Posted inଜାତୀୟ

ପିଏମ୍‌ କିଷାନ ଯୋଜନାରେ ହେରଫେର୍‌, ଟଙ୍କା ଫେରାଇବା ଲାଗି ୨୧ ଲକ୍ଷ ଚାଷୀ ତାଲିକାଭୁକ୍ତ…

ନୂଆଦିଲ୍ଲୀ, ୮।୯ : ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାରେ ବହୁ ହେରଫେର ହୋଇଛି। ଅଯୋଗ୍ୟ ଚାଷୀ ମଧ୍ୟ ଏହି ଯୋଜନାରେ ପଞ୍ଜୀକୃତ ହୋଇ ଲାଭାନ୍ବିତ ହେବାରେ ଲାଗିଛନ୍ତି। ଏନେଇ ଖବର ମିଳିବା ପରେ ଏପର୍ଯ୍ୟନ୍ତ ସରକାରଙ୍କ ପକ୍ଷରୁୂ ଯାଞ୍ଚ୍‌ କରାଯାଇ ୨୧ ଲକ୍ଷ ଚାଷୀଙ୍କୁ ତାଲିକାଭୁକ୍ତ କରିଛନ୍ତି। ସେମାନଙ୍କୁ ପାଣ୍ଠିର ଟଙ୍କା ଫେରସ୍ତ କରିବାକୁ ପଡିବ। ବିଶେଷ କଥା ହେଉଛି ଏହି ସମସ୍ତ କୃଷକ ଉତ୍ତରପ୍ରଦେଶର। ଅଯୋଗ୍ୟ କୃଷକମାନଙ୍କୁ ଶର୍ଟଲିଷ୍ଟ କରିବାର କାର୍ଯ୍ୟ ଦ୍ରୁତ ଗତିରେ ଚାଲିଛି।

ଖୁବ ଶୀଘ୍ର ଅନ୍ୟ କୃଷକଙ୍କ ତାଲିକା ମଧ୍ୟ ପ୍ରକାଶ ପାଇବ। ଏବେ ଯୋଗ୍ୟ ଚାଷୀମାନଙ୍କ ଆକାଉଣ୍ଟକୁ ଯୋଜନାର ଦ୍ୱାଦଶ କିସ୍ତି ପଠାଯିବ। ଏହା ପୂର୍ବରୁ ସରକାର ଏଭଳି ପଦକ୍ଷେପ ଗ୍ରହଣ କରିଛନ୍ତି। ତାଲିକାଭୁକ୍ତ ହୋଇଥିବା ଚାଷୀ ଟଙ୍କା ଫେରାଇବା ଦ୍ୱାରା ଏବଂ କେବଳ ନିର୍ଦ୍ଦଷ୍ଟ ଯୋଗ୍ୟ ଚାଷୀଙ୍କୁ ଟଙ୍କା ପଠାଇବା ଦ୍ୱାରା ସରକାରଙ୍କର କୋଟି କୋଟି ଟଙ୍କା ସଞ୍ଚୟ ହେବ ବୋଲି କୁହାଯାଉଛି।

ଏକ ଗଣମାଧ୍ୟମ ପ୍ରତିନିଧିଙ୍କ ସମ୍ମିଳନୀରେ ଉତ୍ତରପ୍ରଦେଶ କୃଷି ମନ୍ତ୍ରୀ ସୂର୍ଯ୍ୟ ପ୍ରତାପ ଶାହି ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ କେନ୍ଦ୍ରର ଉଚ୍ଚାଭିଳାଷୀ ଯୋଜନା ଅନ୍ତର୍ଗତ କେନ୍ଦ୍ର ସରକାରଙ୍କ ତରଫରୁ ମୋଟ ଦୁଇ କୋଟି ୮୫ ଲକ୍ଷ କୃଷକଙ୍କର ତାଲିକା ଗ୍ରହଣ କରାଯାଇଛି। ସେଥିମଧ୍ୟରୁ ୨୧ ଲକ୍ଷ ଚାଷୀ ଯାଞ୍ଚରେ ଅଯୋଗ୍ୟ ବୋଲି ଜଣାପଡିଛି।

ଯଦି ଅନ୍ୟ ରାଜ୍ୟରେ ମଧ୍ୟ ସମାନ ଅନୁସନ୍ଧାନ କରାଯାଏ, ତେବେ ଦେଶର ବିଭିନ୍ନ ସ୍ଥାନରୁ ଲକ୍ଷ ଲକ୍ଷ ଚାଷୀ ଶର୍ଟଲିଷ୍ଟ ହେବେ। ଯାଞ୍ଚ ସମୟରେ ଶର୍ଟଲିଷ୍ଟ ହୋଇଥିବା ଚାଷୀଙ୍କ ମଧ୍ୟରୁ ସର୍ବାଧିକ ଲୋକ ଆୟକର ଦେୟଧାରୀ ବୋଲି ଜଣାପଡିଛି। ଯେତେବେଳେ କି ଅନେକ କ୍ଷେତ୍ରରେ ଉଭୟ ସ୍ବାମୀ ଏବଂ ସ୍ତ୍ରୀ ଏହି ପାଣ୍ଠିର ଲାଭ ପାଇଥିଲେ। ଏହିପରି ଲୋକଙ୍କ ତାଲିକା ମଧ୍ୟ ପ୍ରସ୍ତୁତ କରାଯାଇଛି। ସେ କହିଛନ୍ତି ଯେ କେତେକ ହିତାଧିକାରୀଙ୍କୁ ମଧ୍ୟ ଅନ୍ତର୍ଭୁକ୍ତ କରାଯାଇଛି ଯେଉଁମାନେ ନିର୍ଦ୍ଦିଷ୍ଟ ଯୋଗ୍ୟତା ମାନଦଣ୍ଡ ପୂରଣ କରୁନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri