Posted inଜାତୀୟ

ଭାଜପା ରାଷ୍ଟ୍ରୀୟ କାର୍ଯ୍ୟକାରିଣୀରୁ ମାନେକା-ବରୁଣ ବାହାର…

ନୂଆଦିଲ୍ଲୀ,୭।୧୦: ଭାଜପାର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀରୁ ମାନେକା ଗାନ୍ଧୀ ଏବଂ ବରୁଣ ଗାନ୍ଧୀଙ୍କୁ ବାହାର କରାଯାଇଛି। ବରୁଣ ଲଗାତାର ସରକାରଙ୍କର ବିଭିନ୍ନ ନୀତିର ସମାଲୋଚନା ଜାରି ରଖିଥିଲେ। ଉତ୍ତରପ୍ରଦେଶ ଲକ୍ଷ୍ମୀପୁର ଖିରି ହିଂସାରେ ବରୁଣ ଗୁରୁବାର ନିଜ ଟୁଇଟର ହ୍ୟାଣ୍ଡେଲରେ ଏକ ଭିଡ଼ିଓ ଅପଲୋଡ୍‌ କରିବା ସହିତ ଘଟଣାକୁ ନିନ୍ଦା କରିଥିଲେ। ଏହା ପରେ ପରେ ଭାଜପା କାର୍ଯ୍ୟକାରିଣୀ ପକ୍ଷରୁ ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଥିବା ଚର୍ଚ୍ଚା ହେଉଛି। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ନୂଆ କାର୍ଯ୍ୟକାରିଣୀ ଘୋଷଣା କରିଛନ୍ତି। ଏଥିରେ ଜ୍ୟୋତିରାଦିତ୍ୟ ସିନ୍ଧିିଆ ଏବଂ ମିଥୁନ ଚକ୍ରବର୍ତ୍ତୀଙ୍କୁ ସ୍ଥାନ ମିଳିଛି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବରିଷ୍ଠ ନେତା ଏଲ.କେ ଆଡଭାନୀ ଏବଂ ମୁରଲୀ ମନୋହର ଯୋଶୀଙ୍କ ସମେତ ୮୦ ନେତାଙ୍କୁ କାର୍ଯ୍ୟକାରୀ ସଦସ୍ୟ ଭାବେ ମନୋନୀତ କରାଯାଇଛି। ଭାଜପା ମହାସଚିବ ଅରୁଣ ସିଂଙ୍କ ଦ୍ୱାରା ଜାରି କରାଯାଇଥିବା ବିଜ୍ଞପ୍ତି ଅନୁଯାୟୀ କାର୍ଯ୍ୟ କମିଟିରେ ୫୦ ଜଣ ସ୍ବତନ୍ତ୍ର ନିମନ୍ତ୍ରିତ ତଥା ୧୭୯ ଜଣ ସ୍ଥାୟୀ ଆମନ୍ତ୍ରିତ (ପୂର୍ବତନ ଅଫିସିଆଲ) ସଦସ୍ୟ ମଧ୍ୟ ରହିଛନ୍ତି। ସେମାନଙ୍କ ମଧ୍ୟରେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ, ବିଧାନସଭା ପାର୍ଟି ନେତା, ପୂର୍ବତନ ଉପମୁଖ୍ୟମନ୍ତ୍ରୀ, ସମସ୍ତ ଜାତୀୟ ମୁଖପାତ୍ର ପ୍ରମୁଖଙ୍କୁ ସାମିଲ କରାଯାଇଛି। ମୋଟ ୩୦୯ ସଦସ୍ୟଙ୍କ ନାମ କାର୍ଯ୍ୟନିର୍ବାହୀ କମିଟି ପକ୍ଷରୁ ଘୋଷଣା କରାଯାଇଛି।

ଏଥି ସହିତ ୧୩ ଜଣ ସଦସ୍ୟଙ୍କୁ ରାଷ୍ଟ୍ରୀୟ ଉପାଧ୍ୟକ୍ଷ କରାଯାଇଛି। ସେମାନଙ୍କ ମଧ୍ୟରେ ଛତିଶଗଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରମଣ ସିଂ, ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ବସୁନ୍ଧରା ରାଜେ, ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରଘୁବର ଦାସ ଅଛନ୍ତି। ଏଥି ସହିତ ୭ ଜଣ ସଦସ୍ୟଙ୍କୁ ରାଷ୍ଟ୍ରୀୟ ମହାସଚିବ କରାଯାଇଛି, ଯେଉଁଥିରେ କୈଳାଶ ବିଜୟବର୍ଗିୟଙ୍କ ନାମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

ନାଗାଲାଣ୍ଡର ୬ ଜିଲାରେ ବୁଥ୍‌ ଖାଁ ଖାଁ, ଭୋଟ ଦେବାକୁ ଆସିଲେ ନାହିଁ ଜଣେ ହେଲେ ବି ଭୋଟର୍‌  

କୋହିମା,୧୯ା୪: ନାଗାଲାଣ୍ଡରେ ପୃଥକ ସରକାର(ରାଜ୍ୟ) ଏବଂ ଅଧିକ ଆର୍ଥିକ ସ୍ବାଧୀନତା ଦାବିରେ ‘ଲୋକଙ୍କ ଜରୁରୀକାଳିନ ପରିସ୍ଥିତି’ ନେଇ ଘୋଷଣା କରି ପୂର୍ବ ନାଗାଲାଣ୍ଡ ଲୋକ ସଂଗଠନ(ଇଏନ୍‌ପିଓ)...

ନାନୋ ୟୁରିଆ ବ୍ୟବହାର ପାଇଁ ଆସିଲା ବିଜ୍ଞପ୍ତି

ନୂଆଦିଲ୍ଲୀ,୧୯ା୪: ୩ ବର୍ଷ ପାଇଁ ନାନୋ ୟୁରିଆ ପ୍ଲସ୍‌ ସାର ବ୍ୟବହାର ନିମନ୍ତେ କେନ୍ଦ୍ର ସରକାର ବିଜ୍ଞପ୍ତି ଜାରି କରିଛନ୍ତି। ତେବେ ଏହି ସାରର ଉର୍ବରତା...

ଜେଲ୍‌ ଭିତରେ କେଜରିଓ୍ବାଲଙ୍କୁ ମାରି ଦେବାକୁ ଷଡଯନ୍ତ୍ର!

ନୂଆଦିଲ୍ଲୀ,୧୯।୪: ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବିରୋଧରେ ଚାଲିଛି ସାଂଘାତିକ ଷଡଯନ୍ତ୍ର। ଜେଲ ଭିତରେ କେଜରିୱାଲଙ୍କୁ...

ନିଜକୁ ଭୋଟ୍‌ ଦେଇପାରିବେନି ଏହି ପ୍ରାର୍ଥୀ

ନୂଆଦିଲ୍ଲୀ,୧୯।୪: ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ମତଦାନ ଚାଲିଛି। ଏହି ପରିପ୍ରେକ୍ଷୀରେ ୧୦୨ଟି ଲୋକସଭା ଆସନ ପାଇଁ ଭୋଟ ଗ୍ରହଣ ହେଉଥିବା ବେଳେ ବିହାରର ୪ଟି ଲୋକସଭା...

ଭୋଟ ଦେଲେ ବିଶ୍ୱର ସବୁଠୁ ଛୋଟ ମହିଳା

ପୁଣେ,୧୯।୪: ମହାରାଷ୍ଟ୍ରର ପାଞ୍ଚଟି ସିଟ ପାଇଁ ଆଜି ଭୋଟଗ୍ରହଣ ଚାଲିଛି। ଲୋକମାନେ ଉତ୍ସାହର ସହ ଭୋଟ ଦେଉଛନ୍ତି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri