Posted inଜାତୀୟ

ଇସ୍ତଫା ଦେଲେ ମଣିପୁରର ଆଉ ଜଣେ ଭାଜପା ବିଧାୟକ

ଇମ୍ଫାଲ,୨୦।୪: ମଣିପୁରର ଭାଜପା ବିଧାୟକ ପାଓନାମ ବ୍ରୋଜେନ ଗୁରୁବାର ମଣିପୁର ବିକାଶ ସୋସାଇଟିର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି। ସେ ନିଜର ବ୍ୟକ୍ତିଗତ କାରଣ ଦର୍ଶାଇ ଏହି ଇସ୍ତଫା ଦେଇଛନ୍ତି। ଉତ୍ତର-ପୂର୍ବ ରାଜ୍ୟରୁ ବ୍ରୋଜେନ ହେଉଛନ୍ତି ଦଳର ତୃତୀୟ ବିଧାୟକ, ଯିଏ ୧୫ ଦିନ ମଧ୍ୟରେ ମଣିପୁର ସରକାରଙ୍କ ପ୍ରଶାସନିକ ପଦରୁ ଇସ୍ତଫା ଦେଇଛନ୍ତି। ଦଳର କେନ୍ଦ୍ରୀୟ ନେତୃତ୍ୱଙ୍କୁ ଭେଟିବା ଏବଂ ସେମାନଙ୍କ ଅଭିଯୋଗ ନେଇ ଦଳର ୩ଜଣ ବିଧାୟକ ଦିଲ୍ଲୀରେ ଏବେ ଉପସ୍ଥିତ ଅଛନ୍ତି। ଏହି ୩ଜଣ ବିଧାୟକଙ୍କ କାର୍ଯ୍ୟକଳାପ ପରେ ବିରେନ ସିଂଙ୍କ ନେତୃତ୍ୱାଧୀନ ଭାଜପା ସରକାରରେ ଅସନ୍ତୋଷ ବଢ଼ୁଥିବା ଜଣାପଡ଼ିଛି। ତେବେ ଭାଜପା ବିଧାୟକ ପାଓନାମ ମୁଖ୍ୟମନ୍ତ୍ରୀ ଏନ୍‌ ବିରେନ ସିଂଙ୍କୁ ଲେଖିଥିବା ପତ୍ରରେ କହିଛନ୍ତି, ବ୍ୟକ୍ତିଗତ କାରଣରୁ ମୁଁ ମଣିପୁର ବିକାଶ ସୋସାଇଟି ଇମ୍ଫାଲର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଉଛି। ଦୟାକରି ଏହାକୁ ଗ୍ରହଣ କରନ୍ତୁ ବୋଲି ସେ ଚିଠିରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?