Posted inଜାତୀୟ

ମଣିପୁର ଘଟଣାରେ ଦୋଷୀଙ୍କୁ ମିଳିପାରେ ଫାଶୀ: ବିରେନ ସିଂ

ଇମ୍ଫାଲ,୨୦।୭: ମଣିପୁରରେ ଦୁଇଜଣ ମହିଳାଙ୍କୁ ଉଲଗ୍ନ କରି ବୁଲାବା ଘଟଣାରେ ମୁଖ୍ୟମନ୍ତ୍ରୀ ଏନ ବିରେନ ସିଂ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ସମସ୍ତ ଅଭିଯୁକ୍ତଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ଆଶ୍ୱାସନା ଦେଇଛନ୍ତି। ଗୁରୁବାର ଏହି ମାମଲାରେ ପ୍ରଥମ ଗିରଫ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି। ଏଥି ସହ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏହି ଘଟଣା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୋଇଥିଲେ।
ଏନ ବିରେନ ସିଂ ଗୁରୁବାର କହିଛନ୍ତି, ଭିଡିଓ ସାମ୍ନାକୁ ଆସିବା ପରେ ରାଜ୍ୟ ସରକାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ମଣିପୁର ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଆଜି ସକାଳେ ପ୍ରଥମ ଗିରଫ କରିଥିଲା। ବର୍ତ୍ତମାନ ଏହି ଘଟଣାରେ ପୁଙ୍ଖାନୁପୁଙ୍ଖ ତଦନ୍ତ ଚାଲିଛି। ସମସ୍ତ ଅଭିଯୁକ୍ତଙ୍କୁ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ ସ୍ବରୂପ ଫାଶୀ ଦଣ୍ଡ ଦିଆଯାଇପାରେ।
ସୂଚନାଯୋଗ୍ୟ, ମଣିପୁରରେ ୨ ଜଣ ଆଦିବାସୀ ମହିଳାଙ୍କୁ ଉଲଗ୍ନ କରି ରାସ୍ତାରେ ବୁଲାଯାଉଥିବା ବେଳର ଭିଡିଓ ସାମାଜିକ ଗଣମାଧ୍ୟମରେ ବହୁଳ ପ୍ରସାରିତ ହୋଇଛି। ୨ ପୀଡ଼ିତାଙ୍କୁ ନିକଟସ୍ଥ ଚାଷଜମିରେ ଗଣବଳାତ୍କାର କରାଯାଇଥିବା ନେଇ ଏକ ଆଦିବାସୀ ସଙ୍ଗଠନ ଅଭିଯୋଗ ଆଣିଛି। ଘଟଣାକୁ ବିଭିନ୍ନ ମହଲରେ ନିନ୍ଦା କରାଯାଇଛି। ଏହାସହ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଭିଡିଓ ଶେୟାର ନ କରିବାକୁ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ରାଜନୀତିରେ ହଇଚଇ: ମମତାଙ୍କୁ ଧମକ ଦେଲେ ମୁଖ୍ୟମନ୍ତ୍ରୀ! ଘରୁ ବାହାରିବାକୁ….

କୋଲକାତା,୨୫ା୮: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୁଭେନ୍ଦୁ ଅଧିକାରୀଙ୍କୁ ଟାର୍ଗେଟ କରିଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ଭିଡିଓ ସେୟାର କରି ଶୁଭେନ୍ଦୁ…

ଗରିମା କନକ୍ଲେଭ୍‌, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ

ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ…

ଧାନ ବିକ୍ରି ପଞ୍ଜୀକରଣବେଳେ ଚାଷୀଙ୍କୁ ବିଭ୍ରାନ୍ତ କରିଥିବା ଅଭିଯୋଗ: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ): ଖରିଫ ୨୦୨୬-୨୭ ଧାନ ବିକ୍ରି ପାଇଁ ପାକ୍ସଗୁଡ଼ିକରେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଥିବାବେଳେ ଆଗଲପୁର ବ୍ଲକ ମୁରୁଶୁଣ୍ଡି ପାକ୍ସରେ ଧାନ କିଣାବିକାକୁ ନେଇ ଏକ…

ଦୁର୍ଗମ ଅଞ୍ଚଳରେ ‘ଦମନ’ ଟିମ୍‌: କମୁଛି ମ୍ୟାଲେରିଆ ଜ୍ୱର ଭୟ

ଦାରିଙ୍ଗବାଡି, ୨୫।୮ (ଅରୁଣ ସାହୁ): ମ୍ୟାଲେରିଆ ମୁକ୍ତ ଲକ୍ଷ୍ୟରେ ଦୁର୍ଗମ ଅଞ୍ଚଳରେ ଅପରେଶନ ଦମନ କାର୍ଯ୍ୟକ୍ରମ ଜୋରଦାର କରାଯାଉଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…

ଜଳ ନିଷ୍କାସନ ଫେଲ୍‌, ବେହାଲ ବରଗଡ଼ ସହର

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍‌(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି,…

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

ଗୋଲ୍ଡି ମାନିଲେ

କାନାଡାରେ ଜୁନ୍‌ ୨୦୨୩ରେ ଖଲିସ୍ତାନୀ ବିଚ୍ଛିନ୍ନତାବାଦୀ ନେତା ହରଦୀପ ସିଂ ନିଜ୍ଜାରଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣା ପାଇଁ କାନାଡାର ତତ୍କାଳୀନ ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋ ଭାରତକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri