ମଣିପାଲ ହସ୍ପିଟାଲକୁ ଶ୍ରେଷ୍ଠ ମଲ୍ଟି-ସ୍ପେଶିଆଲିଟି ପ୍ରାଇଭେଟ ହସ୍ପିଟାଲ ପୁରସ୍କାର

ଭୁବନେଶ୍ୱର,୧୮।୧୧ (ଅନୁରାଧା ମହାରଣା): ଦି ଉଇକ-ହନ୍ସା ରିସର୍ଚ୍ଚ ସର୍ଭେ ୨୦୨୫: ବେଷ୍ଟ ହସ୍ପିଟାଲ୍‌ସ ଇନ୍‌ ଇଣ୍ଡିଆ ଅନୁସାରେ ଭୁବନେଶ୍ୱରର ଶ୍ରେଷ୍ଠ ମଲ୍ଟି-ସ୍ପେଶିଆଲିଟି ପ୍ରାଇଭେଟ ହସ୍ପିଟାଲ ଭାବେ ମଣିପାଲ ହସ୍ପିଟାଲଙ୍କୁ ସମ୍ମାନିତ କରାଯାଇଛି । ଗତ ୩ ବର୍ଷ ଧରି ମଣିପାଲ ହସ୍‌ପିଟାଲ ଭୁବନେଶ୍ୱର ଏହି ପୁରସ୍କାର ହାସଲ କରିଛି। ନୂଆଦିଲ୍ଲୀରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ରାଜ୍ୟମନ୍ତ୍ରୀ ଅନୁପ୍ରିୟା ପଟେଲଙ୍କ ଉପସ୍ଥିତିରେ ଦିଲ୍ଲୀ ଲୋକ ସଭା ଏମପି ବନସୁରୀ ସ୍ବରାଜ ପୁରସ୍କାର ପ୍ରଦାନ କରିଥିଲେ । ମଣିପାଲ ହସ୍ପିଟାଲ ଭୁବନେଶ୍ୱର ପକ୍ଷରୁ ମଣିପାଲ ହସ୍ପିଟାଲ କ୍ଲଷ୍ଟର ଡାଇରେକ୍ଟର ସାଉଥ ଇଷ୍ଟ ଡାକ୍ତର ଶକ୍ତିମୟ ମହାପାତ୍ର, ଡାଇରେକ୍ଟର ଅର୍ଥୋପେଡିକ୍ସ ଡା. ସୁନୀଲ ଦାଶ ଏବଂ ବରିଷ୍ଠ ସ୍ତ୍ରୀ ଓ ପ୍ରସୂତି ବିଭାଗର ସିନିୟର କନସଲଟାଣ୍ଟ ଡାକ୍ତର ହରପ୍ରୀତ କୌର ଏହି ସମ୍ମାନ ଜନକ ପୁରସ୍କାର ଗ୍ରହଣ କରିଥିଲେ । ଏହି ସମ୍ମାନ ଅବସରରେ ମଣିପାଲ ହସ୍ପିଟାଲ ଚେୟାରମ୍ୟାନ, ଡା. ସୁଦର୍ଶନ ବଲ୍ଲାଲ କହିଥିଲେ, ଏହି ସମ୍ମାନ ଆମ ଡାକ୍ତରଙ୍କ ଅଭିଜ୍ଞତା, ନିଷ୍ଠା ଓ କ୍ଲିନିକାଲ ଉତ୍କର୍ଷରେ ଆଧାରିତ । ଜାତୀୟ ସ୍ତରୀୟ ସ୍ବାସ୍ଥ୍ୟସେବା ପ୍ରଦାନର ପ୍ରତିବଦ୍ଧତାକୁ ପ୍ରତିଫଳିତ କରେ। ଡା. ଶକ୍ତିମୟ ମହାପାତ୍ର କହିଥିଲେ, ଆମ ସଫଳତାର ରହସ୍ୟ ହେଉଛି ଅଭିଜ୍ଞ ଡାକ୍ତରୀ ଟିମ୍‌, ଆଧୁନିକ ଜ୍ଞାନ କୌଶଳ ଏବଂ ପ୍ରତ୍ୟେକ ରୋଗୀ ପାଇଁ ଶ୍ରେଷ୍ଠ ଚିକିତ୍ସା ଦେବା ପ୍ରତି ଆମର ନିୟମିତ ଚେଷ୍ଟା ।

 

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri