଡବ୍ୟ

ନୂଆଦିଲ୍ଲୀ,୧୮।୧୦: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନ୍‌ସୁଖ ମାଣ୍ଡବ୍ୟ ଦାୟିତ୍ୱ ଗ୍ରହଣ କରିବା ପରଠାରୁ ବିଭିନ୍ନ କାର୍ଯ୍ୟକୁ ନେଇ ସମାଲୋଚିତ ହୋଇଆସୁଛନ୍ତି। ସେ କେତେବେଳେ ଟିକାକରଣକୁ ନେଇ ବିଭ୍ରାନ୍ତିକର ତଥ୍ୟ ଦେଉଛନ୍ତି ତ ପୁଣି କେବେ ବିରୋଧୀ ତାଙ୍କ ଇଂଲିଶ ଭାଷା ଜ୍ଞାନ ଉପରେ ପ୍ରଶ୍ନ ଉଠାଉଛନ୍ତି। ମାଣ୍ଡବ୍ୟଙ୍କ ଆଉ ଏକ କାର୍ଯ୍ୟ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚା ସାଉଁଟିବାରେ ଲାଗିଛି।
ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ମନମୋହନ ସିଂ ଅସୁସ୍ଥ ଥିବାରୁ ତାଙ୍କୁ ନୂଆଦିଲ୍ଲୀସ୍ଥିତ ଏମ୍ସରେ ଭର୍ତ୍ତି କରାଯାଇଛି। ଡେଙ୍ଗୁରେ ଆକ୍ରାନ୍ତ ମନମୋହନଙ୍କ ସ୍ବାସ୍ଥ୍ୟାବସ୍ଥା ବୁଝିବା ପାଇଁ ବିଭିନ୍ନ ଦଳର ନେତା ସେଠାକୁ ଯାଉଛନ୍ତି। ଶୁକ୍ରବାର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ମଧ୍ୟ ଏମ୍ସକୁ ଯାଇଥିଲେ। ମନମୋହନ ଭର୍ତ୍ତି ହୋଇଥିବା ଓ୍ବାର୍ଡକୁ ତାଙ୍କ ସହ ଜଣେ ଫଟୋଗ୍ରାଫର ଯାଇଥିଲେ। ଏହାକୁ ନେଇ ମନମୋହନ ସିଂଙ୍କ ଝିଅ ଦାମନ ସିଂ କହିଛନ୍ତି, ମୋ ବାପା ଚିଡ଼ିଆଖାନାର ଜନ୍ତୁ ନୁହନ୍ତି। ସ୍ବାସ୍ଥ୍ୟମନ୍ତ୍ରୀ ଜଣେ ଫଟୋଗ୍ରାଫରଙ୍କୁ ଧରି ଆସିଥିବା ଦେଖି ମା’ ଅପ୍‌ସେଟ୍‌ ହୋଇଯାଇଥିଲେ। ଭାଜପା ନେତାମାନେ ଫଟୋ ଅପ୍‌ (ଫଟୋ ଉଠାଇବା ପାଇଁ ସୁଯୋଗ ଖୋଜିବା) ଲାଗି ବ୍ୟାକୁଳ ହେଉଛନ୍ତି ବୋଲି କଂଗ୍ରେସ ସମାଲୋଚନା କରିଛି। ଏଥିସହ ସ୍ବାସ୍ଥ୍ୟମନ୍ତ୍ରୀ କ୍ଷମା ମାଗନ୍ତୁ ବୋଲି ବିରୋଧୀ ଦଳ ଦାବି କରିଛି। ଏଆଇସିସି ମୁଖପାତ୍ର ରଣଦୀପ ସୂର୍ଯ୍ୟଓ୍ବୋଲା ଟୁଇଟ୍‌ କରି ଏହାକୁ ପିଆର୍‌ ଷ୍ଟଣ୍ଟ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri