Posted inଖେଳ

ମନ୍ଧାନା, ହରମନ୍‌ପ୍ରୀତଙ୍କ ଶତକ; ଭାରତର ରୋମାଞ୍ଚକ ବିଜୟ

ବେଙ୍ଗାଲୁରୁ,୧୯ା୬: ସ୍ମୃତି ମନ୍ଧାନା ଓ ଅଧିନାୟିକା ହରମନପ୍ରୀତ୍‌ କୌରଙ୍କ ଶତକ ବଳରେ ଦକ୍ଷିଣ ଆଫ୍ରିକା ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ମହିଳା ଦିନିକଆ ସିରିଜ୍‌ର ଦ୍ୱିତୀୟ ମ୍ୟାଚରେ ରୋମାଞ୍ଚକ ବିଜୟ ହାସଲ କରିଛି ଭାରତ। ୪ ରନ୍‌ରେ ଜିତିବା ସହ ଆଗୁଆ ସିରିଜ୍‌ ଜିତବାରେ ସମର୍ଥ ହୋଇଛି ଭାରତ। ପ୍ରଥମେ ବ୍ୟାଟିଂ କରି ଭାରତ ୫୦ ଓଭରରେ ୩ ଉଇକେଟରେ ୩୨୫ ରନ୍‌ କରିଥିଲା। ଜବାବରେ ଦକ୍ଷିଣ ଆଫ୍ରିକା ଚମତ୍କାର ବ୍ୟାଟିଂ କରିଥିଲେ ହେଁ ନିର୍ଦ୍ଧାରିତ ଓଭରରେ ୬ ଉଇକେଟ ହରାଇ ୩୨୧ ରନ୍‌ କରିଥିଲା।

ଭାରତ ପକ୍ଷରୁ ସ୍ମୃତି ମନ୍ଧାନା ୧୩୬ ରନ୍‌ କରିଥିବା ବେଳେ ହରମନ୍‌ପ୍ରୀତ ଅପରାଜିତ ୧୦୩ ରନ୍‌ କରିଥିଲେ। କ୍ରମାଗତ ମ୍ୟାଚ୍‌ରେ ଶତକ ହାସଲ କରିଥିବା ମନ୍ଧାନା ଅନ୍ତର୍ଜାତୀୟ କ୍ରିକେଟରେ ସପ୍ତମ ଦିନିକିଆ ଶତକ ହାସଲ କରିଛନ୍ତି। ଏହା ସହିତ ସେ ମିଥାଲି ରାଜଙ୍କ ରେକର୍ଡ ସହ ସମକକ୍ଷ ହୋଇଛନ୍ତି। ମିଥାଲି ୨୩୨ ଦିନିକିଆରୁ ୭ ଶତକ ମାରିଥିବା ବେଳେ ୮୪ ତମ ଦିନିକିଆ ମ୍ୟାଚ୍‌ରୁ ଏହି ସଫଳତା ହାସଲ କରିଛନ୍ତି।

ଅନ୍ତିମ ଓଭରରେ ଦକ୍ଷିଣ ଆଫ୍ରିକାକୁ ବିଜୟ ପାଇଁ ୧୧ ରନ୍‌ ଆବଶ୍ୟକ ଥିବା ବେଳେ ପୂଜା ବସ୍ତ୍ରକାରଙ୍କ ପ୍ରଥମ ୨ ବଲ୍‌ରୁ ୫ ରନ୍‌ ଆସିଥିଲା। ପରବର୍ତ୍ତୀ ୨ ବଲ୍‌ରେ ସେ ଦୁଇଟି ଉଇକେଟ ନେଇଥିଲେ। ୫ ନମ୍ବର ବଲ୍‌ରୁ ବାଇରେ ୧ ରନ୍‌ ଆସିଥିବା ବେଳେ ଅନ୍ତିମ ବଲ୍‌ ଡଟ୍‌ ହୋଇଥିଲା। ଫଳରେ ଭାରତ ୪ ରନ୍‌ରେ ମ୍ୟଚ୍‌କୁ ଜିତି ନେଇଥିଲା। ଦକ୍ଷିଣ ଆଫ୍ରିକା ପକ୍ଷରୁ ଲୌରା ଓଲ୍ଭାଡର୍‌ଟ ୧୩୫ ରନ୍‌ କରି ଶେଷ ଯାଏ ଅପରାଜିତ ରହିଥିଲେ। ଅନ୍ୟ ପକ୍ଷରେ ଅଭିଜ୍ଞ ମାରିଜେନ୍‌ କାପ୍‌ ୧୧୪ ରନ୍‌ କରିଥିଲେ। ଦିନିକିଆ ଅନ୍ତର୍ଜାତୀୟରେ ଗୋଟିଏ ମ୍ୟାଚ୍‌ରେ ୪ ଶତକ ପ୍ରଥମ ଥର ଦେଖିବାକୁ ମିଳିଛି। ପୂର୍ବରୁ ୨୦୧୮ରେ ଇଂଲଣ୍ଡ ଓ ଦକ୍ଷିଣ ଆଫ୍ରିକା ମ୍ୟାଚ୍‌ରେ ୩ଟି ଶତକ ସ୍କୋର ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

କେଉଁ ୱେଟିଂ ଟିକେଟ ସବୁଠୁ ଆଗ କନଫର୍ମ ହୁଏ? ଜାଣନ୍ତୁ ରେଳବାଇର ନୂଆ ନିୟମ…

ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ସମୟରେ ଯଦି ଆପଣଙ୍କୁ କନଫର୍ମ ସିଟ ନ ମିଳେ, ତେବେ IRCTC ସିଷ୍ଟମ ଆପଣଙ୍କୁ ୱେଟିଂ ଟିକେଟ (Waiting Ticket) ପ୍ରଦାନ…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

ସୌମ୍ୟରଞ୍ଜନ ମାମଲାରେ ହାଇକୋର୍ଟ ଗଲେ ବିଦ୍ୟାଭାରତୀ: ଆଗୁଆ ଜାମିନ ପାଇଁ ଆବେଦନ, ଅକ୍ଟୋବର ୩୦ ଯାଏ ହାଜର ସମୟ ବୃଦ୍ଧି

କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?