Posted inଜାତୀୟ

ମାଣିକ ସାହା ହେବେ ତ୍ରିପୁରାର ନୂଆ ମୂଖ୍ୟମନ୍ତ୍ରୀ…

ଅଗରତାଲା, ୧୪।୫ : ବିପ୍ଲବ କୁମାର ଦେବ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପେର ତ୍ରିପୁରାରେ ସର୍ବସମ୍ମତିକ୍ରମେ ମାଣିକ ସାହାଙ୍କୁ ଶାସକ ଦଳର ନେତା ଭାବେ ଚୟନ କରାଯାଇଛି। ସେ ଖୁବ୍‌ ଶୀଘ୍ର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ଶନିବାର ଶାସକ ଦଳ ବିଧାୟକମାନେ ମାଣିକଙ୍କୁ ନେତା ଭାବେ ସ୍ବୀକାର କରିଛନ୍ତି।

କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଭାବରେ କେନ୍ଦ୍ର ମନ୍ତ୍ରୀ ତଥା ଭାଜପା ନେତା ଭୁପେନ୍ଦ୍ର ଯାଦବ ଏବଂ ଭାଜପା ଜାତୀୟ ସାଧାରଣ ସମ୍ପାଦକ ବିନୋଦ ତାୱଡେଙ୍କ ଉପସ୍ଥିତିରେ ମାଣିକଙ୍କୁ ନେତା ବଛାଯାଇଛି।

ଏକ ବର୍ଷ ଧରି ବିପ୍ଲବ ଦେବଙ୍କ ବିରୋଧରେ ବହୁ ବିଧାୟକଙ୍କ ଅସନ୍ତୋଷ ବଢ଼ି ଚାଲିଥିଲା। ଗତ ବର୍ଷ ଜୁନ ମାସରେ ବିପ୍ଲବ ଦେବଙ୍କ ବିରୋଧରେ ଅଭିଯୋଗ କରିବାକୁ ବିଧାୟକଙ୍କ ଏକ ଦଳ ଦିଲ୍ଲୀ ଯାଇଥିଲେ। ତେବେ ହାଇକମାଣ୍ଡ ଏଥିରେ ହସ୍ତକ୍ଷେପ କରିବାକୁ ମନା କରିଦେଇଥିଲେ ଏବଂ ରାଜ୍ୟ ଦାୟିତ୍ୱରେ ଥିବା ବିନୋଦ ସୋନକରଙ୍କୁ ଏହି ସମସ୍ୟାର ସମାଧାନ କରିବାକୁ କୁହାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri