ସାଉଥ୍‌ ଫିଲ୍ମ ନିର୍ମାତା ମଣି ରତ୍ନମ୍‌ କରୋନାରେ ଆକ୍ରାନ୍ତ

ମୁମ୍ବାଇ,୧୯।୭: ସାଉଥ୍‌ ଫିଲ୍ମ ଇଣ୍ଡଷ୍ଟ୍ରିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ନାଁକରା ଫିଲ୍ମ ନିର୍ମାତା ତଥା ନିର୍ଦ୍ଦେଶକ ମଣି ରତ୍ନମ୍‌ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କୋଭିଡ ପଜିଟିଭ ମିଳିବା ପରେ ତାଙ୍କୁ ଚିକିତ୍ସା ପାଇଁ ଚେନ୍ନାଇର ଏକ ଘରୋଇ ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏପର୍ଯ୍ୟନ୍ତ ହସ୍ପିଟାଲର ଡାକ୍ତର ମଣି ରତ୍ନମ୍‌ଙ୍କ ବୁଲେଟିନ୍‌ ଜାରି କରିନାହାନ୍ତି। ଅନ୍ୟପଟେ ତାଙ୍କ ପତ୍ନୀ ସୁହାସିନି ମଧ୍ୟ ଏନେଇ ଅଧିକ ତଥ୍ୟ କିଛି ଦେଇନାହାନ୍ତି। ସୂଚନା ମୁତାବକ, ମଣି ରତ୍ନମ୍‌ ବର୍ତ୍ତମାନ ତାଙ୍କର ଆଗାମୀ ଫିଲ ୍ମ‘ପୋନିୟିନ ସେଲ୍‌ଭାନ’ରେ କାମରେ ବ୍ୟସ୍ତ ରହୁଛନ୍ତି। ଗତ କିଛି ଦିନରୁ ତାଙ୍କର ସମସ୍ୟା ଥମିବାର ନାଁ ଧରୁନି। ନିକଟରେ ତାଙ୍କ ଫିଲ୍ମ ପୋନିୟିନ ସେଲ୍‌ଭାନକୁ ନେଇ ବିବାଦ ଦେଖାଦେଇଥିଲା। ଏଥିଯୋଗୁ ସେ ଆଇନଗତ ଅସୁବିଧାରେ ମଧ୍ୟ ପଡ଼ିଥିଲେ। ତାଙ୍କ ବିରୋଧରେ ଚୌଲ ରାଜବଂଶକୁ ଭୁଲ ଢ଼ଙ୍ଗରେ ପ୍ରଦର୍ଶିତ କରିଥିବା ଅଭିଯୋଗ ହୋଇଥିଲା। ଇତିମଧ୍ୟରେ ସେ କରୋନାରେ ମଧ୍ୟ ଆକ୍ରାନ୍ତ ହୋଇଛନ୍ତି। ତାଙ୍କ କୋଭିଡ ପଜିଟିଭ ଖବର ଆସିବା ପରେ ପ୍ରଶଂସକମାନେ ତାଙ୍କର ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ଘଣ୍ଟାରେ ଆମେରିକାକୁ ବଡ଼ ଝଟକା ଦେଲା ଇରାନ

ତେହରାନ,୪।୪: ଗତ ପାଞ୍ଚ ସପ୍ତାହ ଧରି ଚାଲିଥିବା ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ସଂଘର୍ଷ ଏବେ ସବୁଠାରୁ ବିପଜ୍ଜନକ ଏବଂ ଅନିଶ୍ଚିତ ପର୍ଯ୍ୟାୟରେ ପ୍ରବେଶ କରିଛି।…

ଆମେରିକାକୁ ଦୋହଲାଇ ଦେଲା ଇରାନ: ୨୪ ଘଣ୍ଟାରେ କଲା ଏମିତି କ୍ଷତି, ଭୁଲିହେବନି

ତେହରାନ,୪।୪: ଯୁକ୍ତରାଷ୍ଟ୍ର ଆମେରିକା ପାଇଁ ଗୁଡ ଫ୍ରାଇଡେ ଏକ ‘କଳା ଦିବସ’ ପାଲଟିଛି। ଇରାନ ଅତି କମରେ ଆମେରିକାର ଦୁଇଟି ଲଢ଼ୁଆ ବିମାନ, ପାଞ୍ଚଟି ଡ୍ରୋନ ଏବଂ…

ଖୋଲିବ କି ହର୍ମୁଜ୍ ପ୍ରଣାଳୀ? ଆମେରିକାର ରିପୋର୍ଟରେ ବଡ଼ ଖୁଲାସା

ନୂଆଦିଲ୍ଲୀ,୪।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ବିବାଦ ମଧ୍ୟରେ, ଆମେରିକୀୟ ଗୁଇନ୍ଦା ରିପୋର୍ଟରେ ଦାବି କରାଯାଇଛି ଯେ ଇରାନ ଶୀଘ୍ର ହର୍ମୁଜ୍ ପ୍ରଣାଳୀକୁ ପୁନର୍ବାର ଖୋଲିବାର ସମ୍ଭାବନା ନାହିଁ । ଏହାର…

ଏକାଗ୍ରତା ଆଣେ ସଫଳତା: ସୁରେଶଙ୍କ ସହ ସ୍ବତନ୍ତ୍ର ସାକ୍ଷାତ୍‌କାର

ହାଇଟେକ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ଷ୍ଟିଚ୍ୟୁଶନର ମ୍ୟାନେଜିଂ ଟ୍ରଷ୍ଟି ତଥା ସିଇଓ ସୁରେଶ କୁମାର ପାଣିଗ୍ରାହୀ ଜଣେ ଉଦ୍ୟୋଗୀ ଏବଂ ଶିକ୍ଷାବିତ୍‌ ଭାବରେ ଅନୁଷ୍ଠାନ ଆରମ୍ଭରୁ ଏହାର ଭିତ୍ତିଭୂମିକୁ…

ପୋଲ ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଆଉ ତା’ପରେ ଘଟିଲା

ଲୋଇସିଂହା,୪।୪(ସୁଶାନ୍ତ ବାରିକ) ବରଗଡ-ବଲାଙ୍ଗୀର ୨୬ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ ପୋଲ ତଳକୁ ଏକ ସିମେଣ୍ଟ ବୋଝେଇ ଟ୍ରକ ଖସି ପଡ଼ିଛି। ଦୁର୍ଘଟଣାସ୍ଥଳରେ ଜଣେ…

ଖୁସି ଖବର! ହର୍ମୁଜ ପାର୍ ହୋଇ ଭାରତ ଆସୁଛି ତେଲ-ଗ୍ୟାସ ଜାହାଜ, କମିଯିବକି ଦର?

ନୂଆଦିଲ୍ଲୀ,୪।୪: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଭାରତ ପାଇଁ ଏକ ଆଶ୍ବସ୍ତିକର ଖବର ଅଛି । ଭାରତୀୟ ପତାକା ଲାଗିଥିବା ଜାହାଜ ସହିତ, ଅନ୍ୟ ତିନୋଟି ଜାହାଜ ସଫଳତାର…

ଟ୍ରମ୍ପଙ୍କୁ ବଡ଼ ଝଟକା: ପାକିସ୍ତାନରେ ଆଲୋଚନା କରିବାକୁ ମନା କଲା ଇରାନ, ୪୮ ଘଣ୍ଟାର ଅସ୍ତ୍ରବିରତି ସର୍ତ୍ତକୁ କଲା ପ୍ରତ୍ୟାଖ୍ୟାନ

ଓ୍ବାଶିଂଟନ୍‌,୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ପାଇଁ ପାକିସ୍ତାନ, କାତାର ଏବଂ ତୁର୍କୀ ଦ୍ୱାରା ମଧ୍ୟସ୍ଥତା ପାଇଁ କରାଯାଇଥିବା ପ୍ରୟାସ ବିଫଳ ହୋଇଛି, କାରଣ ଇରାନ…

ଛାତିଥରା ଦୁର୍ଘଟଣା; ଭାରସାମ୍ୟ ହରାଇ କୂଅରେ ପଡିଗଲା କାର୍, ଗୋଟିଏ ପରିବାରର ୯ ମୃତ

ମୁମ୍ବାଇ,୪ା୪: ମହାରାଷ୍ଟ୍ରର ନାଶିକରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏକ କାର ନିୟନ୍ତ୍ରଣ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଏକ ପାଣି ଭର୍ତ୍ତି କୂଅରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri