Posted inଜାତୀୟ

ଭାଜପା ରାଷ୍ଟ୍ରୀୟ କାର୍ଯ୍ୟକାରିଣୀରୁ ମାନେକା-ବରୁଣ ବାହାର…

ନୂଆଦିଲ୍ଲୀ,୭।୧୦: ଭାଜପାର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀରୁ ମାନେକା ଗାନ୍ଧୀ ଏବଂ ବରୁଣ ଗାନ୍ଧୀଙ୍କୁ ବାହାର କରାଯାଇଛି। ବରୁଣ ଲଗାତାର ସରକାରଙ୍କର ବିଭିନ୍ନ ନୀତିର ସମାଲୋଚନା ଜାରି ରଖିଥିଲେ। ଉତ୍ତରପ୍ରଦେଶ ଲକ୍ଷ୍ମୀପୁର ଖିରି ହିଂସାରେ ବରୁଣ ଗୁରୁବାର ନିଜ ଟୁଇଟର ହ୍ୟାଣ୍ଡେଲରେ ଏକ ଭିଡ଼ିଓ ଅପଲୋଡ୍‌ କରିବା ସହିତ ଘଟଣାକୁ ନିନ୍ଦା କରିଥିଲେ। ଏହା ପରେ ପରେ ଭାଜପା କାର୍ଯ୍ୟକାରିଣୀ ପକ୍ଷରୁ ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଥିବା ଚର୍ଚ୍ଚା ହେଉଛି। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ନୂଆ କାର୍ଯ୍ୟକାରିଣୀ ଘୋଷଣା କରିଛନ୍ତି। ଏଥିରେ ଜ୍ୟୋତିରାଦିତ୍ୟ ସିନ୍ଧିିଆ ଏବଂ ମିଥୁନ ଚକ୍ରବର୍ତ୍ତୀଙ୍କୁ ସ୍ଥାନ ମିଳିଛି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବରିଷ୍ଠ ନେତା ଏଲ.କେ ଆଡଭାନୀ ଏବଂ ମୁରଲୀ ମନୋହର ଯୋଶୀଙ୍କ ସମେତ ୮୦ ନେତାଙ୍କୁ କାର୍ଯ୍ୟକାରୀ ସଦସ୍ୟ ଭାବେ ମନୋନୀତ କରାଯାଇଛି। ଭାଜପା ମହାସଚିବ ଅରୁଣ ସିଂଙ୍କ ଦ୍ୱାରା ଜାରି କରାଯାଇଥିବା ବିଜ୍ଞପ୍ତି ଅନୁଯାୟୀ କାର୍ଯ୍ୟ କମିଟିରେ ୫୦ ଜଣ ସ୍ବତନ୍ତ୍ର ନିମନ୍ତ୍ରିତ ତଥା ୧୭୯ ଜଣ ସ୍ଥାୟୀ ଆମନ୍ତ୍ରିତ (ପୂର୍ବତନ ଅଫିସିଆଲ) ସଦସ୍ୟ ମଧ୍ୟ ରହିଛନ୍ତି। ସେମାନଙ୍କ ମଧ୍ୟରେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ, ବିଧାନସଭା ପାର୍ଟି ନେତା, ପୂର୍ବତନ ଉପମୁଖ୍ୟମନ୍ତ୍ରୀ, ସମସ୍ତ ଜାତୀୟ ମୁଖପାତ୍ର ପ୍ରମୁଖଙ୍କୁ ସାମିଲ କରାଯାଇଛି। ମୋଟ ୩୦୯ ସଦସ୍ୟଙ୍କ ନାମ କାର୍ଯ୍ୟନିର୍ବାହୀ କମିଟି ପକ୍ଷରୁ ଘୋଷଣା କରାଯାଇଛି।

ଏଥି ସହିତ ୧୩ ଜଣ ସଦସ୍ୟଙ୍କୁ ରାଷ୍ଟ୍ରୀୟ ଉପାଧ୍ୟକ୍ଷ କରାଯାଇଛି। ସେମାନଙ୍କ ମଧ୍ୟରେ ଛତିଶଗଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରମଣ ସିଂ, ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ବସୁନ୍ଧରା ରାଜେ, ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରଘୁବର ଦାସ ଅଛନ୍ତି। ଏଥି ସହିତ ୭ ଜଣ ସଦସ୍ୟଙ୍କୁ ରାଷ୍ଟ୍ରୀୟ ମହାସଚିବ କରାଯାଇଛି, ଯେଉଁଥିରେ କୈଳାଶ ବିଜୟବର୍ଗିୟଙ୍କ ନାମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri