Posted inଖେଳ

ମନ୍‌ଦୀପ ସିଂଙ୍କୁ କରୋନା

ନୂଆଦିଲ୍ଲୀ,୧୧ା୮(ପି.ଟି.)-ଭାରତୀୟ ହକି ଟିମ୍‌ ଫରଓ୍ବାର୍ଡ ମନ୍‌ଦୀପ ସିଂଙ୍କର କୋଭିଡ୍‌-୧୯ ଟେଷ୍ଟରେ ପଜିଟିଭ୍‌ ଆସିଛି। କରୋନରେ ସଂକ୍ରମିତ ହେବାରେ ସେ ୬ଷ୍ଠ ଜାତୀୟ ଖେଳାଳି। ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ(ସାଇ) ତରଫରୁ ସୋମବାର ଏହା ଘୋଷଣା କରାଯାଇଛି। ଜଳନ୍ଧରର ଏହି ୨୫ ବର୍ଷୀୟ ଖେଳାଳିଙ୍କ ନିକଟରେ କୌଣସି ଲକ୍ଷଣ ଦେଖାଯାଇ ନ ଥିଲା। ବେଙ୍ଗାଲୁରୁରେ ସେ ଅନ୍ୟ ୫ ପଜିଟିଭ୍‌ ଖେଳାଳିମାନଙ୍କ ସହ ଡାକ୍ତରଙ୍କ ଦ୍ୱାରା ଚିକିତ୍ସିତ ହେଉଛନ୍ତି। ସାଇ ସେଣ୍ଟରରେ ଅଗଷ୍ଟ ୨୦ରେ ଜାତୀୟ କ୍ୟାମ୍ପ ଆରମ୍ଭ ହେବା କାର୍ଯ୍ୟକ୍ରମ ରହିଛି। ବେଙ୍ଗାଲୁରୁସ୍ଥିତ ସାଇର ନ୍ୟାଶନାଲ ସେଣ୍ଟର ଅଫ୍‌ ଏକ୍ସଲେନ୍ସଠାରେ ଜାତୀୟ କ୍ୟାମ୍ପ ଆୟୋଜନ କରାଯାଇଛି। ସେଠାରେ ଭାରତୀୟ ପୁରୁଷ ହକି ଦଳର ମନଦୀପ ସିଂଙ୍କ ସମେତ ଅନ୍ୟ ୨୦ ଜଣ ଖେଳାଳିଙ୍କ କୋଭିଡ୍‌ ଟେଷ୍ଟ (ଆରଟି ପିସିଆର୍‌) ହୋଇଥିଲା। ଏକ ମାସ ଛୁଟି କଟାଇ ଫେରିବା ପରେ ଖେଳାଳିମାନଙ୍କର କୋଭିଡ୍‌-୧୯ ଟେଷ୍ଟ ହୋଇଥିଲା। ଗତ ସପ୍ତାହରେ ଭାରତୀୟ ଅଧିନାୟକ ମନପ୍ରୀତ ସିଂ ଓ ଅନ୍ୟ ୪ ଖେଳାଳି ଡିଫେଣ୍ଡର, ସୁରେନ୍ଦ୍ର କୁମାର, ଜସ୍କରନ ସିଂ, ଡ୍ରାଗ୍‌ ଫ୍ଲିକର ବରୁଣ କୁମାର ଏବଂ ଗୋଲକିପର କ୍ରିଶନ ବାହାରଦୁର ପାଠକ ପ୍ରମୁଖଙ୍କ ଫଳାଫଳ ପଜିଟିଭ ଆସିଥିଲା। ସାଇ ଡାକ୍ତରମାନଙ୍କ କହିବା ଅନୁସାରେ ସମସ୍ତ ଖେଳାଳିଙ୍କ ନିକଟରେ ସାମାନ୍ୟ ଲକ୍ଷଣ ପ୍ରକାଶ ପାଇଥିଲା। ବେଙ୍ଗାଲୁରୁସ୍ଥିତ ନ୍ୟାଶନାଲ ସେଣ୍ଟର ଅଫ୍‌ ଏକ୍ସଲେନ୍ସଠାରେ ସେମାନଙ୍କୁ ଚିକିତ୍ସିତ କରାଯାଇଛି। ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ

ଓ୍ବାଶିଂଟନ,୫ା୯: ଇରାନର ଇସ୍‌ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ…

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ଭାଇରାଲ୍ ହେଉଛି ଟ୍ରମ୍ପଙ୍କ ହାତର ଫଟୋ; ଗଭୀର ଚିହ୍ନଙ୍କୁ ନେଇ ବଢ଼ିଲା ଚର୍ଚ୍ଚା

ଓ୍ବାଶିଂଟନ,୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଡାହାଣ ହାତରେ ଦେଖାଯାଉଥିବା ଚିହ୍ନର ନୂଆ ଫଟୋ ସାମ୍ନାକୁ ଆସିଛି । ଏହାପରେ ତାଙ୍କ ସ୍ୱାସ୍ଥ୍ୟକୁ ନେଇ ପୁଣିଥରେ ଚର୍ଚ୍ଚା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri