ମା ‘ ମାଣିକେଶ୍ବରୀଙ୍କ ଛତର ଯାତ୍ରା: ରକ୍ତ ରଞ୍ଜିତ ହେଲା ୪ କିମି

ଭଵାନୀପାଟଣା,୧୧।୧୦ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ଶୁକ୍ରବାର ମହାସମାରୋହରେ ପାଳିତ ହୋଇଯାଇଛି। ଜେନାଖାଲ ରେ ସମ୍ପୂର୍ଣ୍ଣ ଗୁପ୍ତବିଧୂରେ ପୂଜାର୍ଚ୍ଚନା ପରେ ଭୋର ୫.୪୦ ରେ ମା’ଙ୍କ ବିଜୟ ପ୍ରତିମା ଛତର ମନ୍ଦିର ଅଭିମୁଖେ ବାହାରିଥିଲା। ଏହି ସମୟରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ଦେଖିବାକୁ ମିଳିଥିଲା। ଅନେକ ଭକ୍ତ ମା’ଙ୍କ ଛତର ଶୋଭାଯାତ୍ରା ସମୟରେ ଧୂପ, ଦୀପ, ନୈବେଦ୍ୟ ଦେଇ ପୂଜା କରିଥିବାବେଳେ ମାନସିକ ଧାରୀ ମାନେ ପଶୁ ପକ୍ଷୀ ବଳିଦେଇ ଦେବୀଙ୍କ ଛତରକୁ ସ୍ବାଗତ ଜଣାଇଥିଲେ। ଏପରିକି ପଶୁ ପକ୍ଷୀଙ୍କ ରକ୍ତରେ ୪ କିମି ରକ୍ତ ରଞ୍ଜିତ ହୋଇଉଠିଥିଲା। ମା’ଙ୍କ ଛତର ସମୟରେ ସ୍ଥାନୀୟ ୩୫ ଟି ସାଂସ୍କୃତିକ ଦଳ ଯୋଗଦେଇ ନିଜର କଳା ପ୍ରଦର୍ଶନ କରିଥିଲେ। ଲକ୍ଷାଧିକ ଭକ୍ତଙ୍କ ସମାଗମ ଯୋଗୁଁ ସହରର ବିଭିନ୍ନ ସ୍ଥାନରେ ଟ୍ରାଫିକ ଜାମ ହୋଇଥିବା ଦେଖିବାକୁ ମିଳିଥିଲା। ଏପରିକି ଦୀର୍ଘ ସମୟ ଧରି ଆମ୍ବୁଲାନ୍ସ ମଧ୍ୟ ଅଟକି ରହିଥିଲା। ମଧ୍ୟାହ୍ନ ୧୨ ରେ ମା’ଙ୍କ ଛତର ମନ୍ଦିରକୁ ପହଞ୍ଚି ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କର୍ମଫଳର ଜୀବନଚକ୍ର

ମଣିଷର ଭାବନା ଏବଂ ଜ୍ଞାନର ଗହନ କଥାକୁ ବୁଝାଇବା ପାଇଁ ପୁରାଣରେ ଅନେକ ଅବଧାରଣା ରହିଛି। ମଣିଷ ଚିନ୍ତାଧାରାରେ ଈଶ୍ୱର ଅଛନ୍ତି ଏବଂ ତାହାର ଧାରଣା ଅଛି…

ପାଣିପାଗ ବିଭାଗର ଆଲର୍ଟ, ୧୦ରେ ବଙ୍ଗୋପସାଗରରେ ବଡ଼ ଲଘୁଚାପ!

ଭୁବନେଶ୍ୱର,୭ା୫(ବନ୍ଦନା ସେଠୀ): ଆସନ୍ତା ୧୦ ତାରିଖ ବେଳକୁ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ। ଏନେଇ ୟୁରୋପିଆନ୍‌ ମଡେଲ ଆକଳନ କରିଛି। ସେହିଭଳି ଶ୍ରୀଲଙ୍କା ଓ ତାମିଲନାଡୁ ଉପକୂଳରେ…

କଫି ଚାଷ ସମ୍ୱନ୍ଧୀୟ ବ୍ଲକ ସ୍ତରୀୟ କର୍ମଶାଳା , ଯୋଗଦେଲେ ଚାଷୀ

ଦାରିଙ୍ଗବାଡି, ୭।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି କଫି ବଗିଚା ପରିସର ମଧ୍ୟରେ କଫି ଚାଷ ସମ୍ୱନ୍ଧୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳାରେ ବ୍ଲକର…

ରାଜ୍ୟରେ ଘନେଇଲାଣି ପେଟ୍ରୋଲ, ଡିଜେଲ ଅଭାବ

ଗତ ଫେବୃଆରୀ ୨୮ରୁ ଇରାନ୍‌ ସହ ଆମେରିକାର ଓ ଇସ୍ରାଏଲର ଯୁଦ୍ଧ ପରଠାରୁ ସାରା ବିଶ୍ୱରେ ଅର୍ଥନୈତିକ ସଙ୍କଟ ଜଟିଳ ହେବାରେ ଲାଗିଛି। ବିଶେଷକରି ଆରବ ଦେଶଗୁଡ଼ିକରୁ…

କାଗଜ କଲମରେ ସୀମିତ ‘ଜଙ୍ଗଲ ଅଧିକାର’: ସେମେଳପଦର ଗ୍ରାମବାସୀଙ୍କୁ ମିଳୁନି ହକ୍, ପ୍ରଶାସନିକ ଅବହେଳାରୁ ବଢୁଛି ଅସନ୍ତୋଷ

ଥୁଆମୂଳ ରାମପୁର, ୬ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କର୍ଲାପାଟ ପଞ୍ଚାୟତର ସେମେଳପଦର ଗ୍ରାମରେ ଜଙ୍ଗଲ ଅଧିକାର ଆଇନ କେବଳ ପ୍ରହସନ…

କୁଟ୍ରୁମାଳି ଜନଶୁଣାଣି ସ୍ଥଗିତ: “ମା’-ମାଟି-ମାଳି” ରକ୍ଷା ପାଇଁ କଳାହାଣ୍ଡି ଓ ରାୟଗଡ଼ାରେ ଗର୍ଜୁଛି ଆନ୍ଦୋଳନ

ଥୁଆମୂଳ ରାମପୁର, ୬।୫ (ଦୁର୍ଗା କୀର୍ତ୍ତି): କୁଟ୍ରୁମାଳି ବକ୍ସାଇଟ୍ ଖଣି ପ୍ରକଳ୍ପକୁ ନେଇ କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲାର ଖଣି ପ୍ରଭାବିତ ଅଞ୍ଚଳରେ ତୀବ୍ର ଜନଅସନ୍ତୋଷ ଦେଖାଦେଇଛି।…

ବ୍ରହ୍ମପୁରରୁ ଚୋରି ହୋଇଯାଇଥିଲା ବାଇକ, ଦେଢବର୍ଷ ପରେ ମାଲିକଙ୍କୁ ଫେରାଇଲା କେ. ନୂଆଗାଁ ପୋଲିସ

ଦିଗପହଣ୍ଡି,୬।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ପୋଲିସକୁ ରାସ୍ତାକଡ ରୁ ମିଳିଥିବା ହୋଣ୍ଡା ୟୁନିକର୍ଣ୍ଣ ବାଇକ (ନଂ. ଓଡ଼ି୦୭ ଏଜି – ୪୨୫୦) କୁ…

ଜାତୀୟ ରାଜପଥ ଉପରେ ହାଇଓ୍ବା ଚଢ଼ାଇ କରିଥିଲେ ହତ୍ୟା, ଅଭିଯୁକ୍ତଙ୍କୁ ବାନ୍ଧିଲା…

ଦେବଗଡ଼,୬।୫(ଶଶାଙ୍କ ଶେଖର ଝାଙ୍କର): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦେବଗଡ଼ ଥାନା ଚଟିବରଘାଟ ଗ୍ରାମ ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥ ଉପରେ ହାଇୱାରେ ଧକ୍କା ଦେଇ ସ୍କୁଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri