Posted inଗଜପତି

ବିକାଶ ଅପେକ୍ଷାରେ ମାନ୍ଦ୍ରାବାଜୁ ଗାଁ

ଆର.ଉଦୟଗିରି,୨୩ା୬(ଡି.ଏନ.ଏ.): ମୋହନା ବ୍ଲକ ରାଇପଙ୍କା ପଞ୍ଚାୟତ ମାନ୍ଦ୍ରାବାଜୁ ଗ୍ରାମରେ ବିକାଶ ଅପହଞ୍ଚ। ଏବେ ବି ଶିକ୍ଷା, ସ୍ବାସ୍ଥ୍ୟ, ପାନୀୟ ଜଳ ଭଳି ମୌଳିକ ସୁବିଧାରୁ ଗ୍ରାମବାସୀ ବଞ୍ଚିତ ହେଉଛନ୍ତି। କେବଳ ରାସ୍ତା ନିର୍ମାଣକୁ ବାଦ ଦେଲେ ଅନ୍ୟ କୌଣସି ସରକାରୀ ଯୋଜନା ଲୋକଙ୍କ ନିକଟରେ ପହଞ୍ଚିନାହିଁ।
ମାନ୍ଦ୍ରାବାଜୁ ଗ୍ରାମରେ ପ୍ରାୟ ୮୦ ପରିବାର ବସବାସ କରନ୍ତି। ମୋଟ ୫୦୦ ଲୋକଙ୍କ ମଧ୍ୟରୁ ମାତ୍ର ୧୨ ଜଣ ଅର୍ଥାତ୍‌ ପରିବାରକୁ ମିଳିଛି ସରକାରୀ ସହାୟତା। ଅନ୍ୟମାନଙ୍କ ପାଇଁ ଏଠି ସରକାରୀ ଯୋଜନା ସାତ ସପନ ପାଲଟିଛି। ସ୍ବାସ୍ଥ୍ୟସେବା ପାଇଁ ଲୋକେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସାମାନ୍ୟ ଦେହ ଖରାପ ହେଲେ ରାଇପଙ୍କା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଯିବାକୁ ପଡ଼ୁଛି। ସେଠାରେ ବି ନିୟମିତ ଡାକ୍ତର ରହୁ ନ ଥିବାରୁ ବାଧ୍ୟ ହୋଇ ୨୫ କି.ମି. ଦୂର ମୋହନା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ନିର୍ଭରଶୀଳ ଗ୍ରାମବାସୀ। ଗାଁରେ ରାସ୍ତାଘାଟର ଉନ୍ନତି କିମ୍ବା ଅନ୍ୟ କୌଣସି ଉନ୍ନୟନମୂଳକ କାମ ହୋଇପାରିନାହିଁ। ଏହାକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଗଜପତି ଜିଲାରେ ପ୍ରାୟ ଦୁଇ ଦଶନ୍ଧି ଧରି ଲାଗି ରହିଥିବା ମାଓବାଦୀ ସମସ୍ୟାର ଉତ୍ପତି ଏହି ଗାଁରୁ ହୋଇଥିବା କୁହାଯାଏ। କାରଣ ଆଦିବାସୀ ଏବଂ ଅଣଆଦିବାସୀଙ୍କ ମଧ୍ୟରେ ଲାଗି ରହିଥିବା ଜମି ବିବାଦକୁ କେନ୍ଦ୍ର କରି ୧୯୯୯ ମସିହା ଡିସେମ୍ବର ୩୦ ତାରିଖରେ ପୋଲିସ ଦ୍ୱାରା କିଛି ଆଦିବାସୀ ନିହତ ହୋଇଥିଲେ। ସେବେଠାରୁ ଏହି ଗାଁ ମାଓବାଦୀଙ୍କ ଉତ୍ପତି ସ୍ଥଳ ଭାବେ ବିବେଚିତ ହୋଇଗଲା। ମାଓବାଦୀଙ୍କ ସୁରକ୍ଷିତ ଆଶ୍ରୟସ୍ଥଳୀ ଭାବେ ପରିଚିତ ଜିଲାର ଅନେକ ଦୁର୍ଗମ ଅଞ୍ଚଳରେ ଏବେ ବି ସରକାରୀ ଯୋଜନା ଅପହଞ୍ଚ। ଅନ୍ୟପକ୍ଷରେ ଜିଲା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ କୁହାଯାଇଛି, ଏହି ଗ୍ରାମର ଲୋକଙ୍କୁ ଟଙ୍କିକିଆ ଚାଉଳଠୁ ଆରମ୍ଭ କରି ରାସ୍ତା, ଭତ୍ତା ଯୋଗାଇ ଦିଆଯାଉଛି। ଅନ୍ୟ ଯୋଜନାଗୁଡିକୁ ଖୁବଶୀଘ୍ର ପହଞ୍ଚାଇବା ପାଇଁ ସରକାର ପଦକ୍ଷେପ ନେଉଥିବା ସୂଚନା ମିଳିଛି। ମାଓବାଦୀ ପ୍ରବଣ ଅଞ୍ଚଳର ଉନ୍ନତି କରି ସରକାରୀ ବିରୋଧୀ ମନୋଭାବରୁ ଦୂରେଇବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଯୋଜନା କରୁଛନ୍ତି। ହେଲେ ଅଧିକାରୀଙ୍କ ଖାମଖିଆଲି ମନୋଭାବ ଯୋଗୁ ବିକାଶ ଅଧୁରା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ

ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

ନଡ଼ିଆ ଗଛରୁ ବାଘୁଆ ମହୁମାଛି ବାହାରି ହଠାତ କଲା ଆକ୍ରମଣ: ବୃଦ୍ଧ ଗୁରୁତର, ୪ ଯୁବକ…

ମୋହନା,୬।୪:(ମନ୍ମଥ ମିଶ୍ର): ବାଘୁଆ ମହୁମାଛି ଆକ୍ରମଣରେ ୪ ଆହତ ଜଣେ ବୃଦ୍ଧ ଗୁରୁତର। ଏଭଳି ଘଟଣା ଘଟିଛି ଗଜପତି ଜିଲା ମୋହନା ବ୍ଲକ ଅନ୍ତର୍ଗତ ପାଣିଗଣ୍ଡା ଗାଁରେ।…

ମହେନ୍ଦ୍ରଗିରିରେ ନିଖୋଜ ପର୍ଯ୍ୟଟକଙ୍କ ମୃତଦେହ ମିଳିଲା, ୩ ସାଙ୍ଗଙ୍କ ସହ ବୁଲିବାକୁ ଯାଇ…

ପାରଳାଖେମୁଣ୍ଡି,୬ା୪(ଗିରିଧାରୀ ପରିଚ୍ଛା): ମହେନ୍ଦ୍ରଗିରିରେ ନିଖୋଜ ଥିବା ପର୍ଯ୍ୟଟକଙ୍କ ମୃତଦେହ ସୋମବାର ସକାଳେ ଉଦ୍ଧାର ହୋଇଛି। ଗତକାଲି କାଳବୈଶାଖୀ ପ୍ରଭାବରେ ବିନୋଦ ଚନ୍ଦ୍ର ଜେନା ନାମକ ଜଣେ ବ୍ୟକ୍ତି…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

କେନ୍ଦୁଘାଟିରେ ଓଲଟିଲା କୋଳଥ ବୋଝେଇ ଟ୍ରକ୍‌: ଡ୍ରାଇଭର ଗୁରୁତର 

ମୋହନା,୫।୪(ମନ୍ମଥ ମିଶ୍ର):ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲିଲିଗଡ଼ ନିକଟ କେନ୍ଦୁଘାଟି ବୁଲାଣିରେ ଦୁର୍ଘଟଣା ଘଟିଛି। ସୂଚନା ପ୍ରକାରେ ବ୍ରହ୍ମପୁରଠାରୁ ଏକ କୋଳଥ ବୋଝେଇ ଟ୍ରକ ଜୟପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri