ମଙ୍ଗଳା ମନ୍ଦିର, ଚନ୍ଦ୍ରଭାଗାର ବିକାଶ ହେବ

ପୁରୀ ଅଫିସ/କାକଟପୁର/ଅସ୍ତରଙ୍ଗ/କୋଣାର୍କ,୨୫।୧୨(ଡି.ଏନ୍‌.ଏ.): ୫-ଟି ସଚିବ ଭି.କେ. ପାଣ୍ଡିଆନ ଶନିବାର ଭୋରୁ ପୁରୀ ଗସ୍ତରେ ଆସି ମହାପ୍ରଭୁଙ୍କ ଦର୍ଶନ କରିବା ସହ ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ଚାଲିଥିବା ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଛନ୍ତି। ୫-ଟି ସଚିବ ପ୍ରଥମେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଥିଲେ। ପରେ ପରିକ୍ରମା ପ୍ରକଳ୍ପ କାର୍ଯ୍ୟ, ଶ୍ରୀଜଗନ୍ନାଥ ଷ୍ଟାଡିୟମ, ଅତ୍ୟାଧୁନିକ ମାର୍କେଟ କମ୍ପ୍ଲେକ୍ସ, ଶ୍ରୀସେତୁ, ଶ୍ରୀଜଗନ୍ନାଥ ମେଡିକାଲ ଭଳି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ତାଙ୍କ ସହ ଜିଲାପାଳ ସମର୍ଥ ବର୍ମା ଓ ଅନ୍ୟାନ୍ୟ ପ୍ରଶାସନିକ ବରିଷ୍ଠ ଅଧିକାରୀ ଥିଲେ। ୨୦୨୪ ସୁଦ୍ଧା ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ପ୍ରକଳ୍ପ କାର୍ଯ୍ୟ କିଭଳି ଶେଷହେବ ସେନେଇ ଜିଲାପାଳଙ୍କ ସହ ଆଲୋଚନା କରିଛନ୍ତି। ଏହାପରେ ୫-ଟି ସଚିବ ପାଣ୍ଡିଆନ କାକଟପୁରର ଅଧିଷ୍ଠାତ୍ରୀ ଦେବୀ ମା’ ମଙ୍ଗଳା ମନ୍ଦିର ଗସ୍ତ କରି ମା’ଙ୍କୁ ଦର୍ଶନ କରିବା ସହିତ ପୀଠର ବିକାଶ ପାଇଁ ମାଷ୍ଟର ପ୍ଲାନ ପ୍ରସ୍ତୁତି ଉପରେ ଗୁରୁତ୍ୱ ଦେଇଛନ୍ତି। ଏହାସହିତ ମନ୍ଦିର ପ୍ରାଙ୍ଗଣରେ ପୂର୍ବରୁ ପ୍ରସ୍ତୁତ ହୋଇଥିବା ମାଷ୍ଟର ପ୍ଲାନ୍‌କୁ ନେଇ ଜିଲାପାଳ ଏବଂ ସେବାୟତଙ୍କ ସହିତ ଆଲୋଚନା କରିଥିଲେ। ମନ୍ଦିର ଏବଂ ଏହାର ପାରିପାର୍ଶ୍ୱିକ ବିକାଶ ପାଇଁ ସମସ୍ତ ବ୍ୟବସ୍ଥା କରାଯିବ ବୋଲି ପାଣ୍ଡିଆନ ପ୍ରତିଶ୍ରୁତି ଦେଇଥିଲେ। ୫-ଟି ସଚିବଙ୍କ ନିର୍ଦ୍ଦେଶକ୍ରମେ ଜିଲାପାଳ ସମର୍ଥ ବର୍ମା ଓ ମନ୍ତ୍ରୀ ତୁଷାରକାନ୍ତି ବେହେରା ସୋମେଶ୍ୱର ମନ୍ଦିରକୁ ଯାଇ ସେଠାରେ ଥିବା ପୁଷ୍କରିଣୀ ଉଦ୍ଧାର ସହିତ ମନ୍ଦିର ଚାରିପଟେ ପାଚେରି ନିର୍ମାଣ ପାଇଁ ସେବକ ସମିତି ସଭାପତି ମନୋରଞ୍ଜନ ପଣ୍ଡା ଓ ମଙ୍ଗଳା ମନ୍ଦିର ଉପଦେଷ୍ଟା କମିଟି ସଦସ୍ୟ ତୁଷାର ରଞ୍ଜନ ଦୀକ୍ଷିତ, ହିମାଂଶୁ ଭୂଷଣ ଦୀକ୍ଷିତ, କମଳ ଲୋଚନ ଦୀକ୍ଷିତ, ମିତୁ ରଞ୍ଜନ ଦୀକ୍ଷିତ, ସରପଞ୍ଚ ଅଭୟ ସେଠୀ ଓ ସେବାୟତମାନଙ୍କ ସହିତ ବିସ୍ତୃତ ଆଲୋଚନା କରି ତହସିଲଦାର ବିରଞ୍ଚତ୍ ନାରାୟଣ ବେହେରାଙ୍କୁ ତୁରନ୍ତ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ତେବେ ମଙ୍ଗଳା ମନ୍ଦିରର ଉନ୍ନତୀକରଣ ପାଇଁ ୫ କୋଟି ଟଙ୍କା ବ୍ୟୟବରାଦ ହୋଇଛି ବୋଲି ବିଶେଷ ସୂତ୍ରରୁ ଜଣାପଡ଼ିଛି। ଅପରପକ୍ଷେ ମା’ଙ୍କ ମନ୍ଦିର ପାଦଦେଶରେ ବୋହିଯାଉଥିବା ପ୍ରାଚୀର ପୁନରୁଦ୍ଧାର, କାକଟପୁରକୁ ଏନ୍‌ଏସି ଘୋଷଣା, ଯାତ୍ରୀ ବିଶ୍ରାମାଗାର ନିର୍ମାଣ ସହିତ ମନ୍ଦିରର ପାରିପାର୍ଶ୍ୱିକ ବିକାଶ ନିମନ୍ତେ ଅନୂ୍ୟନ ୫୦ କୋଟି ଟଙ୍କାର ଅନୁଦାନ ଦେବା ନିମନ୍ତେ ଉତ୍କଳ ସାମ୍ବାଦିକ ସଂଘ, ଓଡ଼ିଶା ସହ ଅନୁବନ୍ଧିତ କାକଟପୁର ପ୍ରେସ୍‌ କ୍ଲବ ପକ୍ଷରୁ ଦାବି ହୋଇଛି।
ସେହିଭଳି କୋଣାର୍କ ଚନ୍ଦ୍ରଭାଗା ବେଳାଭୂମିର ରୂପରେଖ ବଦଳିବ। ଗୋଆ ବିଚ୍‌ ଭଳି ଚନ୍ଦ୍ରଭାଗା ବିଚ୍‌ର ସୌନ୍ଦର୍ଯ୍ୟକରଣ କରାଯିବ। ଏଥିପାଇଁ ୫-ଟି ସଚିବ କୋଣାର୍କରେ ପହଞ୍ଚତ୍ ସ୍ଥିତି ଅନୁଧ୍ୟାନ କରିଛନ୍ତି। ଏବେ ସୂର୍ଯ୍ୟମନ୍ଦିର ଚତୁଃପାର୍ଶ୍ୱ ଉନ୍ନତୀକରଣ କାର୍ଯ୍ୟ ଚାଲିଥିବା ବେଳେ ଖୁବ୍‌ଶୀଘ୍ର ଚନ୍ଦ୍ରଭାଗା କାର୍ଯ୍ୟ ଆରମ୍ଭ ହେବ। ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀ ନିକଟରୁ ପ୍ରାୟ ଏକ କିମି ଇକୋ ରିଟ୍ରିଟ୍‌ ପର୍ଯ୍ୟନ୍ତ ବେଳାଭୂମି ସୌନ୍ଦର୍ଯ୍ୟକରଣ ହେବ। ଜୟଦେବ ବାଟିକା ନିକଟରେ ବ୍ୟବସାୟୀଙ୍କୁ ଥଇଥାନ କରାଯିବ। ବେଳାଭୂମିରେ ପର୍ଯ୍ୟଟକଙ୍କ ପାଇଁ ପାଦଚଲା ରାସ୍ତା, ସିଟିଙ୍ଗ୍‌ ବେଞ୍ଚ୍‌, ଛତା, ଯାନବାହନ ପାର୍କିଂ ଭେଣ୍ଡିଙ୍ଗ ଜୋନ୍‌, ଆଲୋକ ବ୍ୟବସ୍ଥା ଆଦି ସୁବିଧା ଉପଲବ୍ଧ ହେବ। ସଚିବଙ୍କ ସହ ଜିଲାପାଳ, ଉପଜିଲାପାଳ ଭବତାରଣ ସାହୁ, ତହସିଲଦାର ଶେଖ୍‌ ସାଗିର, ଅତିରିକ୍ତ ତହସିଲଦାର ଶରତ ପରିଡ଼ା ଓ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ପୁନର୍ଜୀବିତ ହେବ ଲୋପ ପାଉଥିବା ଲୋକକଳା: ତୁମୁଡିବନ୍ଧ ବ୍ଲକରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳିତ

ତୁମୁଡିବନ୍ଧ,୮।୪ (ଦୀପକ କୁମାର ପରାସେଠ): ଲୋପ ପାଉଥିବା ଲୋକକଳାକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ‘ଓଡ଼ିଆ ପକ୍ଷ-୨୦୨୬’ ଅନୁଯାୟୀ ‘ଲୋକକଳା…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri