Posted inଜାତୀୟ

ମଣିପୁର ବିଧାନସଭା ଅଧିବେଶନ: ଆରମ୍ଭ ହେବାର ଘଣ୍ଟାକ ମଧ୍ୟରେ ହୋଇଗଲା ବନ୍ଦ

ଇମ୍ଫାଲ,୨୯।୮: ମେ ମାସରୁ ଜାରି ହିଂସା ମଧ୍ୟରେ ମଣିପୁର ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହୋଇଛି। ତେବେ ମଙ୍ଗଳବାର ବିଧାନସଭା ଆରମ୍ଭ ହେବାର ଏକ ଘଣ୍ଟା ମଧ୍ୟରେ ଗୃହକୁ ଅନିଶ୍ଚତକାଳ ପାଇଁ ସ୍ଥଗିତ ରଖାଯାଇଛି।

ଅଧିବେଶନରେ ପୂର୍ବତନ ମଣିପୁର ମୁଖ୍ୟମନ୍ତ୍ରୀ ଓକ୍ରାମ ଇବୋବି ସିଂଙ୍କ ନେତୃତ୍ୱରେ ବିରୋଧୀ ବିଧାୟକମାନେ ବିଧାନସଭାରେ ହଟ୍ଟଗୋଳ କରିଥିଲେ। ଜାତିଗତ କଳହକୁ ନେଇ ମଣିପୁରର ସାମ୍ପ୍ରତିକ ପରିସ୍ଥିତି ବିଷୟରେ ଆଲୋଚନା କରିବା ପାଇଁ ଗୋଟିଏ ଦିନ ପର୍ଯ୍ୟାପ୍ତ ନୁହେଁ ବୋଲି ସେମାନେ କହିଥିଲେ।

ସୂଚନାଯୋଗ୍ୟ, ଅଧିବେଶନ ଆରମ୍ଭରୁ ଜାତିଆଣ ହିଂସାରେ ନିହତ ହୋଇଥିବା ଲୋକଙ୍କ ପାଇଁ ଦୁଇ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା। ତେବେ ସଭାରେ କୁକି ସମ୍ପ୍ରଦାୟର ସମସ୍ତ ୧୦ ଜଣ ବିଧାୟକ ଅନୁପସ୍ଥିତ ଥିଲେ। ସକାଳ ୧୧ଟାରୁ ଗୃହର ପ୍ରକ୍ରିୟା ଆରମ୍ଭ ହୋଇଥିଲା। ମୁଖ୍ୟମନ୍ତ୍ରୀ ଏନ ବିରେନ ସିଂ ତାଙ୍କ ଅଭିଭାଷଣରେ କହିଥିଲେ, “ହିଂସାରେ ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କୁ ଆମେ ସମବେଦନା ଜଣାଉଛୁ। ଏହି ହିଂସାରେ ଯେଉଁମାନେ ନିଜର ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପାଇଁ ମୋ ଶବ୍ଦ ପର୍ଯ୍ୟାପ୍ତ ନୁହେଁ।”

ରାଜ୍ୟରେ ସାମ୍ପ୍ରଦାୟିକ ହିଂସା କିପରି ଶାନ୍ତିପୂର୍ଣ୍ଣ ଉପାୟ ମାଧ୍ୟମରେ ସମାଧାନ କରାଯାଇପାରିବ ସେ ନେଇ ଆଲୋଚନା କରାଯାଇଥିଲା। ଏଥି ସହିତ ଚନ୍ଦ୍ରୟାନ ୩ର ଚନ୍ଦ୍ରରେ ସଫଳ ଅବତରଣ ପାଇଁ ଇସ୍ରୋକୁ ବିଧାନସଭାରେ ପ୍ରଶଂସା କରାଯାଇଥିଲା।

ଗୃହ ଚାଲିବାର କିଛି ସମୟ ପରେ କଂଗ୍ରେସ ବିଧାୟକମାନେ ନିଜ ଆସନରୁ ଠିଆ ହୋଇ ଥଟ୍ଟା ବନ୍ଦ କର, ଗଣତନ୍ତ୍ରକୁ ବଞ୍ଚାଅ ବୋଲି ନାରା ଲଗାଇଥିଲେ। ରାଜ୍ୟର ପରିସ୍ଥିତି ସମ୍ପର୍କରେ ଆଲୋଚନା ପାଇଁ ପାଞ୍ଚ ଦିନିଆ ଅଧିବେଶନ ଆୟୋଜନ କରିବାକୁ କଂଗ୍ରେସ ଦାବି କରିଛି। ବିଧାନସଭା ବାଚସ୍ପତି ସତ୍ୟବ୍ରତ ସିଂ ବିରୋଧୀ ବିଧାୟକମାନଙ୍କୁ ବସିବାକୁ ଅନୁରୋଧ କରିଥିଲେ। କିନ୍ତୁ ସେମାନେ ହଙ୍ଗାମା ଜାରି ରଖିଥିଲେ। ଏହା ପରେ ବାଚସ୍ପତି ଗୃହର ପ୍ରକ୍ରିୟାକୁ ୩୦ ମିନିଟ ପାଇଁ ସ୍ଥଗିତ ରଖିଥିଲେ।

ତେବେ ୩୦ମିନିଟ ପରେ ଗୃହ ଆରମ୍ଭ ହେବା ମାତ୍ରେ କଂଗ୍ରେସ ବିଧାୟକମାନେ ପୁଣି ହୋ ହଲ୍ଲା କରିଥିଲେ। ଏହା ପରେ ବାଚସ୍ପତି ଉତ୍ତେଜନା ମଧ୍ୟରେ ଅଧିବେଶନ ଜାରି ରଖିବା ସମ୍ଭବ ନୁହେଁ ବୋଲି କହି ଗୃହର ପ୍ରକ୍ରିୟାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖିବାକୁ ଘୋଷଣା କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri