କ୍ଷମତାର ଅପବ୍ୟବହାର ମହଙ୍ଗା ପଡ଼ିଲା

ଭଦ୍ରକ ଅଫିସ, ୨୩।୧୨: କ୍ଷମତାର ଅପବ୍ୟବହାର ମହଙ୍ଗା ପଡ଼ିଛି। ସରକାରୀ ଅର୍ଥ ଆତ୍ମସାତ୍‌ ଅଭିଯୋଗରେ ପୂର୍ବରୁ ନିଲମ୍ବିତ ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ମଙ୍ଗଳପୁର ସରପଞ୍ଚ ସାବିତ୍ରୀ ମଳିକଙ୍କୁ ବହିଷ୍କୃତ କରାଯାଇଛି।

ବିଡିଓ ବସନ୍ତ କୁମାର ସାହାଣୀଙ୍କଠାରୁ ମିଳିଥିବା ସୂଚନା ଅନୁଯାୟୀ, ଓଡ଼ିଶା ସରକାରଙ୍କ ପଞ୍ଚାୟତିରାଜ, ପାନୀୟ ଜଳ ବିଭାଗ କାର୍ଯ୍ୟାଳୟ ପତ୍ର ସଂଖ୍ୟା ୨୧୬୪୧/ତା ୯।୧୨।୨୧ରେ ଏହି ନିର୍ଦ୍ଦେଶ ଦିଆଯାଇଛି। ବିଭାଗ କାର୍ଯ୍ୟାଳୟ ପତ୍ର ସଂଖ୍ୟା ୮୧୨୫/ତା ୭।୫।୨୦ ଅନୁଯାୟୀ ସାବିତ୍ରୀ ନିଲମ୍ବିତ ହୋଇଥିଲେ। ପଞ୍ଚାୟତ ଆକ୍ଟ ୧୯୬୪କୁ ଇଚ୍ଛାକୃତ ଭାବେ ଅବମାନନା କରିଥିବା ଉଲ୍ଲେଖ ହୋଇଥିଲା। ହେଲେ ସାବିତ୍ରୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଏନେଇ ଏକ ମାମଲା (ଡବ୍ଲ୍ୟୁପି(ସି) ନଂ. ୧୩୨୨୩/୨୦) ରୁଜୁ ହୋଇଥିଲା। ଗତ ଏପ୍ରିଲ ୮ରେ ତାଙ୍କୁ ବ୍ୟକ୍ତିଗତ ଭାବେ ପକ୍ଷ ରଖି ଉତ୍ତର ରଖିବାକୁ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲା। ଏନେଇ ଗତ ନଭେମ୍ବର ୩୦ରେ ସରକାରଙ୍କ ପକ୍ଷରୁ ଶୁଣାଣି କରାଯାଇଥିଲା। ସାବିତ୍ରୀ ତାଙ୍କ ବିରୋଧରେ ଆଗତ ଅଭିଯୋଗର ସନ୍ତୋଷଜନକ ଉତ୍ତର ଦେଇ ନ ଥିବାରୁ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri