ମାଣ୍ଡିଆ ପ୍ରସ୍ତୁତ ଖାଦ୍ୟ ପରଷିବେ ସୁବାସା, ରାଇମତୀ

ବାରିପଦା/କୁନ୍ଦୁରା ୬।୯, (ନୀଳାଦ୍ରି ବିହାରୀ ଦଣ୍ଡପାଟ/ ସନ୍ତୋଷ ପ୍ରହରାଜ): ନୂଆଦିଲ୍ଲୀ ଭାରତ ମଣ୍ଡପଠାରେ ଆସନ୍ତା ୯ ଏବଂ ୧୦ତାରିଖ ଦୁଇଦିନ ଧରି ଜି୨୦ ସମ୍ମିଳନୀ ଅନୁଷ୍ଠିତ ହେବ। ଏଥିରେ ବିଶ୍ୱର ପ୍ରମୁଖ ୨୦ଟି ଦେଶର ରାଷ୍ଟ୍ରମୁଖ୍ୟ ଏବଂ ପ୍ରତିନିଧି ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହି ବିଶ୍ୱସ୍ତରୀୟ ସମ୍ମିଳନୀରେ ନେତା ଓ ପ୍ରତିନିଧିମାନଙ୍କୁ ମିଲେଟ(ମାଣ୍ଡିଆ)ରେ ପ୍ରସ୍ତୁତ ସୁସ୍ବାଦୁ ବ୍ୟଞ୍ଜନ ପରଷାଯିବ। ଏହାକୁ ପରଷିବା ସହ ମାଣ୍ଡିଆ ଚାଷ ଉପରେ ନିଜର ଅନୁଭୂତି ବଖାଣିବା ପାଇଁ ଓଡ଼ିଶାରୁ ୨ ମହିଳା ଚାଷୀ ମଙ୍ଗଳବାର ଦିଲ୍ଲୀ ଯାତ୍ରା କରିଛନ୍ତି। ସେମାନେ ହେଲେ ମୟୂରଭଞ୍ଜ ଜିଲା ଯଶୀପୁର ବ୍ଲକ ଗୋଇଲି ଗ୍ରାମର ସୁବାସା ମହାନ୍ତ ଓ କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଲିମା ପଞ୍ଚାୟତ ନୂଆଗୁଡ଼ା ଗ୍ରାମର ରାଇମତୀ ଘିଉରିଆ। ମୟୂରଭଞ୍ଜ ଜିଲାର ମାଣ୍ଡିଆ ମା’ ବୋଲାଉଥିବା ସୁବାସାଙ୍କ ଏହି ସଫଳତା ନେଇ ଜିଲାରେ ଖୁସିର ଲହରି ଖେଳିଯାଇଛି। ଜି୨୦ କାର୍ଯ୍ୟକ୍ରମକୁ ନିମନ୍ତ୍ରିତ ହୋଇ ମିଲେଟ ମିଶନର ସଫଳତା
ମାଣ୍ଡିଆ ପ୍ରସ୍ତୁତ ଖାଦ୍ୟ…
ବଖାଣିବାକୁ ସୁଯୋଗ ମିଳିଥିବାରୁ ସୁବାସା ଉତ୍ସାହିତ ଥିବା କହିଛନ୍ତି। ସେହିପରି ୧୭୦ ପ୍ରକାର ଦେଶୀ ଧାନ ସଂଗ୍ରହକରି ଜୈବିକ ପଦ୍ଧତିରେ ଚାଷ କରୁଥିବା ରାଇମତୀ ଗତ କିଛି ବର୍ଷ ହେଲା ବିଭିନ୍ନ କିସମର ମାଣ୍ଡିଆ ଚାଷ ଏବଂ ଦେଶୀ ମାଣ୍ଡିଆ ଚାଷ କରି ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି। ତାଙ୍କୁ ଜି୨୦ ସମ୍ମିଳନୀରେ ଯୋଗଦେବାକୁ ସୁଯୋଗ ମିଳିଥିବାରୁ ଅଞ୍ଚଳବାସୀ ବେଶ୍‌ ଖୁସି।
୨ ଦିନିଆ ଜି-୨୦ ସମ୍ମିଳନୀ ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ଜୋରସୋରରେ ଚାଲିଛି। ବିଦେଶୀ ଅତିଥିଙ୍କ ଆତିଥ୍ୟ ପ୍ରତି ବିଶେଷ ଧ୍ୟାନ ଦିଆଯିବା ଲାଗି ବ୍ୟବସ୍ଥା କରାଯାଉଛି। ବିଭିନ୍ନ ଦେଶର ମୁଖ୍ୟ ଆମ ଦେଶର ଆତିଥ୍ୟ ଗ୍ରହଣ କରିବାକୁ ଯାଉଥିବାରୁ ସେମାନଙ୍କ ରହିବା, ଖାଇବା ଓ ପିଇବା ଉପରେ ସ୍ବତନ୍ତ୍ର ଧ୍ୟାନ ରଖାଯାଉଛି। କିଭଳି ସେମାନେ ଆମ ଦେଶର ସୁସ୍ବାଦୁ ବ୍ୟଞ୍ଜନ ଗ୍ରହଣ କରିପାରିବେ ସେଥିପ୍ରତି ମଧ୍ୟ ବିଶେଷ ବ୍ୟବସ୍ଥା କରାଯାଉଛି। ଚଳିତବର୍ଷ ସମଗ୍ର ବିଶ୍ୱ ଅନ୍ତର୍ଜାତୀୟ ମିଲେଟ ବର୍ଷ-୨୦୨୩ ପାଳନ କରୁଛି। ଏଥିନିମନ୍ତେ ମିଲେଟ ଜାତୀୟ ଖାଦ୍ୟର ପ୍ରଚାରପ୍ରସାର ପାଇଁ ଜୋର୍‌ଦାର ପ୍ରସ୍ତୁତି ଆରମ୍ଭ ହୋଇଛି। ମିଲେଟ୍‌ ଭାରତର ପାରମ୍ପରିକ ଖାଦ୍ୟ। ଏହାକୁ ସାଧାରଣ ଲୋକଙ୍କ ଥାଳିରେ ସାମିଲ କରିବା ପାଇଁ ସରକାର ପ୍ରୟାସ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ…

ଚାଷଜମିରେ କାମ କରୁଥିବା ବେଳେ ଟଳିପଡିଲେ, ଅଂଶୁଘାତରେ ଚାଲିଗଲା ଜୀବନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ହନୁମାନ ମନ୍ଦିର ସାହିର ରଘୁନାଥ ଗୌଡ଼(୪୨) ରବିବାର ମଧ୍ୟାହ୍ନରେ ଅଂଶୁଘାତରେ…

ପୂର୍ବତନ ସମିତିସଭ୍ୟଙ୍କ ଘରେ ଚାଲିଥିଲା ଦେଶୀମଦ ଭାଟି, ଚଢ଼ାଉ କରି ଭାଙ୍ଗିଲା ପୋଲିସ

ନନ୍ଦପୁର,୧୭ା୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକର ବନମାଳିପୁଟ ଗ୍ରାମପଞ୍ଚାୟତର ପୂର୍ବତନ ସମିତିସଭ୍ୟ ରମେଶ ବିଶୋଇଙ୍କ ଭିମାରୀପୁଟ ସ୍ଥିତ ଘରେ ସ୍ଥାପିତ…

ପଞ୍ଜାବକୁ ହରାଇ ପ୍ଲେଅଫ୍‌ରେ ସ୍ଥାନ ପକ୍କା କଲା ଆର୍‌ସିବି

ଧର୍ମଶାଳା,୧୭ା୫: ଭେଙ୍କଟେଶ ଆୟାରଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ରବିବାର ଖେଳାଯାଇଥିବା ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୨୩ ରନରେ ପଞ୍ଜାବ କିଙ୍ଗ୍ସକୁ ପରାସ୍ତ କରିଛି। ଏହି…

ଆହତ ସତ୍ତ୍ୱେ ଖେଳିଲେ ବରୁଣ, ହସ୍ତକ୍ଷେପ କରିପାରେ ବିସିସିଆଇ

ନୂଆଦିଲ୍ଲୀ,୧୭ା୫: ଆହତ ସତ୍ତ୍ୱେ ବରୁଣ ଚକ୍ରବର୍ତ୍ତୀ ଶନିବାର ଗୁଜରାଟ ଟାଇଟନ୍ସ ବିପକ୍ଷ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ ପାଇଁ ସମ୍ପୂର୍ଣ୍ଣ ୪ ଓଭର ବୋଲିଂ କରିଥିଲେ। ଏହି…

ସୁନାଥରରେ ଗ୍ଯାସ ସିଲିଣ୍ଡର ବିସ୍ଫୋରଣ ଘଟଣା, ଆଠଦିନର ସଂଗ୍ରାମ ପରେ ଆଖିପୁଜିଲେ ପ୍ରଶନ

ପୁରୁଷୋତ୍ତମପୁର,୧୭ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ସିଲିଣ୍ଡର ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ହୋଇଛି । ଗତ ରବିବାର ସନ୍ଧ୍ୟାରେ…

ଭାରସାମ୍ଯ ହରାଇ ଗଛକୁ ପିଟିଲା ଟ୍ରକ, ଡ୍ରାଇଭର ମୃତ

ପୁରୁଷୋତ୍ତମପୁର,୧୭ା୫( ସବିତା ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ଥାନା ଆନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ଯରାସ୍ତାର ବାଇଧର ମନ୍ଦିର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଲାଣି ଠାରେ ଏକ…

ନିଖିଲଙ୍କୁ ଗୋଡ଼ାଇ ଗୁଳି କରିଥିଲେ ଦୁର୍ବୃତ୍ତ, ୯ ଜଣଙ୍କୁ ବାନ୍ଧିଲା ପୋଲିସ

ଗୁଣପୁର,୧୭ା୫(ସୁଜାତା ପାଢ଼ୀ)- ରାୟଗଡ଼ା ଥାନା ପୋଲିସ ନିଖିଳଙ୍କୁ ଗୁଳି କରି ହତ୍ୟା କରାଯିବା ମାମଲାର ପର୍ଦ୍ଦାଫାଶ କରିଛି । ହତ୍ୟାକାଣ୍ଡରେ ଜଡ଼ିତ ଥିବା ୯ ଜଣଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri