Posted inଜାତୀୟ

ତାମିଲନାଡୁ ମୁହାଁ ମାଣ୍ଡୁସ…

ଚେନ୍ନାଇ,୮।୧୨ : ସାମୁଦ୍ରିକ ଝଡ଼ ମାଣ୍ଡୁସ ତାମିଲନାଡୁ ମୁହାଁ ହେବାରେ ଲାଗିଛି। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏକ ଗଭୀର ଅବପାତରେ ପରିଣତ ହୋଇଛି ଏବଂ ଗୁରୁବାର ସନ୍ଧ୍ୟା ସୁଦ୍ଧା ମାଣ୍ଡୁସ ଅଧିକ ଉଗ୍ର ରୂପ ନେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉତ୍ତର ତାମିଲନାଡୁ, ପୁଡୁଚେରୀ ଏବଂ ଦକ୍ଷିଣ ଆନ୍ଧ୍ରପ୍ରଦେଶର ଉପକୂଳରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କରାଯାଇଛି। ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହା ଏକ ଭୟଙ୍କର ରୂପ ନେଇପାରେ।

ତାମିଲନାଡୁର ଉତ୍ତର ଉପକୂଳବର୍ତ୍ତୀ ଜିଲାଗୁଡିକରେ ଆସନ୍ତା ତିନି ଦିନ ପାଇଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କୌଣସି ଜରୁରୀକାଳୀନ ପରିସ୍ଥିତିର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତି ହେବାରେ ଲାଗିଛନ୍ତି। କରିଛନ୍ତି। ରାଜ୍ୟର ସମସ୍ତ ଜିଲା କଲେକ୍ଟରମାନଙ୍କୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ଏବଂ୬ଟି ଜିଲ୍ଲାରେ ଜାତୀୟ ବିପର୍ଯ୍ୟୟ ମୁକାବିଲା ଫୋର୍ସ (ଏନଡିଆରଏଫ) ଦଳ ନିୟୋଜିତ ହୋଇଛନ୍ତି।

ତଳିଆ ଅଞ୍ଚଳରୁ ସ୍ଥାନାନ୍ତରିତ ହୋଇଥିବା ଲୋକଙ୍କ ସୁବିଧା ପାଇଁ ରାଜ୍ୟ ସରକାର ପ୍ରଭାବିତ ହେବାକୁ ଥିବା ଜିଲାରେ ୫୦୦୦ରୁ ଅଧିକ ରିଲିଫ କ୍ୟାମ୍ପ ଖୋଲିଛନ୍ତି। ଶିବିରରେ ରହୁଥିବା ଲୋକଙ୍କୁ ଖାଦ୍ୟ, ପାନୀୟ ଜଳ ଏବଂ ସ୍ବାସ୍ଥ୍ୟ ସମେତ ସମସ୍ତ ମୌଳିକ ସୁବିଧା ଯୋଗାଇ ଦିଆଯାଇଛି। ବର୍ଷାର ପ୍ରଭାବ ଉପରେ ନଜର ରଖିବା ପାଇଁ ଏକ୨୪ ଘଣ୍ଟିଆ ନିୟନ୍ତ୍ରଣ କକ୍ଷ ମଧ୍ୟ ଖୋଲାଯାଇଛି, ଯାହା ଆସନ୍ତା ଦୁଇ ଦିନ ଧରି ପ୍ରବଳ ବର୍ଷା ଏବଂ ଏହାର ପ୍ରଭାବ ଉପରେ ନଜର ରଖିବ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri