Posted inଜାତୀୟ

ମାଣ୍ଡୁସ ବିପର୍ଯ୍ୟୟ, ୪ ମୃତ-୪୦୦ରୁ ଅଧିକ ଗଛ ଭାଙ୍ଗିଲା…

ଚେନ୍ନାଇ,୧୦।୧୨ : ଗତକାଲି ବିଳମ୍ବିତ ରାତିରେ ତାମିଲନାଡୁର ମାଲାପୁରମ ଉପକୂଳରେ ସାଇକ୍ଲୋନିକ ଝଡ ମାଣ୍ଡୁସ ଲ୍ୟାଣ୍ଡଫଲ କରିଥିଲା। ବିଳମ୍ବିତ ରାତିରୁ ରାଜ୍ୟ ଉପକୂଳବର୍ତ୍ତୀ ଅଞ୍ଚଳରେ ମଧ୍ୟମରୁ ପ୍ରବଳ ବର୍ଷା ଜାରି ରହିଛି। ଏହା ବ୍ୟତୀତ ମଧ୍ୟମରୁ ପ୍ରବଳ ବର୍ଷା ମଧ୍ୟ ଆନ୍ଧ୍ରପ୍ରଦେଶର ଉପକୂଳବର୍ତ୍ତୀ ଅଞ୍ଚଳରେ କ୍ଷତି ଘଟାଇଛି। ତାମିଲନାଡୁରେ ଏପର୍ଯ୍ୟନ୍ତ ୪ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଝଡ଼ ବାତ୍ୟାଯୋଗୁ ୪୦୦ରୁ ଅଧିକ ଗଛ ଭାଙ୍ଗିପଡ଼ିଛି। ଉଭୟ ରାଜ୍ୟର ଅନେକ ଅଞ୍ଚଳରେ ବନ୍ୟା ପରିସ୍ଥିତି ଉପୁଜିଛି।

ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ କହିଛନ୍ତି ଯେ ବର୍ଷା ଓ ଝଡ଼ ଯୋଗୁଁ ୯୮ ଗୋରୁଙ୍କର ମଧ୍ୟ ମୃତ୍ୟୁ ଘଟିଛି। ୧୫୧ଟି ଘର ନଷ୍ଟ ହୋଇଯାଇଛି। ସେ କହିଛନ୍ତି, ମୁଁ ପ୍ରଭାବିତ ଅଞ୍ଚଳଗୁଡିକୁ ଯାଞ୍ଚ କରୁଛି। କ୍ଷୟକ୍ଷତିର ଆକଳନ କରାଯାଉଛି।

ପ୍ରବଳ ବର୍ଷା ଯୋଗୁ ଆନ୍ଧ୍ରପ୍ରଦେଶର କେଭିବି ପୁରାମ ମଣ୍ଡଳର ଅନେକ ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖା ଦେଇଛି। ରାଜ୍ୟର କୋଭ୍ନୋର, ଥିମସମୁଦ୍ରାମ, ରାଜୁଲା କାଣ୍ଡିଗାରେ ନଦୀରେ ବନ୍ୟା ଜଳ ପ୍ରବାହିତ ହେବାରେ ଲାଗିଛି। ଟ୍ରାଫିକ ବ୍ୟବସ୍ଥା ମଧ୍ୟ ବ୍ୟାହତ ହୋଇଥିବାବେଳେ ରାସ୍ତା ଜଳମଗ୍ନ ହୋଇଛି।

ସାଇକ୍ଲୋଥନ ମାଣ୍ଡୁସ କାରଣରୁ ଚେନ୍ନାଇରେ ବ୍ୟାପକ କ୍ଷୟକ୍ଷଦି ଘଟିଛି। ଗ୍ରେଟର ଚେନ୍ନାଇ ନିଗମର କମିଶନର ଗଗନଦୀପ ବେଦୀ କହିଛନ୍ତି ଯେ ବର୍ତ୍ତମାନ ସୁଦ୍ଧା ପ୍ରାୟ ୨୦୦ ଲୋକଙ୍କୁ ପ୍ରଭାବିତ ଅଞ୍ଚଳରୁ ରିଲିଫ କ୍ୟାମ୍ପକୁ ସ୍ଥାନାନ୍ତର କରାଯାଇଛି। ପ୍ରାୟ ୯୦୦୦ ଲୋକଙ୍କୁ ଖାଦ୍ୟ ସାମଗ୍ରୀ ଯୋଗାଇ ଦିଆଯାଇଛି। ଦୁର୍ଘଟଣାକୁ ଏଡାଇବା ପାଇଁ ୧୫ ହଜାର ଗଛର ଶାଖା କାଟି ଦେଇଛୁ ବୋଲି ସେ କହିଛନ୍ତି। ରିଲିଫ କାର୍ଯ୍ୟ ପାଇଁ ୫୦୦ରୁ ଅଧିକ କର୍ମଚାରୀ ନିୟୋଜିତ ହୋଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri