କୋକସରା,୪।୧(ଡି.ଏନ.ଏ.): କଳାହାଣ୍ଡି ଜିଲାର ଅନ୍ୟତମ ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରିଚଞ୍ଚରା ଠାରେ ମଙ୍ଗଳବାର ଗୁଡହାଣ୍ଡି ଉନ୍ନୟନ କମିଟି ପକ୍ଷରୁ ଡୋକରୀ ଦେବୀଙ୍କ ବାର୍ଷିକ ମଣ୍ଡେଇ ଯାତ୍ରା ଅନୁଷ୍ଠିତ ହୋଇଯାଇଛି। କୋକସରା ବ୍ଲକ ଡୁଡୁକାଠେଙ୍ଗା ପଞ୍ଚାୟତ ଖଲିଗଡ଼ ସାହାଜଖୋଲ ସଂରକ୍ଷିତ ଜଙ୍ଗଲ ମଧ୍ୟରେ ଥିବା ଡୋକରୀ ଦେବୀଙ୍କ ନାମରେ ନାମିତ ଡୋକରିଚଞ୍ଚରା ପର୍ଯ୍ୟଟନସ୍ଥଳୀ ରହିଛି। ଏହି ସ୍ଥାନର ଆରାଧ୍ୟ ଦେବୀ ଓ ପାର୍ଶ୍ୱ ଦେବୀଙ୍କ ମଣ୍ଡେଇ ଯାତ୍ରା ପାଇଁ ପର୍ଯ୍ୟଟନସ୍ଥଳୀ ଉତ୍ସବମୁଖର ହୋଇଉଠିଛି ା ସୋମବାର ଅପରାହ୍ନରେ ଅଧିବାସ ସହ ମଙ୍ଗଳବାର ସକାଳୁ ଡୋକରୀ ଦେବୀଙ୍କ ପୀଠରେ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା କରାଯାଇଥିଲା। ପରେ ଡୋକାରୀ ଦେବୀ, ବସ୍ତରେନ ମାଉଳି, ପାଟଦାୟିନୀ, ଠାକୁରାଣୀ ଓ ଦଣ୍ଡ ପାଟିଆଣୀ ପାର୍ଶ୍ୱ ଦେବୀମାନେ ଲାଠିକୁର୍ସି ସହ ଡୋକରିଦେବୀଙ୍କ ପୀଠରେ ପହଞ୍ଚିଥିଲେ। ଏହାପରେ ସମସ୍ତ ଦେବାଦେବୀଙ୍କୁ ପୂଜକ ସୁକଚନ ପୂଝାରି, ରତନ ପୂଝାରି, ଚିତ୍ରସେନ ମାଝୀ ପୂଜାର୍ଚ୍ଚନା କରିଥିଲେ ା ଶିରାଙ୍କ ଦେହରେ କାଳିସୀ ବିରାଜମାନ କରିବା ପରେ ଦେବାଦେବୀଙ୍କ ଲାଠିକୁର୍ସି ପରିକ୍ରମା କରାଯାଇଥିଲା। ଏହି ଅବସରରେ ଦେବୀଙ୍କ ପୀଠରେ ମାନସିକଧାରୀମାନେ ଶୁକ୍ଳଭୋଗ ସହ କୁକୁଡ଼ା, ପାରା ଆଦି ବଳି ଦେଇଥିଲେ। ମଣ୍ଡେଇ ଯାତ୍ରା କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଆମପାଣି ଜିଲା ପରିଷଦ ସଭ୍ୟ ହେମନ୍ତ ମାଝୀ ଯୋଗ ଦେଇଥିଲେ। ସମ୍ମାନିତ ଅତିଥି ଭାବେ କୋକସରା ତହସିଲଦାର ଦେବବ୍ରତ କରାଟି, ଆତ୍ମା ଅଧ୍ୟକ୍ଷ ଋତୁରାଜ ମାଝୀ ଯୋଗ ଦେଇଥିଲେ। ଗୁଡହାଣ୍ଡି ଉନ୍ନୟନ କମିଟିର ସଭାପତି ଭଦ୍ରେଶ୍ବର ପାତ୍ର, ଉପ ସଭାପତି ଅଇରୀ ନାଶନ ଚିନ୍ଦା, ସାଧାରଣ ସମ୍ପାଦକ ଘନଶ୍ୟାମ ନାଏକ, ଉପ ସଭାପତି ସୁଧୀର କୁମାର ପାତ୍ର, ସହ ସମ୍ପାଦକ ମଧୁବନ ପାତ୍ର, କାର୍ଯ୍ୟକାରୀ ସଭାପତି ଜିତେନ୍ଦ୍ର ପ୍ରଧାନୀ, ସହ ସମ୍ପାଦକ ନୀଳାମ୍ବର ନାଏକ, ଚକାଡୋଳା ପାତ୍ର, ଯତୀନ ମାଝୀ,ଦୁଷ୍ମନ୍ତ ପାଟଯୋଷୀଙ୍କ ସମେତ ଖଲିଗଡ଼, ମହିମା ଓ ଟେମରା ଗ୍ରାମବାସୀ ଉପସ୍ଥିତ ରହି ମଣ୍ଡେଇ ଯାତ୍ରା ପରିଚାଳନାରେ ସହଯୋଗ କରିଥିଲେ।
Posted inଆମ ଜିଲା ଖବର, କଳାହାଣ୍ଡି View All
ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ
ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…
ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….
ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…
ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …
ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…
ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା
ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…
ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା
ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍ ଓ ଦୁଇଟି ବାଇକ୍ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…
ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…
ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…
ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର
ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…
୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ
ଟେନ୍ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

