ପାଣିମୁରା, ଗିରିଶ୍ଚନ୍ଦ୍ରପୁର ଏଏନ୍‌ଏମ୍‌ ସବ୍‌ସେଣ୍ଟର: ଖାଲିପଡ଼ିଛି ମହିଳା ସ୍ବାସ୍ଥ୍ୟକର୍ମୀ ପଦବୀ

ନାକଟିଦେଉଳ,୨୮ା୯(ବୈକୁଣ୍ଠ ନାଥ ସାହୁ): ନାକଟିଦେଉଳ ବ୍ଲକର ଆଦିବାସୀ ଅଧ୍ୟୁଷିତ ପାଣିମୁରା ଓ ଗିରିଶ୍ଚନ୍ଦ୍ରପୁର ଏଏନ୍‌ଏମ୍‌ ସବ୍‌ସେଣ୍ଟରରେ ଦେଢବର୍ଷ ହେଲା ମହିଳା ସ୍ବାସ୍ଥ୍ୟକର୍ମୀ ପଦବୀ ଖାଲିପଡିଛି। ଏପରି କି ପାଣିମୁରା ସେଣ୍ଟରର ନିଜସ୍ବ ଗୃହ ଖଣ୍ଡିଏ ମଧ୍ୟ ନାହିଁ। ଫଳରେ ଗର୍ଭବତୀ ମହିଳା ଓ କିଶୋରୀ ବାଳିକାମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା ଠିକ୍‌ ଭାବେ ହୋଇପାରୁ ନାହିଁ। ପାଣିମୁରା ପଞ୍ଚାୟତ ହେଉଛି ନାକଟିଦେଉଳ ବ୍ଲକର ଉପାନ୍ତ ଅଞ୍ଚଳ। ଏଠାକାର ଅଧିକାଂଶ ଲୋକ ଆଦିବାସୀ ଗରିବ ଶ୍ରେଣୀର। ନିକଟରେ ସବ୍‌ସେଣ୍ଟର ଥିଲେ ମଧ୍ୟ ମହିଳା ସ୍ବାସ୍ଥ୍ୟକର୍ମୀ ନ ଥିବାରୁ ଗର୍ଭବତୀମାନେ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ତଥାପି ଜରୁରୀ ସମୟରେ ସେମାନେ ସ୍ବାସ୍ଥ୍ୟପରୀକ୍ଷା ପାଇଁ ୫୦କି.ମି. ଦୂର ନାକଟିଦେଉଳ କିମ୍ବା ୩୦ କି.ମି. ଦୂର ରେଢାଖୋଲ ଡାକ୍ତରଖାନା ଯିବାକୁ ବାଧ୍ୟ ହେଉଛନ୍ତି। ଅନ୍ୟପକ୍ଷେ ଏଠାରେ ଏଏନ୍‌ଏମ୍‌ ସେଣ୍ଟରର ନିଜସ୍ବ ଗୃହ ନ ଥିବାରୁ ବହୁ ସମୟରେ ପୁରୁଷ ସ୍ବାସ୍ଥ୍ୟକର୍ମୀ ଗ୍ରାମ ପଞ୍ଚାୟତ ଅଫିସ ବାରଣ୍ଡା କିମ୍ବା ଅଙ୍ଗନୱାଡ଼ି କେନ୍ଦ୍ର ବାରଣ୍ଡାରେ ଟିକାକରଣ କରୁଥିବା ଦେଖିବାକୁ ମିଳିଛି। ଏହି ସମସ୍ୟା ନେଇ ଅଞ୍ଚଳବାସୀ ବିଭିନ୍ନ ସମୟରେ ନାକଟିଦେଉଳଠାରେ ଜିଲାପାଳଙ୍କ ଅଭିଯୋଗ ଶୁଣାଣିରେ ଅଭିଯୋଗ କରିଥିଲେ ମଧ୍ୟ ସୁଫଳ ମିଳିନାହିଁ। ସେହିପରି ଗିରିଶ୍ଚନ୍ଦ୍ରପୁର ସେଣ୍ଟରରେ ମହିଳା ସ୍ବାସ୍ଥ୍ୟକର୍ମୀ ନ ଥିବାରୁ ଗର୍ଭବତୀ ମହିଳା ଓ କିଶୋରୀ ବାଳିକା ସମାନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏ ସମ୍ପର୍କରେ ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ପୂର୍ଣ୍ଣଚନ୍ଦ୍ର ସାହୁଙ୍କୁ ପଚାରିବାରୁ ବର୍ତ୍ତମାନ ସରକାର ମହିଳା ସ୍ବାସ୍ଥ୍ୟକର୍ମୀ ପାଇଁ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି ପ୍ରକ୍ରିୟା ଶେଷ ହେଲେ ଶୀଘ୍ର ପାଣିମୁରା ଓ ଗିରିଶ୍ଚନ୍ଦ୍ରପୁରରେ ଖାଲିଥିବା ମହିଳା ସ୍ବାସ୍ଥ୍ୟକର୍ମୀ ପଦବୀ ପୂରଣ କରାଯିବ ବୋଲି ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

୧୫ ବର୍ଷ ପରେ ପ୍ରଥମ ଡିଜିଟାଲ ଜନଗଣନା: ଦିଗପହଣ୍ଡିରେ ପରିଗଣନାକାରୀଙ୍କୁ ମିଳିଲା ତାଲିମ

ଦିଗପହଣ୍ଡି,୨୬। ୩(ଅଶେଷ ନାଥ ମିଶ୍ର):କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଅଧିନସ୍ଥ ଜନଗଣନା ନିର୍ଦ୍ଦେଶାଳୟ ଏବଂ ବିପର୍ଯୟ ପରିଚାଳନା ବିଭାଗ ଆନୁକୁଲ୍ୟରେ ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି…

ଗୁଗଲ୍ ମ୍ୟାପ୍ ଦେଖାଇଲା ଭୁଲ୍ ବାଟ: ସିଙ୍ଗାରି ଘାଟିରେ ୫ ଘଣ୍ଟା ଫସିଲା ୧୪ ଚକିଆ ଟ୍ରକ୍, ହନ୍ତସନ୍ତ…

ଥୁଆମୂଳ ରାମପୁର, ୨୬ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଓ କଲମପୁର ବ୍ଲକକୁ ସଂଯୋଗ କରୁଥିବା ମୁଖ୍ୟ ଜୀବନରେଖା ସଦୃଶ ସିଙ୍ଗାରି ଘାଟି ରାସ୍ତାରେ…

ରାମ ନବମୀ ପୂର୍ୱରୁ ପୋଲିସର ଫ୍ଲାଗ୍‌ ମାର୍ଚ୍ଚ, ବଢ଼ିଲା ସୁରକ୍ଷା…

କୋରାପୁଟ,୨୬ା୩(ଅମିତାଭ ବେହେରା): ରାମ ନବମୀ ଅବ୍ୟହିତ ପୂର୍ୱରୁ କୋରାପୁଟ ପୋଲିସ ପକ୍ଷରୁ ସହରରେ ଗୁରୁବାର ଫ୍ଲାଗ ମାର୍ଚ୍ଚ କରାଯାଇଛି। ରାମ ନବମୀରେ ଶୁକ୍ରବାର ସହରରେ ୧୦ହଜାର ଊର୍ଦ୍ଧ୍ୱ…

ଦିଗପହଣ୍ଡିରେ ଦଣ୍ଡନାଚ ପାଇଁ ନିୟମାବଳୀ ଜାରି: ଅଶ୍ଳୀଳ ନୃତ୍ୟ ଗୀତ ଉପରେ କଟକଣା, ଉଲ୍ଲଂଘନ କଲେ…

ଦିଗପହଣ୍ଡି,୨୬|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହରରେ ମା ‘ ରୁଦ୍ରକାଳୀ ଙ୍କ ଦଣ୍ଡନାଚ ପରିବେଷଣ ପାଇଁ ଗଞ୍ଜାମ ଜିଲାପାଳ ଙ୍କ ନିର୍ଦ୍ଦେଶକ୍ରମେ ସ୍ଥାନୀୟ ଏନଏସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri