କେନ୍ଦୁଝରରେ ‘ମାଣ୍ଡିଆ ଶକ୍ତି କାଫେ’

କେନ୍ଦୁଝର, ୩୦।୧୦ (ସ୍ବ.ପ୍ର./ଡି.ଏନ.ଏ.): କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ରାଜ୍ୟର ପ୍ରଥମ ମାଣ୍ଡିଆ ଶକ୍ତି କାଫେ ଭର୍ଚୁଆଲ ମୋଡ୍‌ରେ ମହିଳା ଓ ଶିଶୁ ବିକାଶ ତଥା ମିଶନ ଶକ୍ତି ମନ୍ତ୍ରୀ ଟୁକୁନି ସାହୁଙ୍କ ଦ୍ୱାରା ଉଦ୍‌ଘାଟିତ ହୋଇଯାଇଛି। ମିଶନ ଶକ୍ତି କମିଶନର ସୁଜାତା ଆର୍‌ କାର୍ତ୍ତେକେୟନ ଉପସ୍ଥିତ ଥିଲେ। ଜିଲାପାଳ ଆଶିଷ ଠାକ୍‌ରେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ସାହୁ କେନ୍ଦୁଝର ଜିଲା ପ୍ରଶାସନର ପୁରା ଟିମ୍‌କୁ ଏଥିପାଇଁ ପ୍ରଶଂସା କରିଥିଲେ। ମାଣ୍ଡିଆ ଆମର ପାରମ୍ପରିକ ଓଡ଼ିଆ ଖାଦ୍ୟ। ଏହି କାଫେ ଖୋଲାଯିବା ଦ୍ୱାରା ଚାଷୀମାନେ ଲାଭବାନ ହେବେ ଏବଂ ମହିଳାମାନେ ଅଧିକ ସ୍ବାବଲମ୍ବୀ ହେବା ସହ ସଶକ୍ତିକରଣ ହୋଇପାରିବେ ବୋଲି କୁହାଯାଇଛି। ପଞ୍ଚାୟତ ସ୍ତରରେ ଏଭଳି କାଫେ ହେଲେ ମହିଳାମାନେ ଅଧିକ ସ୍ବାବଲମ୍ବୀ ହୋଇପାରିବେ। ତେବେ ଜିଲାର ୩୩୦ ପଞ୍ଚାୟତରେ ଏଭଳି କାଫେ ଖୋଲିବା ପାଇଁ ମିଶନ ଶକ୍ତି ଜରିଆରେ ଘର ତିଆରି ଚାଲିଥିବା ଜିଲାପାଳ କହିଛନ୍ତି।
ଏଠାରେ ଲୋକେ ମାଣ୍ଡିଆରେ ପ୍ରସ୍ତୁତ ବିଭିନ୍ନ ପ୍ରକାର ଗରମ ଖାଦ୍ୟ ଓ ସ୍ବାଦିଷ୍ଟ ତଥା ସ୍ବାସ୍ଥ୍ୟ ପକ୍ଷେ ହିତକର ଖାଦ୍ୟ ପାଇପାରିବେ। ମିଲେଟ ମିଶନ ଓ ମିଶନ ଶକ୍ତିର ମିଳିତ ଉଦ୍ୟମରେ ଏହା ଚାଲୁଥିବା ବେଳେ ଆଗାମୀ ଦିନରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଏଭଳି କାଫେ ଖୋଲି ମାଣ୍ଡିଆ ଖାଦ୍ୟ ଓ ଚାଷକୁ ପ୍ରସାରିତ ଲାଗି ସରକାର ପଦକ୍ଷେପ ନେଉଥିବା ଅବଗତ କରାଯାଇଥିଲା। ସୂଚନାଯୋଗ୍ୟ, ଓଡ଼ିଶା ମିଲେଟ ମିଶନ ୨୦୧୯ରେ ଆରମ୍ଭ ହୋଇ ଜିଲାର ୭ ବ୍ଲକରେ ଏହି ଚାଷ କରାଯାଇ ପାଖାପାଖି ୪ହଜାର ଚାଷୀ ଉପକୃତ ହେଉଛନ୍ତି। ସେହିପରି ମାଣ୍ଡିଆ ଲଡୁ ଆଇସିଡିଏସ୍‌ ସ୍କିମ୍‌ରେ ଅଙ୍ଗନଓ୍ବାଡି କେନ୍ଦ୍ରର ଶିଶୁମାନଙ୍କୁ ଖାଇବାକୁ ଦିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁ ଗ୍ୟାସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ସରକାରଙ୍କୁ କଡ଼ା ସମାଲୋଚନା

କେନ୍ଦୁଝର, ୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଗ୍ୟାସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା କେନ୍ଦୁଝର ଜିଲ୍ଲାର ୧୫ ଜଣ ଆଦିବାସୀ ଶ୍ରମିକଙ୍କ ପରିବାରକୁ ରାଜ୍ୟ ବିଜୁ ଜନତା ଦଳ…

ଅଡବା ପୋଲିସକୁ ବଡ଼ ସଫଳତା: ୭୨.୫ ଲିଟର ବେଆଇନ ମଦ ଜବତ, ଜଣେ ଗିରଫ

ମୋହନା, ୯।୭(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ପୋଲିସକୁ ବେଆଇନ ମଦ କାରବାର ବିରୋଧରେ ଏକ ବଡ଼ ସଫଳତା ମିଳିଛି। ଥାନା ଅନ୍ତର୍ଗତ ପଟୁମା ଗାଁରେ…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା

ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା…

କେମିତି ପାତାଳଗଙ୍ଗା ନଦୀରେ ଭାସିଗଲା ହଜାର ହଜାର LPG ସିଲିଣ୍ଡର, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ନିରନ୍ତର ମୁଷଳଧାରାରେ ବର୍ଷା ଏବେ ଦୈନନ୍ଦିନ ଜୀବନ ଏବଂ ଶିଳ୍ପ ପ୍ରତିଷ୍ଠାନ ଉଭୟ ଉପରେ ଖୁବ୍‌ ପ୍ରଭାବ ପକାଇଛି। ଚାଭନେ (ପାନଭେଲ ତାଲୁକା, ରାୟଗଡ…

ବେଆଇନ ବିସ୍ଫୋରକ ବିରୋଧରେ ଗଞ୍ଜାମ ପୋଲିସର ସ୍ୱତନ୍ତ୍ର ଅଭିଯାନ: ୧୮ ମାମଲା ରୁଜୁ, ୨୪ ଗିରଫ

ଛତ୍ରପୁର,୯।୭ (ଦିଲ୍ଲୀପ ସାମଲ): ଜନସାଧାରଣଙ୍କ ସୁରକ୍ଷା ନିଶ୍ଚିତ କରିବା ଏବଂ ବିସ୍ଫୋରକ ପଦାର୍ଥର ବେଆଇନ ମହଜୁଦ, ପରିବହନ ଓ ଦୁରୁପଯୋଗକୁ ରୋକିବା ଲକ୍ଷ୍ୟରେ ଗଞ୍ଜାମ ପୋଲିସ ପକ୍ଷରୁ…

ଜୋତା ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୨୮ ଜଣ, ଆସିଲା ଛାତିଥରା Video

ବେଜିଂ,୯।୭: ଗୁରୁବାର (ଜୁଲାଇ ୯, ୨୦୨୬) ଦିନ ଚାଇନାର ଜିନଜିଆଙ୍ଗରେ ଏକ ଜୋତା କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା, ଯାହା ଫଳରେ ୨୮ ଜଣଙ୍କର ମୃତ୍ୟୁ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri