Posted inଖେଳ

ସମସ୍ତଙ୍କ ହୃଦୟ ଜିତିଲେ ମନ୍ଧାନା

ଖ୍ରୀଷ୍ଟଚର୍ଚ୍ଚ,୮।୩: ଭାରତୀୟ ମହିଳା କ୍ରିକେଟ ଟିମ ଚଳିତ ଆଇସିସି ମହିଳା ବିଶ୍ୱକପରେ ଜବରଦସ୍ତ ଆରମ୍ଭ କରିଛି। ଭାରତ ତା’ର ପ୍ରଥମ ମ୍ୟାଚରେ ଚିରପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ୧୦୭ ରନର ପରାସ୍ତ କରିଛି। ପଡିଆ ଭିତରେ ଦମଦାର ପ୍ରଦର୍ଶନ ପରେ ଟିମ ଇଣ୍ଡିଆ ଏକ ଭଲ କାମ କରି ସମସ୍ତଙ୍କ ହୃଦୟ ଜିତିଛି। ମ୍ୟାଚ ଜିତିବା ପରେ ଭାରତୀୟ ଖେଳାଳିମାନେ ପାକିସ୍ତାନ ଟିମର କ୍ୟାପଟେନ ବିସମା ମାରୁଫଙ୍କ ଝିଅଙ୍କ ସହ ଖୁବ ସମୟ ବିତାଇଥିଲେ, ଯାହାର ଫଟୋ ଓ ଭିଡିଓ ସୋଶାଲ ମିଡିଆରେ ଶେୟାର୍‌ ହୋଇଛି। ଏହି ଫଟୋ ଦେଖି ସମସ୍ତେ ଭାରତୀୟ ଦଳକୁ ପ୍ରଶଂସା କରୁଛନ୍ତି। କେବଳ ଏତିକି ନୁହେଁ, ଭାରତୀୟ ଓପନର୍‌ ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ବାର୍ତ୍ତା ସମସ୍ତଙ୍କ ହୃଦୟ ଜିତିଛି। ଇନଷ୍ଟାଗ୍ରାମରେ ମନ୍ଧାନା ପାକିସ୍ତାନ ଅଧିନାୟକ ବିସ୍‌ମା ମାରୁଫ୍‌ଙ୍କୁ ପ୍ରଶଂସା କରିଛନ୍ତି ଏବଂ ତାଙ୍କୁ ସମସ୍ତଙ୍କ ପାଇଁ ପ୍ରେରଣା ବୋଲି ବର୍ଣ୍ଣନା କରିଛନ୍ତି। ସେ ଲେଖିଛନ୍ତି, ୬ ମାସ ମଧ୍ୟରେ ଗର୍ଭଧାରଣରୁ ଫେରିବା ଏବଂ ଅନ୍ତର୍ଜାତୀୟ କ୍ରିକେଟ ଖେଳିବା ଅତ୍ୟନ୍ତ ପ୍ରେରଣାଦାୟକ। ବିଶ୍ୱର ଖେଳାଳିଙ୍କ ପାଇଁ ମାରୁଫ୍‌ ଏକ ଉଦାହରଣ ପାଲଟିଛନ୍ତି। କ୍ରିକେଟ୍‌ କିମ୍ବଦନ୍ତୀ ସଚିନ ତେନ୍ଦୁଲକର ମଧ୍ୟ ମହିଳା କ୍ରିକେଟର୍‌ଙ୍କ ଏଭଳି ସ୍ପିରିଟ୍‌ ଦେଖି ଆଶ୍ଚର୍ଯ୍ୟପ୍ରକଟ କରିଛନ୍ତି।

e57vk168

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

ୟୁପିରେ ବନ୍ୟା: ପ୍ରଭାବିତ ଅଞ୍ଚଳ ବୁଲିଲେ ଯୋଗୀ, ରିଲିଫ କିଟ୍‌ କଲେ ବଣ୍ଟନ

ଲକ୍ଷ୍ନୌ,୨୯।୮: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉତ୍ତରପ୍ରଦେଶର ବନ୍ୟା ପରିସ୍ଥିତିକୁ ଗମ୍ଭୀରତାର ସହ ନେଉଛନ୍ତି। ଚିତ୍ରକୂଟ, ଜାଲୌନ, ହମିରପୁର ଏବଂ ଆଉରିଆରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୋଗୀ…

ଗ୍ଲେସିଅର୍ ତାଣ୍ଡବ ମଧ୍ୟରେ ଭାରତ ସାଜିଲା ଦେବଦୂତ! ପିଏମ୍ ମୋଦିଙ୍କୁ ‘ଉଦାର’ କହି କୃତଜ୍ଞତା ଜଣାଇଲେ ନେପାଳ ଅର୍ଥମନ୍ତ୍ରୀ!

କାଠମାଣ୍ଡୁ,୨୯।୮: ନେପାଳ-ତିବ୍ବତ ସୀମାରେ ହିମସ୍ଖଳନ ଏବଂ ଗ୍ଲେସିଅର୍ ଫାଟିବା ଯୋଗୁ ଆସିଥିବା ବିନାଶକାରୀ ବନ୍ୟା ନେପାଳରେ ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରାକୃତିକ ବିପତ୍ତିରେ ବର୍ତ୍ତମାନ ସୁଦ୍ଧା…

ଯୁବପିଢ଼ିଙ୍କ ମଧ୍ୟରେ କ୍ରୀଡ଼ା ପ୍ରତି ଆଗ୍ରହ: ବିଜୟୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର

କର୍ଲାମୁଣ୍ଡା, ୨୯।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାସ୍ଥିତ ରାଧାମାଧବ ଯୁବକ ସଂଘ ପକ୍ଷରୁ ଶନିବାର ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି।…

ରାଜସ୍ବ ଆଦାୟରେ ଆଗୁଆ, ସୁରକ୍ଷା ଦିଗରେ ପଛୁଆ: ଆରଟିଓଙ୍କ ପାଖରେ ସୂଚନା ମିଳୁନି, କିରାଣି ସର୍ବେସବା, ବୈଠକରେ ସୀମିତ

ଭବାନୀପାଟଣା,୨୯।୮(ଉତ୍ତମ କୁମାର ଦାଶ): ଜିଲା ସ୍ତରରେ ସଡ଼କ ଦୁର୍ଘଟଣା ରୋକିବା ଏବଂ ଯାତାୟତ ବ୍ୟବସ୍ଥାର ସୁଧାର ପାଇଁ ଜିଲା ସ୍ତରରେ ଏକ ସଡ଼କ ସୁରକ୍ଷା ସମିତି କମିଟି…

ଗାଧୋଇବା ବେଳେ ନଦୀରେ ବୁଡ଼ି ନାବାଳିକାଙ୍କ ମୃତ୍ୟୁ

ପଟ୍ଟାମୁଣ୍ଡାଇ, ୨୯/୮ (କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ତନୂପୁର ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବ୍ରାହ୍ମଣୀ ନଦୀର ଶାଖା ନାଳରେ ଗାଧୋଇବା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri