ଆମ୍ବ ଗଛ ପଡ଼ି ଭାଙ୍ଗିଲା ୩ ଘର, ବିଦ୍ୟୁତ୍‌ ଖୁଣ୍ଟ: ଅନ୍ଧାରରେ ଗାଁ

ନନ୍ଦପୁର,୧୧ା୧(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତ ଜବାଗଡ ଗ୍ରାମରେ ମଝିରେ ଥିବା ଏକ ଆମ୍ବ ଗଛ ଭାଙ୍ଗି ପଡିବାରୁ ୩ ଘରର ଛପର ନଷ୍ଟ ହେବା ସହ ପାର୍ଶ୍ୱରେ ଥିବା ୩ ବିଦ୍ୟୁତ୍‌ ଖୁଣ୍ଟ ଭାଙ୍ଗିଯାଇଛି।

ଗ୍ରାମର ରମେଶ ଦଳପତି, ଶ୍ୟାମ ଦଳପତି ଓ ସୁକ୍ରୀ ଦଣ୍ଡସେନାଙ୍କ ଘରର ଟାଇଲ୍‌ ଓ ଆଜବେଷ୍ଟସ ଛପର ଭାଙ୍ଗି ନଷ୍ଟ ହୋଇଛି। ହେଲେ ୩ ପରିବାରର ସଦସ୍ୟ ଅଳ୍ପକେ ବର୍ତ୍ତିଯାଇଥିବା ସୂଚନା ମିଳିଛି।

ବିଦ୍ୟୁତ୍‌ ଖୁଣ୍ଟ ଭାଙ୍ଗି ଯିବାରୁ ଗାଁ ଅନ୍ଧାରରେ ରହିଛି। ନନ୍ଦପୁର ଅଗ୍ନିଶମ ଏଏସ୍‌ଓ ହେମନ୍ତ କୁମାର ସାମଲ, ଏଫଏଫଡି ଅଜୟ ପ୍ରଧାନ, ଏଫଏଫ ରଞ୍ଜନ ମଲ୍ଲିକ, ଅମିତ୍‌ କୁମାର ଦାସ, ବିଷ୍ଣୁ ପ୍ରସାଦ ନାୟକ, କିରଣ କୁମାର ମହାରଣା ପହଞ୍ଚି ଘର ଉପରୁ ଗଛ ଡ଼ାଳକୁ କାଟି ହଟାଇଥିଲେ। ବିଦ୍ୟୁତ୍‌ ସଂଯୋଗ ଲମତାପୁଟ ବ୍ଲକ ଟିପି ଏସଓଡିଏଲ କର୍ତ୍ତୃପକ୍ଷଙ୍କ ଜିମାରେ ଥିବାରୁ ନୂତନ ବିଦ୍ୟୁତ୍‌ ପୋଲ ସ୍ଥାପନ କରି ବିଦ୍ୟୁତ୍‌ ସରବରାହ ସ୍ବାଭାବିକ କରିବାକୁ ଅନୁରୋଧ କରାଯାଇଛି।

ନନ୍ଦପୁର ଅତିରିକ୍ତ ତହସିଲଦାର ମାଧବ ପାଙ୍ଗୀ ରାଜସ୍ବ ନିରୀକ୍ଷକଙ୍କୁ ତଦନ୍ତ କରି ପ୍ରଥମେ ପଲିଥିନ ପ୍ରଦାନ କରି କ୍ଷୟକ୍ଷତି ଆକଳନ ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦିଆଯାଇଥିବା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକପ୍‌ରେ ଇତିହାସ ରଚିଲେ ଫଖର-ସାହିବଜାଦା

ପାଲିକେଲ,୨୮।୨: ଚଳିତ ଟି୨୦ ବିଶ୍ୱକପ୍‌ ସୁପର-୮ର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ ବିଜୟୀ ହୋଇଥିଲେ ମଧ୍ୟ ପାକିସ୍ତାନ ସେମିଫାଇନା ପାଇଁ ଯୋଗ୍ୟତା ଅର୍ଜନ କରିବାରେ…

ଋଣ, ଚାକିରୀ ଦେବା ନା’ରେ ବଡ଼ ଧରଣର ଠକେଇ

ହିଞ୍ଜିଳିକାଟୁ,୨୮।୨(ଦ୍ବିତୀକୃଷ୍ଣ ପଣ୍ଡା): ଋଣ ଏବଂ ଚାକିରୀ କରାଇଦେବା ନା’ରେ ଠକେଇ କରୁଥିବା ଜଣେ ଯୁବକଙ୍କୁ ହିଞ୍ଜିଳି ପୋଲିସ ଶନିବାର ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ…

ମଧ୍ୟପ୍ରାଚ୍ୟରେ ମହାସମର: ଦୁବାଇରେ ମିସାଇଲ ମାଡ଼ କଲା ଇରାନ, ବୁର୍ଜ ଖଲିଫାକୁ କରାଗଲା ଖାଲି 

ଦୁବାଇ,୨୮।୨: ଆମେରିକା ଏବଂ ଇସ୍ରାଏଲ ପକ୍ଷରୁ ଇରାନର ୩୦ଟି ସହର ଉପରେ ମିଳିତ ଏୟାର ଷ୍ଟ୍ରାଇକ ପରେ ଇରାନ ‘ଅପରେସନ ଫତେହ-ଏ-ଜଙ୍ଗ୍‌’ ଆରମ୍ଭ କରିଛି। ଏହି ପାଲଟା…

ଇସ୍ରାଏଲ ଆକ୍ରମଣରେ ଇରାନର ପ୍ରତିରକ୍ଷା ମନ୍ତ୍ରୀ-କମାଣ୍ଡର ମୃତ! ରିପୋର୍ଟରେ ବଡ଼ ଦାବି

ତେହରାନ,୨୮।୨: ଇରାନ ଓ ଇସ୍ରାଏଲ ମଧ୍ୟରେ ଜାରି ରହିଥିବା ଭୟଙ୍କର ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଖବର ସଂସ୍ଥା ରଏଟର୍ସ ପକ୍ଷରୁ ମିଳିଥିବା…

ରଣ୍‌ଜୀ ଟ୍ରଫି ଜିତିଲା ଜମ୍ମୁ କଶ୍ମୀର, ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ହୁବଲି,୨୮ା୨: ଜମ୍ମୁ କଶ୍ମୀର ଶନିବାର ପ୍ରଥମ ଥର ପାଇଁ ରଣ୍‌ଜୀ ଟ୍ରଫି ଜିତି ଭାରତୀୟ କ୍ରିକେଟରେ ନୂଆ ଇତିହାସ ସୃଷ୍ଟି କରିଛି। ସ୍ଥାନୀୟ କେଏସ୍‌ସିଏ ଷ୍ଟାଡିୟମରେ ଖେଳାଯାଇଥିବା…

ଚିହିଁକି ଉଠିଲା ଇରାନ, UAE ସମେତ ଏହି ୮ ଦେଶ ଉପରେ କ୍ଷେପଣାସ୍ତ୍ର ମାଡ଼, ଆମେରିକୀୟ ଘାଟିରୁ…

ତେହରାନ,୨୮।୨: ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ପରେ ଇରାନ ଏବେ ପାଲଟା ଜବାବ ଦେଇ ଯୁଦ୍ଧ ଘୋଷଣା କରିଛି। ଶନିବାର ଇରାନ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ…

ବିଜେଡିରୁ ବହିଷ୍କାର ପରେ ପ୍ରତିକ୍ରିୟା ରଖିଲେ ପ୍ରଭାତ, କହିଲେ…

ଭୁବନେଶ୍ୱର,୨୮।୨: ବିଶୃଙ୍ଖଳା ଏବଂ ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ନେତା ତଥା ଚୌଦ୍ବାର-କଟକର ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ବାଳଙ୍କୁ ଶନିବାର ଦଳରୁ ବହିଷ୍କୃତ କରାଯାଇଛି।…

SL vs PAK: ସବୁଠୁ ବଡ଼ ମ୍ୟାଚ୍‌ରୁ ବାବରଙ୍କୁ ବାଦ ଦେଲା ପାକିସ୍ତାନ, ସେମିଫାଇନାଲ ଖେଳିବା ପାଇଁ ଦଳର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୮।୨: ଟି-୨୦ ବିଶ୍ୱକପ ୨୦୨୬ର ସେମିଫାଇନାଲ ଦୌଡ଼ ଏବେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଗ୍ରୁପ-୨ରୁ ନ୍ୟୁଜିଲାଣ୍ଡ ଓ ପାକିସ୍ତାନ ମଧ୍ୟରୁ କିଏ ଶେଷ୍ଠ ୪ରେ ସ୍ଥାନ ପାଇବ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri