ରାସ୍ତା ପାଇଁ ହୀନସ୍ତା ମଙ୍ଗଳପୁର ଗ୍ରାମବାସୀ

କୋକସରା, ୧୮।୧୦ (ଡି.ଏନ.ଏ.) କଳାହାଣ୍ଡି ଜିଲା କୋକସରା ବ୍ଲକ ସାନପୋଡାଗୁଡା ପଞ୍ଚାୟତର ଅଧିକାଂଶ ରାସ୍ତା ଶୋଚନୀୟ ଅବସ୍ଥାରେ ରହିଛି। ମଙ୍ଗଳପୁର ଏକ ରାଜସ୍ବ ଗ୍ରାମ ହୋଇଥିବା ସ୍ଥଳେ ଏହି ଗ୍ରାମକୁ ନାହିଁ ଭଲ ରାସ୍ତା। ଖରା ଓ ଶୀତ ଦିନରେ କୌଣସି ପ୍ରକାରେ କାମ ଚଳି ଯାଉଥିବା ବେଳେ ବର୍ଷା ଦନେ ଅବସ୍ଥା ସଙ୍ଗୀନ ହେଉଛି। ବର୍ଷାରେ ମାଟି କାଦୁଅ ରାସ୍ତା କର୍ଦ୍ଦମାକ୍ତ ଯୋଗୁ ହୀନସ୍ତା ହେଉଛନ୍ତି ମଙ୍ଗଳପୁର ଗ୍ରାମବାସୀ। ଗତବର୍ଷ ଏହି ରାସ୍ତାରେ ପଞ୍ଚାୟତ ତରଫରୁ ମୋରମ ପଡିଥିଲା। ହେଲେ ମାଟି ମିଶା ମୋରମ ଯୋଗୁଁ ରାସ୍ତାରେ ଯାତାୟାତ ବେଳେ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡିଥିବା କହିଛନ୍ତି ଗ୍ରାମବାସୀ। ସ୍ଥାନୀୟ ସରପଞ୍ଚଙ୍କଠାରୁ ବ୍ଲକ ପ୍ରଶାସନ ଯାଏ ଏ ନେଇ ଅଭିଯୋଗ କଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ବିଧାୟକଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ବି କେବଳ ପ୍ରତିଶ୍ରୁତି ମିଳିଛି। ଏହାକୁ ନେଇ ଗ୍ରାମବାସୀଙ୍କ ମନରେ ଅସନ୍ତୋଷ ଦାନା ବାନ୍ଧିବାରେ ଲାଗିଛି। ଶୁକ୍ରବାର ମଙ୍ଗଳପୁର ଗ୍ରାମବାସୀ ଗଣମାଧ୍ୟମ ପ୍ରତିନିଧିଙ୍କୁ ଡାକି ଅଭିଯୋଗ କରିଛନ୍ତି। ଆଗାମୀ ଦିନରେ ରାସ୍ତା ପାଇଁ କୌଣସି ପଦକ୍ଷେପ ନ ନେଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଇଛନ୍ତି ମଙ୍ଗଳପୁର ଗ୍ରାମବାସୀ ।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ମୁଣ୍ଡବିହୀନ ମୃତଦେହ : ବରମୁଣ୍ଡା ବସ୍‌ଷ୍ଟାଣ୍ଡ ନିକଟରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଠାବ

ଭୁବନେଶ୍ୱର, ୨୬।୭: ରାଜଧାନୀ ଭୁବନେଶ୍ୱରର ବରମୁଣ୍ଡା ବସ୍‌ଷ୍ଟାଣ୍ଡ ସମ୍ମୁଖ ରାସ୍ତାରୁ ରବିବାର ଭୋର ସମୟରେ ଏକ ମୁଣ୍ଡବିହୀନ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି। ଘଟଣାଟି ଅଞ୍ଚଳରେ…

ସଙ୍ଗୀତ ଶିକ୍ଷାର ମହତ୍ତ୍ୱ , ସଂସ୍କାର ଗଠନରେ ଏହାର ଗୁରୁତ୍ୱପୂର୍ଣ୍ଣ ଭୂମିକା…

ଭଞ୍ଜନଗର,୨୬।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ଭଞ୍ଜନଗର ସଙ୍କୁଳ ପକ୍ଷରୁ ଆୟୋଜିତ ଦୁଇଦିନିଆ ସଙ୍ଗୀତ କର୍ମଶାଳା ଶନିବାର ଉଦ୍‌ଘାଟିତ ହୋଇଯାଇଛି।…

ପ୍ରଧାନମନ୍ତ୍ରୀ, ଗୃହମନ୍ତ୍ରୀଙ୍କ ଇସ୍ତଫା ଦାବି: କଂଗ୍ରେସ ପକ୍ଷରୁ କୁଶପୁତ୍ତଳିକା ଦାହ

ଭଞ୍ଜନଗର, ୨୬/୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସର ପଶ୍ଚିମ ସାଂଗଠନିକ ଜିଲା କମିଟି ପକ୍ଷରୁ ଶନିବାର ସନ୍ଧ୍ୟାରେ ଭଞ୍ଜନଗର ସହରରେ ଏକ ଶୋଭାଯାତ୍ରା ବାହାର କରାଯାଇଥିଲା।…

ବିଦ୍ୟୁତ କାଟ ଘୋଷଣାର ୬ ଘଣ୍ଟା ପୂର୍ବରୁ ବିଦ୍ୟୁତ ସେବା ଅଚଳ ଅନ୍ଧାରରେ ଦାରିଙ୍ଗବାଡି ଅଞ୍ଚଳ

ଦାରିଙ୍ଗବାଡି, ୨୬/୭ (ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଦୀର୍ଘ ସମୟ ଧରି ବିଦ୍ୟୁତ ସେବା ଠପ୍ ହୋଇଯାଇଛି। ବିଳମ୍ବିତ ରାତିଠାରୁ ଉକ୍ତ ବ୍ଲକରେ…

କେଜିରୁ ପିଜି ମାଗଣା ଶିକ୍ଷାକୁ ନେଇ ପ୍ରଶ୍ନ: ଛାତ୍ରୀଛାତ୍ରଙ୍କଠାରୁ ଫି’ ଆଦାୟ କରିବାକୁ ନିର୍ଦ୍ଦେଶ

ଯାଜପୁର,୨୬ା୭(ହର୍ଷବର୍ଦ୍ଧନ ବେହେରା): ଜ୍ଞାନୋଦୟ ଶିକ୍ଷାରୁ ସମୃଦ୍ଧି ଯୋଜନାରେ କେଜିରୁ ପିଜି ଶ୍ରେଣୀ ପର୍ଯ୍ୟନ୍ତ ମାଗଣା ଶିକ୍ଷା ପ୍ରଦାନ କରିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା ହୋଇଛି। ଏଥିପାଇଁ…

ସୌରମଣ୍ଡଳ ବାହାରେ ଚନ୍ଦ୍ର: ପ୍ରଥମ ଥର ପାଇଁ ମିଳିଲା ସମ୍ଭାବ୍ୟ ବାହ୍ୟ ଚନ୍ଦ୍ର ‘ଏକ୍ସୋମୁନ୍‌’ର ସନ୍ଧାନ

ନୂଆଦିଲ୍ଲୀ,୨୬ା୭(ପି.ଟି.): ବୈଜ୍ଞାନିକମାନେ ପ୍ରଥମ ଥର ପାଇଁ ସୌରମଣ୍ଡଳ ବାହାରେ ସମ୍ଭାବ୍ୟ ଚନ୍ଦ୍ର ‘ଏକ୍ସୋମୁନ୍‌’ର ସନ୍ଧାନ ପାଇଛନ୍ତି। ପ୍ରତିଷ୍ଠିତ ବିଜ୍ଞାନ ପତ୍ରିକା ‘ନେଚର’ରେ ପ୍ରକାଶିତ ଏକ ଗବେଷଣା ତଥ୍ୟରୁ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପୁରୀରେ ଆଜି ଅତି ପ୍ରବଳ ବର୍ଷା, ଆଲର୍ଟ ଜାରି…

ଭୁବନେଶ୍ୱର,୨୬ା୭(ବନ୍ଦନା ସେଠୀ): ଗାଙ୍ଗେୟ ପଶ୍ଚିମବଙ୍ଗର ଉତ୍ତରାଞ୍ଚଳ ଏବଂ ଏହାର ଆଖପାଖ ବାଂଲାଦେଶ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପର ରୂପ ନେଇଛି। ଶନିବାର ସକାଳ…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ବୟାନ, ରାଜ୍ୟ ରାଜନୀତିରେ ଚହଳ!

ଭୁବନେଶ୍ୱର,୨୬।୭ (ସୁନିତ୍‌ ମିଶ୍ର) ଏନ୍‌ଇଇଟି ପ୍ରଶ୍ନପତ୍ର ବିଭ୍ରାଟ ଓ ତାହାକୁ ନେଇ ଉପୁଜିଥିବା ଆନ୍ଦୋଳନ ଜୋରଦାର ହେବା ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କ ପଦରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri