Posted inଜାତୀୟ

୬ ଜଣ ସହକର୍ମୀଙ୍କୁ ଗୁଳି ଚଳାଇବା ପରେ ନିଜକୁ ଗୁଳି କଲେ ଆସାମ ରାଇଫଲ୍ସର ଜଣେ ଯବାନ

ଇମ୍ଫାଲ,୨୪।୧: ଉତ୍ତର-ପୂର୍ବ ରାଜ୍ୟ ମଣିପୁରରେ ନିୟୋଜିତ ହୋଇଥିବା ଆସାମ ରାଇଫଲ୍ସ ଏକ ସୈନିକ ୬ ଜଣ ସହକର୍ମୀଙ୍କୁ ଗୁଳି କରି କରିବା ପରେ ନିଜକୁ ଗୁଳି କରିଛନ୍ତି। ପ୍ରକାଶ ଥାଉକି, ବୁଧବାର ସକାଳେ ଏହି ଘଟଣା ପରେ ଆସାମ ରାଇଫଲ୍ସ ଦ୍ୱାରା ସ୍ପଷ୍ଟ କରାଯାଇଥିଲା ଯେ ରାଜ୍ୟରେ ଚାଲିଥିବା ହିଂସା ସହିତ ଏହି ପ୍ରସଙ୍ଗର କୌଣସି ଜଡିତ ନାହିଁ। ଏହି ଘଟଣା ଦକ୍ଷିଣ ମଣିପୁରର ମ୍ୟାନ୍‌ମାର ସୀମା ନିକଟରେ ନିୟୋଜିତ ଆସାମ ରାଇଫଲ୍ସ ବାଟାଲିୟନରେ ଘଟିଛି। ୬ ଜଣ ଆହତ ସୈନିକ ମଣିପୁରର ମୂଳ ବାସିନ୍ଦା ବୋଲି ପୋଲିସ ଏକ ବିବୃତ୍ତିରେ କହିଛି। ସ୍ଥାନୀୟ ପୋଲିସ ଏବଂ ସୁରକ୍ଷା ବାହିନୀ ସହାୟତାରେ ଆହତମାନଙ୍କୁ ଡାକ୍ତରଖାନା ନିଆଯାଇଛି। ଗୁଳି ଚଳାଇବା ପାଇଁ ବ୍ୟବହୃତ ରାଇଫଲକୁ ଜବତ କରାଯାଇଛି ଏବଂ ତଦନ୍ତ ଆରମ୍ଭ ହୋଇଛି। ଆସାମ ରାଇଫଲ୍ସ ସୈନିକ କାହିଁକି ଏହି ଅପରାଧ କରିଛନ୍ତି ତାହାକୁ ଯାଞ୍ଚ କରିବା ପାଇଁ ତାଙ୍କ ପରିବାର ସଦସ୍ୟଙ୍କ ସହ ଆଲୋଚନା କରାଯିବ। ପୋଲିସ ସୂତ୍ରରୁ ପ୍ରକାଶ ଯେ, ଆତ୍ମହତ୍ୟା କରିଥିବା ସୈନିକଙ୍କ ମୋବାଇଲ ଫୋନ ଜବତ କରାଯାଇଛି ଯାହା ଦ୍ୱାରା ଶେଷ ବାର୍ତ୍ତାଳାପକୁ ଟ୍ରାକ କରାଯାଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଅବକାରୀ ଥାନାଠାରୁ ଅନତି ଦୂରରେ ଚାଲିଛି ଚୋରାମଦ କାରବାର, ପ୍ରତିବାଦରେ ମହିଳା…

ଧର୍ମଶାଳା,୬ା୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ଅଞ୍ଚଳର ଶତାଧିକ ମହିଳା ଚୋରା ମଦ ବିକ୍ରି ପ୍ରତିବାଦରେ ଧର୍ମଶାଳା ଅବକାରୀ ଥାନା ସମ୍ମୁଖରେ ଧାରଣା ଦେଇଛନ୍ତି। ଜାରକା…

ପ୍ରାକ ବଜେଟ ବୈଠକରେ ହେଲା ଜରୁରୀ ଆଲୋଚନା: ମଧ୍ୟବିତ୍ତଙ୍କ ପାଇଁ ଏଥର ଫୋକସ୍‌ରେ ରହିବ…

ଭୁବନେଶ୍ୱର,୬।୨: ଆସନ୍ତା ୨୦ ଫେବୃୟାରୀରେ ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପନ ହେବ। ଏହା ପୂର୍ବରୁ ଓଡ଼ିଶାବାସୀଙ୍କ ଠାରୁ ମଧ୍ୟ ରାୟ ଲୋଡିଛନ୍ତି ରାଜ୍ୟ ସରକାର। ମୁଖ୍ରମନ୍ତ୍ରୀ କହିଛନ୍ତି,…

RCB ମହିଳା ଟିମକୁ ଶୁଭେଚ୍ଛା ଜଣାଉ ଜଣାଉ ପୁରୁଷ ଟିମକୁ ଏମିତି କହିଲେ ବିଜୟ ମାଲ୍ୟା, ଯାହା ହେଉଛି ଭାଇରାଲ

ନୂଆଦିଲ୍ଲୀ,୬।୨: ମହିଳା ପ୍ରିମିୟର ଲିଗ ୨୦୨୬ର ଫାଇନାଲ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଦିଲ୍ଲୀ କ୍ୟାପିଟାଲ୍ସକୁ ପରାସ୍ତ କରି ଟାଇଟଲ ଜିତିଛି। ସ୍ମୃତି ମନ୍ଧାନାଙ୍କ ନେତୃତ୍ୱରେ RCB…

ଏମିତି ମିଛ କହିଲେ ଟ୍ରମ୍ପ: ପୋଲ୍‌ ଖୋଲି ଦେଲା ଚାଇନା

ଓ୍ବାଶିଂଟନ୍‌,୬।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ଫୋନ କଲ୍‌ ପରେ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଅନେକ ସାହସିକ ଦାବି…

ଝିଅ ଜନ୍ମ ହେବା ମାତ୍ରେ ମିଳିବ ୨୧,୦୦୦ ଟଙ୍କା, ପଢିବା ଖର୍ଚ୍ଚ ମଧ୍ୟ ବହନ କରିବେ ସରକାର, ଜାଣନ୍ତୁ ଏହି ଯୋଜନା କ’ଣ…

ନୂଆଦିଲ୍ଲୀ,୬।୨: ଝିଅମାନଙ୍କୁ ଶିକ୍ଷା ଏବଂ ପାଳନପୋଷଣ ପାଇଁ ସରକାର ଅନେକ ଯୋଜନା ଚଳାନ୍ତି। ରାଜ୍ୟ ସରକାରଗୁଡ଼ିକ ମଧ୍ୟ ରାଜ୍ୟ ସ୍ତରରେ ଅନେକ ଯୋଜନା ଚଳାନ୍ତି, ଯେପରିକି ଉତ୍ତର…

କୁମୁତାଲପେଟାରେ ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୧୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି

ଜେକେପୁର,୬ା୨(ରାଜେଶ ବିଶ୍ୱାଳ): ରାୟଗଡା ବ୍ଲକର କୁମୁତାଲପେଟା ପଞ୍ଚାୟତ ଅନ୍ତର୍ଗତ କୁମୁତାଲପେଟା ଗ୍ରାମରେ ଥିବା ପଞ୍ଚାୟତ କମ୍ପ୍ଲେକ୍ସର ଏକ ଦୋକାନରେ ଶୁକ୍ରବାର ଭୋର୍‌ ସମୟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି।…

‘ଆପଣଙ୍କୁ କେବଳ ପବ୍ଲିସିଟି ଦରକାର’, କାହିଁକି ପ୍ରଶାନ୍ତ କିଶୋରଙ୍କୁ ଏମିତି କହିଲେ ସୁପ୍ରିମକୋର୍ଟ? ଜାଣନ୍ତୁ…

ପାଟନା,୬।୨: ୨୦୨୫ ବିହାର ବିଧାନସଭା ନିର୍ବାଚନକୁ ଚ୍ୟାଲେଞ୍ଜ କରି ଏବଂ ନୂତନ ନିର୍ବାଚନ ପାଇଁ ପ୍ରଶାନ୍ତ କିଶୋରଙ୍କ ଜନ ସୂରଜ ପାର୍ଟି ଦ୍ୱାରା ଦାୟର କରାଯାଇଥିବା ଆବେଦନର…

ଅଟୋ ଛାତରେ ବସି କୁକୁରର ସହର ପରିକ୍ରମା, ଭିଡିଓ ଭାଇରାଲ୍

ପୁଣେ,୬।୨: ମହାରାଷ୍ଟ୍ରର ପୁଣେ ସହରରେ ଏକ ଅଦ୍ଭୁତ ଘଟଣା ଦେଖିବାକୁ ମିଳିଛି। ସହରର ବ୍ୟସ୍ତବହୁଳ ‘ଡାଙ୍ଗେ ଛକ’ ଅଞ୍ଚଳରେ ଏକ ଚଳନ୍ତା ଅଟୋ-ରିକ୍ସା ଛାତ ଉପରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri