Posted inଖେଳ

ଡୋପିଂ ମାମଲାରେ ମନଙ୍ଗୋଇ ସସ୍‌ପେଣ୍ଡ

ମୋନାକୋ, ୨୪ା୭ (ଏପି)- ଡୋପ୍‌ ଟେଷ୍ଟ ପାଇଁ ହାଜର ହୋଇ ନ ଥିବାରୁ ପୂର୍ବତନ ୧,୫୦୦ ମିଟର ବିଶ୍ୱଚାମ୍ପିୟନ ଇଲିଜା ମନଙ୍ଗୋଇ ସାମୟିକ ସସ୍‌ପେଣ୍ଡ ହୋଇଛନ୍ତି। କେନିଆର ଏହି ଆଥଲେଟ୍‌ ‘ହୋୟାରଏବାଉଟ୍ସ’ ନିୟମ ଉଲ୍ଲଂଘନ କରିଥିବାରୁ ଏହି ପଦକ୍ଷେପ ନିଆଯାଇଥିବା ଆଥଲେଟିକ୍ସ ଇଣ୍ଟିଗ୍ରିଟି ୟୁନିଟ୍‌(ଏଆଇୟୁ) କହିଛି। ଡୋପ୍‌ ଟେଷ୍ଟ ପାଇଁ ସାମ୍ପଲ ସଂଗ୍ରହ ବେଳେ ୨୦୧୭ ବିଶ୍ୱ ଟାଇଟଲ ହାସଲ କରିଥିବା ମନାଙ୍ଗୋଇ କାହିଁକି ଉପଲବ୍ଧ ହେଲେ ନାହିଁ ତାହାର ତଦନ୍ତ ହେଉଛି। ଓ୍ବାଲର୍‌ଡ ଆଣ୍ଟି ଡୋପିଂ ଏଜେନ୍ସି (ଓ୍ବାଡା)ର ନିୟମାନୁସାରେ ଏଲିଟ୍‌ ଆଥଲେଟମାନେ ସେମାନଙ୍କ ଅବସ୍ଥିତି ସମ୍ପର୍କରେ ଦୈନିକ ରିପୋର୍ଟ କରିବା ବିଧେୟ। ଯାହାଫଳରେ ଯେକୌଣସି ସମୟରେ ତାଙ୍କଠାରୁ ସାମ୍ପଲ ସଂଗ୍ରହ କରାଯାଇ ପାରିବ। ହୋୟାରଏବାଉଟ୍ସ ନିୟମ ଉଲ୍ଲଂଘନ କରି ପୂର୍ବରୁ ଗତବର୍ଷ ୧୦୦ ମିଟର ଟାଇଟଲ ଜିତିଥିବା ଆମେରିକା ସ୍ପ୍ରିଣ୍ଟର ଖ୍ରିଷ୍ଟିଆନ କୋଲ୍‌ମ୍ୟାନ ଏବଂ ବାହାରିନ୍‌ରେ ୪୦୦ ମିଟର ସ୍ବର୍ଣ୍ଣ ଜିତିଥିବା ନାଇଜେରିଆ ଜନ୍ମିତ ସାଲଓ୍ବା ଇଦ୍‌ ନାସେର୍‌ ସାମୟିକ ସସ୍‌ପେଣ୍ଡ ହୋଇଛନ୍ତି। ଉଭୟଙ୍କ ବିରୋଧରେ ଏଆଇୟୁ ପକ୍ଷରୁ ତଦନ୍ତ ଚାଲିଛି। ଯେଉଁ ଆଥଲେଟମାନେ ୧୨ ମାସ ମଧ୍ୟରେ ୩ ଥର ଉପଲବ୍‌ଧ ହେବେ ନାହିଁ ସେମାନେ ଦୁଇବର୍ଷ ବାସନ୍ଦ ଦଣ୍ଡର ସମ୍ମୁଖୀନ ହୋଇ ପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

ମମତାଙ୍କ ସନ୍ନ୍ୟାସ ବୟାନକୁ ନେଇ ଭାଜପାର ତୀବ୍ର ଟାର୍ଗେଟ୍‌, କହିଲା- ‘ତାଙ୍କ ବୟସ ମଧ୍ୟ…’

କୋଲକାତା,୨୫।୮: ଟିଏମସି ପ୍ରମୁଖ ମମତା ବାନାର୍ଜୀଙ୍କ ପକ୍ଷରୁ ‘ରାଜନୀତିରୁ ସନ୍ନ୍ୟାସ’ ନେବା ସମ୍ପର୍କରେ ଦିଆଯାଇଥିବା ବୟାନ ଉପରେ ଭାଜପା ପକ୍ଷରୁ ପାଲଟା ଜବାବ ଦିଆଯାଇଛି। ପଶ୍ଚିମବଙ୍ଗର ସ୍ବାସ୍ଥ୍ୟମନ୍ତ୍ରୀ…

ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ ପୋଲିସ କର୍ମଚାରୀ

ବୌଦ୍ଧ,୨୫।୮: ବୌଦ୍ଧ ପୋଲିସ ପକ୍ଷରୁ ମଙ୍ଗଳବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୨ଜଣ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଠିକ୍‌…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ଉତ୍ତରାଷାଢ଼ା ନକ୍ଷତ୍ର ସହ ଆୟୁଷ୍ମାନ ଯୋଗ: ଆଜିଠୁ ଏହି ୫ ରାଶିଙ୍କ ଭଲ ଦିନ ଆରମ୍ଭ, ଚାକିରିରେ ପ୍ରମୋସନ ସହ ଧନବର୍ଷା!

୨୫ ଅଗଷ୍ଟ ୨୦୨୬ ଦିନଟି ପଞ୍ଚାଙ୍ଗ ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଖାସ୍‌ ରହିପାରେ। ଏହି ଦିନ ଶ୍ରାବଣ ଶୁକ୍ଳ ପକ୍ଷର ଦ୍ୱାଦଶୀ ତିଥି ଏବଂ ମଙ୍ଗଳବାର।…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri