Posted inଜାତୀୟ

ମନମୋହନଙ୍କୁ ଭେଟିବାକୁ ଫଟୋଗ୍ରାଫର ଧରି ଯାଇଥିଲେ ମାଣ୍ଡବ୍ୟ

ନୂଆଦିଲ୍ଲୀ,୧୮।୧୦: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନ୍‌ସୁଖ ମାଣ୍ଡବ୍ୟ ଦାୟିତ୍ୱ ଗ୍ରହଣ କରିବା ପରଠାରୁ ବିଭିନ୍ନ କାର୍ଯ୍ୟକୁ ନେଇ ସମାଲୋଚିତ ହୋଇଆସୁଛନ୍ତି। ସେ କେତେବେଳେ ଟିକାକରଣକୁ ନେଇ ବିଭ୍ରାନ୍ତିକର ତଥ୍ୟ ଦେଉଛନ୍ତି ତ ପୁଣି କେବେ ବିରୋଧୀ ତାଙ୍କ ଇଂଲିଶ ଭାଷା ଜ୍ଞାନ ଉପରେ ପ୍ରଶ୍ନ ଉଠାଉଛନ୍ତି। ମାଣ୍ଡବ୍ୟଙ୍କ ଆଉ ଏକ କାର୍ଯ୍ୟ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚା ସାଉଁଟିବାରେ ଲାଗିଛି।
ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ମନମୋହନ ସିଂ ଅସୁସ୍ଥ ଥିବାରୁ ତାଙ୍କୁ ନୂଆଦିଲ୍ଲୀସ୍ଥିତ ଏମ୍ସରେ ଭର୍ତ୍ତି କରାଯାଇଛି। ଡେଙ୍ଗୁରେ ଆକ୍ରାନ୍ତ ମନମୋହନଙ୍କ ସ୍ବାସ୍ଥ୍ୟାବସ୍ଥା ବୁଝିବା ପାଇଁ ବିଭିନ୍ନ ଦଳର ନେତା ସେଠାକୁ ଯାଉଛନ୍ତି। ଶୁକ୍ରବାର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ମଧ୍ୟ ଏମ୍ସକୁ ଯାଇଥିଲେ। ମନମୋହନ ଭର୍ତ୍ତି ହୋଇଥିବା ଓ୍ବାର୍ଡକୁ ତାଙ୍କ ସହ ଜଣେ ଫଟୋଗ୍ରାଫର ଯାଇଥିଲେ। ଏହାକୁ ନେଇ ମନମୋହନ ସିଂଙ୍କ ଝିଅ ଦାମନ ସିଂ କହିଛନ୍ତି, ମୋ ବାପା ଚିଡ଼ିଆଖାନାର ଜନ୍ତୁ ନୁହନ୍ତି। ସ୍ବାସ୍ଥ୍ୟମନ୍ତ୍ରୀ ଜଣେ ଫଟୋଗ୍ରାଫରଙ୍କୁ ଧରି ଆସିଥିବା ଦେଖି ମା’ ଅପ୍‌ସେଟ୍‌ ହୋଇଯାଇଥିଲେ। ଭାଜପା ନେତାମାନେ ଫଟୋ ଅପ୍‌ (ଫଟୋ ଉଠାଇବା ପାଇଁ ସୁଯୋଗ ଖୋଜିବା) ଲାଗି ବ୍ୟାକୁଳ ହେଉଛନ୍ତି ବୋଲି କଂଗ୍ରେସ ସମାଲୋଚନା କରିଛି। ଏଥିସହ ସ୍ବାସ୍ଥ୍ୟମନ୍ତ୍ରୀ କ୍ଷମା ମାଗନ୍ତୁ ବୋଲି ବିରୋଧୀ ଦଳ ଦାବି କରିଛି। ଏଆଇସିସି ମୁଖପାତ୍ର ରଣଦୀପ ସୂର୍ଯ୍ୟଓ୍ବୋଲା ଟୁଇଟ୍‌ କରି ଏହାକୁ ପିଆର୍‌ ଷ୍ଟଣ୍ଟ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

ଗୁଗୁଲ ସର୍ଚ୍ଚର ସମସ୍ତ ରେକର୍ଡ ଭାଙ୍ଗିଲା ଉତ୍ତରାଧିକାର ଟ୍ୟାକ୍ସ, ସାମ ପିଟ୍ରୋଡାଙ୍କୁ ବି କରିଛନ୍ତି ଖୁବ ସର୍ଚ୍ଚ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ, ଭାରତୀୟ ବିଦେଶ କଂଗ୍ରେସ ସଭାପତି ସାମ ପିଟ୍ରୋଡାଙ୍କ ଉତ୍ତରାଧିକାର ଟ୍ୟାକ୍ସ ସମ୍ପର୍କରେ ଦେଇଥିବା ବିବୃତ୍ତି ଉପରେ ରାଜନୀତି ବନ୍ଦ ହେଉନାହିଁ। ଗୁରୁବାର (ଏପ୍ରିଲ...

‘କାନ ଖୋଲି ଶୁଣି ନିଅ, ଯେପର୍ଯ୍ୟନ୍ତ ମୋଦି ବଞ୍ଚିଛନ୍ତି’

ନୂଆଦିଲ୍ଲୀ,୨୫ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ଶୁକ୍ରବାର ଉତ୍ତରପ୍ରଦେଶର ୮ଟି ଆସନରେ ଅନୁଷ୍ଠିତ ହେବ। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri