Posted inଜାତୀୟ

ମାଣ୍ଡୁସ ବିପର୍ଯ୍ୟୟ, ୪ ମୃତ-୪୦୦ରୁ ଅଧିକ ଗଛ ଭାଙ୍ଗିଲା…

ଚେନ୍ନାଇ,୧୦।୧୨ : ଗତକାଲି ବିଳମ୍ବିତ ରାତିରେ ତାମିଲନାଡୁର ମାଲାପୁରମ ଉପକୂଳରେ ସାଇକ୍ଲୋନିକ ଝଡ ମାଣ୍ଡୁସ ଲ୍ୟାଣ୍ଡଫଲ କରିଥିଲା। ବିଳମ୍ବିତ ରାତିରୁ ରାଜ୍ୟ ଉପକୂଳବର୍ତ୍ତୀ ଅଞ୍ଚଳରେ ମଧ୍ୟମରୁ ପ୍ରବଳ ବର୍ଷା ଜାରି ରହିଛି। ଏହା ବ୍ୟତୀତ ମଧ୍ୟମରୁ ପ୍ରବଳ ବର୍ଷା ମଧ୍ୟ ଆନ୍ଧ୍ରପ୍ରଦେଶର ଉପକୂଳବର୍ତ୍ତୀ ଅଞ୍ଚଳରେ କ୍ଷତି ଘଟାଇଛି। ତାମିଲନାଡୁରେ ଏପର୍ଯ୍ୟନ୍ତ ୪ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଝଡ଼ ବାତ୍ୟାଯୋଗୁ ୪୦୦ରୁ ଅଧିକ ଗଛ ଭାଙ୍ଗିପଡ଼ିଛି। ଉଭୟ ରାଜ୍ୟର ଅନେକ ଅଞ୍ଚଳରେ ବନ୍ୟା ପରିସ୍ଥିତି ଉପୁଜିଛି।

ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ କହିଛନ୍ତି ଯେ ବର୍ଷା ଓ ଝଡ଼ ଯୋଗୁଁ ୯୮ ଗୋରୁଙ୍କର ମଧ୍ୟ ମୃତ୍ୟୁ ଘଟିଛି। ୧୫୧ଟି ଘର ନଷ୍ଟ ହୋଇଯାଇଛି। ସେ କହିଛନ୍ତି, ମୁଁ ପ୍ରଭାବିତ ଅଞ୍ଚଳଗୁଡିକୁ ଯାଞ୍ଚ କରୁଛି। କ୍ଷୟକ୍ଷତିର ଆକଳନ କରାଯାଉଛି।

ପ୍ରବଳ ବର୍ଷା ଯୋଗୁ ଆନ୍ଧ୍ରପ୍ରଦେଶର କେଭିବି ପୁରାମ ମଣ୍ଡଳର ଅନେକ ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖା ଦେଇଛି। ରାଜ୍ୟର କୋଭ୍ନୋର, ଥିମସମୁଦ୍ରାମ, ରାଜୁଲା କାଣ୍ଡିଗାରେ ନଦୀରେ ବନ୍ୟା ଜଳ ପ୍ରବାହିତ ହେବାରେ ଲାଗିଛି। ଟ୍ରାଫିକ ବ୍ୟବସ୍ଥା ମଧ୍ୟ ବ୍ୟାହତ ହୋଇଥିବାବେଳେ ରାସ୍ତା ଜଳମଗ୍ନ ହୋଇଛି।

ସାଇକ୍ଲୋଥନ ମାଣ୍ଡୁସ କାରଣରୁ ଚେନ୍ନାଇରେ ବ୍ୟାପକ କ୍ଷୟକ୍ଷଦି ଘଟିଛି। ଗ୍ରେଟର ଚେନ୍ନାଇ ନିଗମର କମିଶନର ଗଗନଦୀପ ବେଦୀ କହିଛନ୍ତି ଯେ ବର୍ତ୍ତମାନ ସୁଦ୍ଧା ପ୍ରାୟ ୨୦୦ ଲୋକଙ୍କୁ ପ୍ରଭାବିତ ଅଞ୍ଚଳରୁ ରିଲିଫ କ୍ୟାମ୍ପକୁ ସ୍ଥାନାନ୍ତର କରାଯାଇଛି। ପ୍ରାୟ ୯୦୦୦ ଲୋକଙ୍କୁ ଖାଦ୍ୟ ସାମଗ୍ରୀ ଯୋଗାଇ ଦିଆଯାଇଛି। ଦୁର୍ଘଟଣାକୁ ଏଡାଇବା ପାଇଁ ୧୫ ହଜାର ଗଛର ଶାଖା କାଟି ଦେଇଛୁ ବୋଲି ସେ କହିଛନ୍ତି। ରିଲିଫ କାର୍ଯ୍ୟ ପାଇଁ ୫୦୦ରୁ ଅଧିକ କର୍ମଚାରୀ ନିୟୋଜିତ ହୋଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଟିଏମସି ଅପେକ୍ଷା ଭାଜପାକୁ ଭୋଟ୍ ଦେବା ଭଲ’ କହିଲେ ଅଧୀର ରଞ୍ଜନ ଚୌଧୁରୀ, କଂଗ୍ରେସ ଦେଲା ପ୍ରତିକ୍ରିୟା

କୋଲକାତା,୧ା୫: କଂଗ୍ରେସର ବରିଷ୍ଠ ନେତା ଆଧୀର ରଂଜନ ଚୌଧୁରୀ ବୁଧବାର ପଶ୍ଚିମବଙ୍ଗରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବାବେଳେ ତୃଣମୂଳ କଂଗ୍ରେସକୁ ଭୋଟ୍ ଦେବା ଅପେକ୍ଷା...

ସୁପ୍ରିମକୋର୍ଟଙ୍କ ଆଦେଶ ପରେ ସିମ୍ବଲ ଲୋଡିଂ ୟୁନିଟ୍ ଗୁଡ଼ିକର ସଂରକ୍ଷଣ ପାଇଁ ନୂଆ ପ୍ରୋଟୋକଲ ଜାରି କଲେ ନିର୍ବାଚନ ଆୟୋଗ

କୋଲକାତା,୧ା୫: ଭାରତ ନିର୍ବାଚନ ଆୟୋଗ ଆଜି ସିମ୍ବଲ ଲୋଡିଂ ୟୁନିଟ୍ – ଏସଏଲୟୁ ପରିଚାଳନା ଓ ଭଣ୍ଡାରଣ ପାଇଁ ନୂଆ ପ୍ରୋଟୋକଲ ଜାରି କରିଛନ୍ତି ।...

ସଲମାନଙ୍କ ଘର ଉପରକୁ ଗୁଳିମାଡ଼ କରିଥିବା ଅଭିଯୁକ୍ତଙ୍କ ଆତ୍ମହତ୍ୟା

ମୁମ୍ବାଇ,୧ା୫: ବି’ ଟାଉନ୍‌ର ଭାଇଜାନ ସଲମାନ ଖାନଙ୍କ ଘର ଉପରକୁ ଗୁଳିମାଡ଼ ଘଟଣାର ଏକ ବଡ଼ ଖବର ସାମ୍ନାକୁ ଆସିଛି। ସଲମାନଙ୍କ ଗାଲାକ୍ସି ଆପାର୍ଟମେଣ୍ଟ ବାହାରେ...

‘କାଲି ସୁଦ୍ଧା ରାହୁଲ ଗାନ୍ଧୀ ଆମେଠିରୁ ନିଜ ନାମ ଘୋଷଣା ନ କଲେ ଆତ୍ମହତ୍ୟା କରିବି’

ନୂଆଦିଲ୍ଲୀ,୧।୫: କଂଗ୍ରେସ ଆମେଠୀ ଆସନରୁ ଏଯାବତ ପ୍ରାର୍ଥୀ ଘୋଷଣା କରିନାହିଁ। ଏହାକୁ ନେଇ ଦଳର ନେତାଙ୍କ ସହ କର୍ମୀମାନେ ଅସନ୍ତୁଷ୍ଟ ବ୍ୟକ୍ତ କରୁଛନ୍ତି। ରାହୁଲ ଗାନ୍ଧୀ...

ଭାଜପାରେ ସାମିଲ ହେଲେ ‘ଅନୁପମା’

ନୂଆଦିଲ୍ଲୀ,୧।୫: ଲୋକପ୍ରିୟ ଅଭିନେତ୍ରୀ ରୁପାଲୀ ଗାଙ୍ଗୁଲି ଭାଜପାରେ ସାମିଲ ହୋଇଛନ୍ତି। ଦିଲ୍ଲୀ ସ୍ଥିତ ପାର୍ଟି ମୁଖ୍ୟାଳୟରେ ସେ ଭାଜପାରେ ଯୋଗ ଦେଇଛନ୍ତି। ଏହି ଅବସରରେ ଦଳର...

ଏପ୍ରିଲରେ ରେକର୍ଡ ସଂଗ୍ରହ ଜିଏସ୍‌ଟି: ୨.୧୦ ଲକ୍ଷ କୋଟିରେ ପହଞ୍ଚିଲା

ନୂଆଦିଲ୍ଲୀ,୧।୫: ଏପ୍ରିଲ ମାସରେ ଦେଶରେ ଦ୍ରବ୍ୟ ଓ ସେବା କର(ଜିଏସ୍‌ଟି) ସଂଗ୍ରହ ରେକର୍ଡ ସୃଷ୍ଟି କରିଛି। ସମସ୍ତ ରେକର୍ଡ ଭାଙ୍ଗି ଏପ୍ରିଲ ୨୦୨୪ରେ ଜିଏସ୍‌ଟି ସଂଗ୍ରହ...

ରାଏବରେଲିରୁ ପ୍ରିୟଙ୍କା, ଏଇଠୁ ଲଢିବେ ରାହୁଲ, ଆସିଲା କଂଗ୍ରେସର ପ୍ରାର୍ଥୀ ତାଲିକା!

ନୂଆଦିଲ୍ଲୀ,୧।୫: ୨୦୨୪ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ଆମେଠି ଏବଂ ରାଏବରେଲିରୁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। କଂଗ୍ରେସର ଏହି ତାଲିକା ସୋସିଆଲ ମିଡିଆରେ...

ସ୍କୁଲ ଉଡ଼ାଇ ଦେବାକୁ ଆସିଲା ଧମକ: ଚିନ୍ତାରେ ପୋଲିସ

ନୂଆଦିଲ୍ଲୀ୫।୧: ରାଜଧାନୀର ଅନେକ ସ୍କୁଲକୁ ଧମକପୂର୍ଣ୍ଣ ଇମେଲ ଆସିଛି। ଏଥିରେ ସ୍କୁଲକୁ ବୋମା ପକାଇ ଉଡାଇ ଦେବାକୁ ଧମକ ଦିଆଯାଇଛି। ଦିଲ୍ଲୀର ଦ୍ୱାରକାଠାରେ ଅବସ୍ଥିତ ଦିଲ୍ଲୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri