Posted inଜାତୀୟ

ମଧ୍ୟରାତ୍ରରେ ସ୍ଥଳ ଭାଗ ଛୁଇଁବ ମାଣ୍ଡୋସ

ଚେନ୍ନାଇ,୯।୧୨: ବାତ୍ୟା ମାଣ୍ଡୋସ୍‌ ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ଗତି କରି ଶୁକ୍ରବାର ମଧ୍ୟରାତ୍ରରେ ପୁଡ଼ୁଚେରୀ ଓ ଶ୍ରୀହରିକୋଟା ସହ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେତିକିବେଳେ ଘଣ୍ଟା ପ୍ରତି ୮୫ କି.ମି. ବେଗରେ ପବନ ବୋହିବା ସାଙ୍ଗକୁ ତଳିଆ ଅଞ୍ଚଳବାସୀଙ୍କ ଥଇଥାନ, ରିଲିଫ ଓ ବିପର୍ଯ୍ୟୟର ମୁକାବିଲା ଲାଗି ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି।

ମିଳିଥିବା ସୂଚନା ମୁତାବକ, ଆଗାମୀ ୬ ଘଣ୍ଟା ଧରି ଭୀଷଣ ସାମୁଦ୍ରିକ ବାତ୍ୟା ମାଣ୍ଡୋସ ତା’ର ତୀବ୍ରତା ବଜାୟ ରଖିବାର ସମ୍ଭାବନା ରହିଛି। ତା’ପରେ ଏହା କ୍ରମଶଃ ଦୁର୍ବଳ ହୋଇ ସାମାନ୍ୟ ସାମୁଦ୍ରିକ ବାତ୍ୟାରେ ପରିଣତ ହେବ। ଏନେଇ ପଡୁଚେରୀ ଏବଂ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳରେ ‘ଅରେଞ୍ଜ ଆଲର୍ଟ’ ଜାରି କରାଯାଇଛି। ଏନେଇ ଏନ୍‌ଡିଆର୍‌ଏଫ’ ଟିମ୍‌ ମଧ୍ୟ ସଜାଗ ରହିଛନ୍ତି।

ପ୍ରବଳ ବର୍ଷା ଆଶଙ୍କା ଥିବାରୁ ଶୁକ୍ରବାର ତାମିଲନାଡୁର ୬ଟି ଜିଲାର ସମସ୍ତ ସ୍କୁଲ ଓ କଲେଜକୁ ସରକାର ବନ୍ଦ ଘୋଷଣା କରିଛନ୍ତି। ବାତ୍ୟା ପ୍ରଭାବରେ ଚେନ୍ନାଇ, ଥିରୁଭାଲ୍ଲୁର, ଚେଙ୍ଗାଲପାଟ୍ଟୁ , କାଞ୍ଚିପୁରମ, ଭେଲୋର ଏବଂ ରାନିପେଟାଇରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ରହିଛି। ଏନେଇ ତାମିଲନାଡୁ ସରକାର ଏନ୍‌ଡିଆର୍‌ଏଫ ଏବଂ ରାଜ୍ୟ ସୁରକ୍ଷା କର୍ମଚାରୀଙ୍କୁ ନେଇ ୧୨ଟି ଟିମ୍‌ ଗଠନ କରାଯାଇ ୧୦ଟି ଜିଲାରେ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରିସରି ଯାଉଛି ପଞ୍ଜୀକରଣ ଅବଧି, ତୁଟୁନି ଚାଷୀଙ୍କ ସମସ୍ୟା: ଉପୁଜୁଛି ନୂଆ ନୂଆ ସମସ୍ୟା

ବରଗଡ଼,୨୦।୮(ପ୍ରେମାନନ୍ଦ ଖମାରୀ):ସମୟ ଗଡ଼ି ଚାଲିଛି। ପଞ୍ଜୀକରଣ ଅବଧି ମଧ୍ୟ ସରିସରି ଯାଉଛି। ଏଭଳି ସ୍ଥିତିରେ ଧାନବିକ୍ରି ପଞ୍ଜୀକରଣ ପାଇଁ ଚାଷୀମାନଙ୍କୁ ନୂଆଁ ନୂଆଁ ସମସ୍ୟାର ସମ୍ମୁଖୀନ ହେବାକୁ…

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri