ମ୍ୟାଙ୍ଗୋ ଫେସ୍‌ ପ୍ୟାକ

ଖରାଦିନେ
ସହଜରେ ମିଳୁଥିବା ଆମ୍ବରୁ ପ୍ରସ୍ତୁତ କରନ୍ତୁ ଫେସପ୍ୟାକ। ଏହି ଫେସପ୍ୟାକକୁ ଖରାଦିନେ ବ୍ୟବହାର କଲେ ତ୍ୱଚାର ଚମକ ବଢ଼ିବା ସହିତ ତ୍ୱଚା ଅଧିକ ସୁନ୍ଦର ଦେଖାଯିବ…

ଘରୋଇ ଉପାୟରେ ଆପଣ ବିଭିନ୍ନ ପ୍ରକାରରେ ମ୍ୟାଙ୍ଗୋ ଫେସ୍‌ ପ୍ୟାକ ପ୍ରସ୍ତୁତ କରିପାରିବେ। ତେଣୁ ସୁବିଧା ଅନୁସାରେ ଏହି ପ୍ୟାକ ନିଜେ ପ୍ରସ୍ତୁତ କରି ବ୍ୟବହାର କରନ୍ତୁ।
ମ୍ୟାଙ୍ଗୋ ଫେସ୍‌ ପ୍ୟାକ ପ୍ରସ୍ତୁତି ପାଇଁ ପ୍ରଥମେ ଗୋଟିଏ ପାଚିଲା ଆମ୍ବର ରସ ବାହାର କରି ନିଅନ୍ତୁ। ଆମ୍ବ ରସରେ ୧ ଚାମଚ ମହୁ ମିଶାନ୍ତୁ। ଏହି ପେଷ୍ଟକୁ ଭଲଭାବେ ମିଶାଇ ମୁହଁରେ ଲଗାନ୍ତୁ। ପ୍ରାୟ ୧୫ ମିନିଟ୍‌ ପର୍ଯ୍ୟନ୍ତ ଲଗାଇ ରଖିବା ପରେ ମୁହଁ ଧୋଇ ଦିଅନ୍ତୁ।
ପାଚିଲା ଆମ୍ବ ରସରେ ମୁଲତାନୀ ମାଟିକୁ ମଧ୍ୟ ବ୍ୟବହାର କରିପାରିବେ। ଆମ୍ବ ରସରେ ମୁଲତାନୀ ମାଟିକୁ ଭଲଭାବେ ମିଶାଇ ମୁହଁରେ ଲଗାନ୍ତୁ। ଏହି ପେଷ୍ଟକୁ ଲଗାଇବାର ୨୦ ମିନିଟ ପରେ ମୁହଁ ଧୋଇ ଦିଅନ୍ତୁ। ଏପରି କରିବା ଫଳରେ ମୁହଁରେ ବ୍ରଣ ସମସ୍ୟା ଦୂର ହେବା ସହିତ ଦାଗ ମଧ୍ୟ ଦୂର ହୋଇଥାଏ ଓ ତ୍ୱଚାର ଚମକ ବୃଦ୍ଧି ପାଇଥାଏ।
ଗୋଲାପ ଜଳ ସହିତ ପାଚିଲା ଆମ୍ବ ରସ ମିଶାଇ ଲଗାଇଲେ ତାହା ଏକ ସୁନ୍ଦର ଘରୋଇ ଫେସପ୍ୟାକ ଭଳି କାମ ଦେବ। ଏହି ପ୍ୟାକକୁ ଲଗାଇବାର ପ୍ରାୟ ଅଧଘଣ୍ଟା ପରେ ମୁହଁ ଧୋଇ ଦିଅନ୍ତୁ। ତ୍ୱଚା ବହୁତ ସୁନ୍ଦର ଦେଖାଯିବା ସହିତ କୋମଳ ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri