Posted inଜାତୀୟ

ମଣିପୁରରେ ଭୂକମ୍ପ, ରିକ୍ଟର ସ୍କେଲରେ ତୀବ୍ରତା ୩.୧

ଇମ୍ଫାଲ,୫।୧୧: ରବିବାର ଅପରାହ୍ନ ପ୍ରାୟ ୫ଟା ୪୨ ରେ ମଣିପୁରରେ ୩.୧ ତୀବ୍ରତାରର ଏକ ଭୂକମ୍ପ ଅନୁଭୂତ ହୋଇଛି। ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି ଦ୍ୱାରା ଏହି ସୂଚନା ଦିଆଯାଇଛି। ରାଜ୍ୟର ଚୁରାଚାନ୍ଦପୁରରେ ଏହି ଭୂକମ୍ପ ଘଟିଥିଲା ଯାହାର ଗଭୀରତା ୩୦ କିଲୋମିଟର ଥିଲା। ମଣିପୁରରେ ହୋଇଥିବା ଭୂକମ୍ପରେ ହୋଇଥିବା କ୍ଷୟକ୍ଷତି ସମ୍ପର୍କରେ ସୂଚନା ଏପର୍ଯ୍ୟନ୍ତ ଆସିନାହିଁ।

ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି ଅନୁଯାୟୀ, ଉତ୍ତରପ୍ରଦେଶର ଅଯୋଧ୍ୟାରେ ସକାଳ ୧ଟାରେ ୩.୬ ତୀବ୍ରତାର ଏକ ଭୂକମ୍ପ ଘଟିଥିଲା, ଯାହାର କେନ୍ଦ୍ରସ୍ଥଳ ଅଯୋଧ୍ୟାଠାରୁ ୨୧୫ କିଲୋମିଟର ଉତ୍ତରରେ ୧୦ କିଲୋମିଟର ଗଭୀରରେ ଥିଲା।
ସୂଚନାଯୋଗ୍ୟ, ଏହାପୂର୍ବରୁ ଶୁକ୍ରବାର ରାତି ପ୍ରାୟ ୧୧ଟା ୩୨ରେ ନେପାଳରେ ୬.୪ ତୀବ୍ରତାର ଏକ ଭୂକମ୍ପ ଯୋଗୁଁ ଦିଲ୍ଲୀ-ଏନସିଆର ସମେତ ଉତ୍ତର ଭାରତର ଅନେକ ସ୍ଥାନରେ କମ୍ପନ ଅନୁଭୂତ ହୋଇଥିଲା। ନ୍ୟାସନାଲ ସେସମୋଲୋଜି ଅନୁଯାୟୀ ନେପାଳରେ ହୋଇଥିବା ଭୂକମ୍ପର କେନ୍ଦ୍ରସ୍ଥଳ ଅଯୋଧ୍ୟାଠାରୁ ପ୍ରାୟ ୨୨୭ କିଲୋମିଟର ଏବଂ କାଠମାଣ୍ଡୁର ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ୧୦ କିଲୋମିଟର ଗଭୀରରେ ଥିଲା।
ରାତିରେ ଅଧିକାଂଶ ଲୋକେ ଘରେ ଶୋଇଥିଲେ ଏବଂ କେହି କେହି ଶୋଇବାକୁ ପ୍ରସ୍ତୁତ ହେଉଥିଲେ। କମ୍ପନ ଅନୁଭବ ହେବା ମାତ୍ରେ ଲୋକମାନେ ଘରୁ ବାହାରକୁ ଆସିଥିଲେ। ଦିଲ୍ଲୀ, ନୋଏଡା, ଲକ୍ଷ୍ନୌ ଏବଂ ପାଟନା ଭଳି ସହରର ଅନେକ ଲୋକ ଏହି ଭୂକମ୍ପର ଅନୁଭୂତି ଗଣମାଧ୍ୟମ ସହ ବାଣ୍ଟିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌: ଜାଣନ୍ତୁ ଖେଳାଯିବ ମ୍ୟାଚ୍‌

କଟକ,୯ା୧୨(ଅନାଦି କର):ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ମଙ୍ଗଳବାର ଐତିହାସିକ ବାରବାଟୀ ଷ୍ଟାଡିୟମରେ ପ୍ରଥମf ଟି୨୦ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ ପାଇଁ ଖେଳାଳିଙ୍କଠାରୁ ଆରମ୍ଭ...

ପୁଣିଥରେ ଭାରତକୁ ଧୋକା ଦେବେ ଟ୍ରମ୍ପ, ଲାଗୁ କରିବେ ନୂଆ ଟାରିଫ୍‌

ଓ୍ବାଶିଂଟନ୍‌,୯।୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୂଚିତ କରିଛନ୍ତି ଯେ ତାଙ୍କ ପ୍ରଶାସନ ଭାରତୀୟ ଚାଉଳ ଏବଂ କାନାଡିଆନ ସାର ସମେତ ବିଦେଶୀ କୃଷି ଉତ୍ପାଦ...

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri