Posted inଖେଳ

ମନିକା ବାତ୍ରା କ୍ୱାର୍ଟରରେ

ହାଙ୍ଗ୍‌ଝୋ(ଚାଇନା), ୩୦ା୯(ପି.ଟି.): ରାଜ୍ୟଗୋଷ୍ଠୀ କ୍ରୀଡ଼ା ସ୍ବର୍ଣ୍ଣ ବିଜେତା ମନିକା ବାତ୍ରା ଏସିଆନ ଗେମ୍ସ ଟେବୁଲ ଟେନିସ ପ୍ରତିଯୋଗିତାର ମହିଳା ସିଙ୍ଗଲ୍ସ କ୍ୱାର୍ଟରଫାଇନାଲରେ ପ୍ରବେଶ କରିଛନ୍ତି। ଭେଟେରାନ ଏ. ଶରଥ କମଲ ଓ ଜି. ସାଥିୟଁା କିନ୍ତୁ ପ୍ରି-କ୍ୱାର୍ଟରଫାଇନାଲରୁ ବିଦାୟ ନେଇଛନ୍ତି। ସକାଳ ସେସନରେ ଏକ ତୀବ୍ର ପ୍ରତିଦ୍ୱନ୍ଦ୍ୱିତାମୂଳକ ମ୍ୟାଚରେ ମନିକା ୪-୨ (୧୧-୭, ୬-୧୧, ୧୨-୧୦, ୧୧-୧୩, ୧୨-୧୦, ୧୧-୬)ରେ ଥାଇଲାଣ୍ଡର ସୁଥାସିନୀ ସାଓ୍ବେଟାବଟଙ୍କୁ ହରାଇ ଦେଇଛନ୍ତି। ଜାକର୍ତ୍ତା ଏସିଆନ ଗେମ୍ସର ମିକ୍ସଡ ଡବଲ୍ସ ବ୍ରୋଞ୍ଜ ବିଜେତା ମନିକା ଶନିବାର କ୍ୱାର୍ଟରଫାଇନାଲରେ ବିଶ୍ୱର ୩ ନମ୍ବର ଚାଇନାର ୟିଦି ଓ୍ବାଙ୍ଗ୍‌ଙ୍କୁ ଭେଟିବେ। ଗେମ୍ସରେ ପଦକ ଜିତିବା ଲାଗି ତାଙ୍କ ପାଇଁ ଏହା ଶେଷ ସୁଯୋଗ, କାରଣ ଇତିମଧ୍ୟରେ ସେ ମିକ୍ସଡ ଓ ମହିଳା ଟିମ୍‌ ଇଭେଣ୍ଟରେ ହାରିସାରିଛନ୍ତି। ପୁରୁଷ ସିଙ୍ଗଲ୍ସରେ ଶରଥ ଲଢୁଆ ପ୍ରଦର୍ଶନ କରି ୧୧-୭, ୧୨-୧୦, ୯-୧୧, ୧୧-୫, ୧୦-୧୨, ୬-୧୧, ୧୧-୮ରେ ହାରିଯାଇଛନ୍ତି। ଅନ୍ୟପକ୍ଷରେ ଜି. ସାଥିୟାଁ ଚାଇନାର ଚିକ୍ୱିନ ଓ୍ବାଙ୍ଗ୍‌ଙ୍କଠାରୁ ୩-୧୧, ୩-୧୧, ୬-୧୧, ୩-୧୧ରେ ହାରିଯାଇଛନ୍ତି। ମହିଳା ଡବଲ୍ସରେ ଭାରତ ପାଇଁ ଶୁକ୍ରବାର ମିଶ୍ରିତ ଦିବସ ଥିଲା। ସୁତୀର୍ଥ ମୁଖାର୍ଜୀ ଓ ଆହିକା ମୁଖାର୍ଜୀ ୧୧-୮,୧୧-୭, ୧୧-୪ରେ ଥାଇଲାଣ୍ଡର ଜିନ୍ନିପା ଓ ଓ୍ବାନଓ୍ବିସାଙ୍କୁ ହରାଇ କ୍ୱାର୍ଟରଫାଇନାଲକୁ ଉନ୍ନୀତ ହୋଇଛନ୍ତି। ଶ୍ରୀଜା ଆକୁଲା ଓ ଦିୟା ଚିତାଲେ କିନ୍ତୁ ୫ମ ସିଡ୍‌ ଜାପାନର ମିଓ୍ବା ହାରିମୋତୋ ଓ ମିୟୁ କିହାରାଙ୍କଠାରୁ ୧୧-୩, ୧୧-୫, ୧୧-୮ରେ ପରାଜିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନାଲରୁ ମିଳିଲା ଶୁଭଲକ୍ଷ୍ମୀଙ୍କ ମୃତଦେହ, ହତ୍ୟା ସନ୍ଦେହ, ପଡ଼ୋଶୀ ଘରକୁ ପଶିଲା ସନ୍ଧାନୀ କୁକୁର

ରାଜନଗର, ୪ା୪(ଭାସ୍କର ରାଉତରାୟ): ନିଖୋଜ ଥିବା ଶୁଭଲକ୍ଷ୍ମୀଙ୍କ ମୃତଦେହ ଶୁକ୍ରବାର କେନାଲରୁ ମିଳିଛି। ଗାଁ ନିକଟ କେନାଲରେ ଖୋଜାଖୋଜି ପୂର୍ବରୁ ମୃତଦେହ ଭାସି ଆସିଥିବା ଦେଖିବାକୁ ମିଳିଥିଲା।…

ଶେଷ ହେବ ନାହିଁ ଯୁଦ୍ଧ? ଚିନ୍ତାରେ ପଡ଼ିଲାଣି ଆମେରିକା, ବଢାଇପାରେ ଡିଫେନ୍ସ ବଜେଟ

ଓ୍ବାଶିଂଟନ,୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ୩୬ ତମ ଦିନରେ ପହଞ୍ଚିଛି। ନିରନ୍ତର ଆକ୍ରମଣ ଏବଂ ପ୍ରତିଶୋଧମୂଳକ ଆକ୍ରମଣ ମଧ୍ୟରେ, ପରିସ୍ଥିତି କ୍ରମଶଃ…

ଗଛ କାଟୁଥିବା ବେଳେ ଉପରେ ପଡିଗଲା ଡାଳ; ୨୦ ଫୁଟ ଉପରେ ଝୁଲି ରହିଲେ ଯୁବକ, ତାପରେ…

ଉଦଳା,୪।୪(ସନ୍ତୋଷ କୁମାର ବାଛିନୀ): କପ୍ତିପଦା ଥାନା କଟୁରିଆ ଗ୍ରାମରେ ଅଭାବନୀୟ ଘଟଣା । ଗଛ ଉପରେ ଚଢ଼ି ଡାଳ କାଟୁଥିବା ବେଳେ ଉପରେ ପଡିଗଲା ଆଉ ଏକ…

ଇରାନକୁ ଫାଇନାଲ୍‌ ଅଲ୍ଟିମେଟମ: ହର୍ମୁଜ ନ ଖୋଲିଲେ…

ଓ୍ବାଶିଂଟନ୍‌,୪।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଅଲ୍ଟିମେଟମ ଦେଇଛନ୍ତି। ସେ କହିଛନ୍ତି, ଇରାନ ଯଦି ହର୍ମୁଜ ଷ୍ଟ୍ରେଟ୍‌ ନ ଖୋଲେ, ତେବେ ଆମେରିକା ପାଓ୍ବାର…

ଇରାନକୁ ନୁହେଁ, ବରଂ ନିଜ ପାଇଁ ସମୟସୀମା ଧାର୍ଯ୍ୟ କଲେ ଟ୍ରମ୍ପ, ଏହି ତାରିଖକୁ ରଖିଥିଲେ ଡେଡ ଲାଇନ

ଓ୍ବାଶିଂଟନ,୪।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ଆତ୍ମସମର୍ପଣ ପାଇଁ ଏପ୍ରିଲ ୬ ପର୍ଯ୍ୟନ୍ତ ସମୟସୀମା ଦେଇଥିଲେ। ତଥାପି, ଏହା ଏବେ ସ୍ପଷ୍ଟ ହୋଇଯାଇଛି ଯେ ଏହି…

ବାଇକ୍‌କୁ ଧକ୍କାଦେଲା ଟ୍ରାକ୍ଟ୍ରର, ଚାଲିଗଲା ୨ ଜଣଙ୍କ ଜୀବନ

ଧାମନଗର,୪ା୪(ସନ୍ତୋଷ କୁମାର ମହାପାତ୍ର/ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ବିଜ୍ଞାପିତ ଅଞ୍ଚଳ ଭଣ୍ଡାରିପଦୀ ଛକ ମୁଖ୍ୟ ରାସ୍ତାରେ ଶନିବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଫଳରେ ୨…

RCBକୁ ପଛରେ ପକାଇ ମହାରେକର୍ଡ କଲା ଚେନ୍ନାଇ ସୁପର୍‌ କିଙ୍ଗ୍ସ: ପ୍ରଥମ ଦଳ ଭାବେ…

ନୂଆଦିଲ୍ଲୀ,୪।୪: ଚେନ୍ନାଇ ସୁପର କିଙ୍ଗସ IPLରେ ଏପରି ଏକ ସଫଳତା ହାସଲ କରିଛି ଯାହା ପୂର୍ବରୁ ଅନ୍ୟ କୌଣସି ଦଳ କରିପାରି ନାହିଁ। ଚେନ୍ନାଇ ଏବେ ଇଣ୍ଡିଆନ…

ଠାକୁରଘରେ ପଶିିଯିବାରୁ ଦଳିତ ବୃଦ୍ଧାଙ୍କୁ ଆକ୍ରମଣ, ଥାନାର ଦ୍ୱାରସ୍ଥ ହେବା ପରେ…

ପଟ୍ଟାମୁଣ୍ଡାଇ,୪ା୪(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଧିନ ଖଣତା ଗ୍ରାମର ଜଣେ ଦଳିତ ମାନସିକ ବିକାରଗ୍ରସ୍ତ ବୃଦ୍ଧାଙ୍କୁ ଗୁରୁବାର ଆକ୍ରମଣ ହୋଇଛି। ଗ୍ରାମର ଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri