ମଣ୍ଡେଲାଙ୍କ ଆରେଷ୍ଟ ଓ୍ବାରେଣ୍ଟ ୧.୩୦ ଲକ୍ଷ ଡଲାରରେ ବିକ୍ରି

କେପ୍‌ ଟାଉନ, ୨୮ା୩: ବର୍ଣ୍ଣଭେଦ ବିରୋଧୀ କ୍ରାନ୍ତିକାରୀ ନେତା ତଥା ଦକ୍ଷିଣ ଆଫ୍ରିକାର ପ୍ରଥମ ରାଷ୍ଟ୍ରପତି ନେଲ୍‌ସନ୍‌ ମଣ୍ଡେଲାଙ୍କ ଅରିଜିନାଲ ଆରେଷ୍ଟ ଓ୍ବାରେଣ୍ଟର ନନ୍‌ ଫଞ୍ଜିବଲ ଟୋକନ (ଏନ୍‌ଏଫ୍‌ଟି) ୧,୩୦,୦୦୦ ଡଲାର (ପ୍ରାୟ କୋଟିଏ ଟଙ୍କା)ରେ ନିଲାମ ହୋଇଛି। ଗଣତନ୍ତ୍ର ପାଇଁ ଦକ୍ଷିଣ ଆଫ୍ରିକାର ସଂଘର୍ଷକୁ ଦର୍ଶାଉଥିବା ଏକ ଐତିହ୍ୟସ୍ଥଳୀ ‘ଲିଲିସ୍‌ ଲିଫ୍‌ ମ୍ୟୁଜିୟମ’ ନିମନ୍ତେ ଏହି ଅର୍ଥ ବିନିଯୋଗ କରାଯିବ। ଦକ୍ଷିଣ ଆଫ୍ରିକାରେ ସଂଖ୍ୟାଲଘୁ ଶ୍ୱେତାଙ୍ଗ ସରକାରକୁ ଭାଙ୍ଗିବା ପାଇଁ ଷଡ଼ଯନ୍ତ୍ର କରିଥିବା ଅଭିଯୋଗରେ ନୋବେଲ ଶାନ୍ତି ପୁରସ୍କାର ବିଜେତା ମଣ୍ଡେଲାଙ୍କୁ ୧୯୬୨ରେ ଗିରଫ କରାଯାଇଥିଲା। ୨୭ ବର୍ଷ ଜେଲରେ ରହିବା ପରେ ସେ ଦକ୍ଷିଣ ଆଫ୍ରିକାର ପ୍ରଥମ ଅଣଶ୍ୱେତାଙ୍ଗ ରାଷ୍ଟ୍ରପତି ହୋଇଥିଲେ। ଉକ୍ତ ମ୍ୟୁଜିୟମ ୨୦୦୪ରେ ଦକ୍ଷିଣ ଆଫ୍ରିକାର ଗଣତନ୍ତ୍ର ଲାଭ ସମ୍ପର୍କିତ ଅସଲି ଦସ୍ତାବିଜ୍‌ ହାସଲ କରିଥିଲା। ସୂଚନାଯୋଗ୍ୟ, ଏନ୍‌ଏଫ୍‌ଟି ହେଉଛି ଏକ ପ୍ରକାର ଡିଜିଟାଲ ଆସେଟ୍‌ ବା ଡାଟା। ଏହାକୁ ବ୍ଲକଚେନ୍‌ରେ ରେକର୍ଡ କରାଯାଏ। ଜଣେ ବ୍ୟକ୍ତି ଫଟୋ, ଭିଡିଓ, ଫିଲ୍ମ, ଟୁଇଟ୍‌, ଗେମ୍‌, ପେଣ୍ଟିଂ ଆଦି ଅନେକ ଜିନିଷକୁ ଏନ୍‌ଏଫ୍‌ଟିରେ ପରିବର୍ତ୍ତନ କରିବା ସହ ସେଗୁଡ଼ିକୁ ବିକ୍ରି କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଧୋଇବା ବେଳେ ନଦୀରେ ବୁଡ଼ି ନାବାଳିକାଙ୍କ ମୃତ୍ୟୁ

ପଟ୍ଟାମୁଣ୍ଡାଇ, ୨୯/୮ (କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ତନୂପୁର ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବ୍ରାହ୍ମଣୀ ନଦୀର ଶାଖା ନାଳରେ ଗାଧୋଇବା ସମୟରେ…

ରୋଷେଇ ଘରେ ବିଷ? ଏଭରେଷ୍ଟ ହିଙ୍ଗୁ ଉପରେ FSSAIର ବ୍ୟାନ୍, ୩ ମସଲା ନେଇ ସାମ୍ନାକୁ ଆସିଲା ବଡ଼ ଜାଲିଆତି!

ନୂଆଦିଲ୍ଲୀ,୨୯।୮: ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (FSSAI) ଗ୍ରାହକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରସିଦ୍ଧ ମସଲା…

ବହୁ ଚର୍ଚ୍ଚିତ ସୁଧୀର ପାତ୍ର ଅପହରଣ, ହତ୍ୟା ମାମଲା: ଅଭିଯୁକ୍ତ ତୁଷାରଙ୍କ ଜାମିନ ଖାରଜ

ବ୍ରହ୍ମପୁର,୨୯୮(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅନ୍ତର୍ଗତ ସତ୍ୟ ନାରାୟଣପୁର ମୁଖ୍ୟ ରାସ୍ତାରେ ପ୍ଲଟ ବ୍ୟବସାୟୀ ସୁଧୀର କୁମାର୍‌ ପାତ୍ରଙ୍କୁ ଗତ ଏପ୍ରିଲ ୧୫…

NDAରେ ବଡ଼ ଫାଟ: କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ମାଗିଲେ ଚିରାଗ ପାଶୱାନ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୨୯।୮: NDAରେ ଦଳିତ ସଂରକ୍ଷଣକୁ ନେଇ ଫାଟ ସ୍ପଷ୍ଟ ଦେଖାଯାଉଛି। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ର ମୁଖ୍ୟ କେନ୍ଦ୍ରମନ୍ତ୍ରୀ ଚିରାଗ ପାଶୱାନ, ମୋଦି କ୍ୟାବିନେଟରେ ଥିବା…

ରାକ୍ଷୀ ପୂର୍ଣ୍ଣିମା ପାଇଁ ବାପଘରକୁ ଆସିଥିଲେ: ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩ ଗୁରୁତର

ବାରିପଦା, ୨୯।୮ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅନ୍ତର୍ଗତ ପଟିସାରି ଗ୍ରାମପଞ୍ଚାୟତର ଜଡ଼ିପଦା ଗାଁରେ ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩…

ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ

ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା…

ଭାରତ ପରି ପାକିସ୍ତାନରେ ବି ମିଳେ ମାଗଣା ରାସନ; ନଗଦ ଟଙ୍କାକୁ ଚାଉଳ,ଅଟା-ଚିନି…

ନୂଆଦିଲ୍ଲୀ,୨୯।୮: ଭାରତରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (PMGKAY) ଅଧୀନରେ ପ୍ରାୟ ୮୦ କୋଟି ଲୋକଙ୍କୁ ମାଗଣା ରାସନ ମିଳିଥାଏ, ଯାହା ଉପରେ ସରକାର ବାର୍ଷିକ…

ନିଟ୍‌ରେ ୧୫,୨୭୨ ରାଙ୍କ: ଆଦିତ୍ୟଙ୍କୁ ସମ୍ବର୍ଦ୍ଧନା

ରାଇକିଆ, ୨୯।୮ (ପ୍ରଦୀପ ବେହେରା): ଚଳିତ ବର୍ଷ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିଥିବା ରାଇକିଆର ଛାତ୍ର ଆଦିତ୍ୟ ପାତ୍ରଙ୍କୁ ରାଇକିଆ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri