Posted inଜାତୀୟ

ମଣିପୁର ଫାଇଲ୍ସ ଫିଲ୍ମ ନିର୍ମାଣ ହେବା ଆବଶ୍ୟକ: ‘ସାମନା’ରେ ମୋଦିଙ୍କୁ ଟାର୍ଗେଟ…

ମୁମ୍ବାଇ,୨୨।୭ : ମଣିପୁରରେ ହିଂସାକୁ ନେଇ ଶିବସେନା (ୟୁବିଟି) କେନ୍ଦ୍ର ତଥା ରାଜ୍ୟରେ ଭାଜପା ସରକାରକୁ ସମାଲୋଚନା କରିଛି। ଶନିବାର ଶିବସେନା (ୟୁବିଟି) କହିଛି ମଣିପୁର ଫାଇଲ ନାମକ ଏକ ଫିଲ୍ମ ନିର୍ମାଣ କରାଯାଉ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମଣିପୁର ମୁଖ୍ୟମନ୍ତ୍ରୀ ଏନ ବିରେନ ସିଂଙ୍କୁ ଟାର୍ଗେଟ କରି ଶିବସେନା ୟୁବିଟି ମୁଖପତ୍ର ‘ସାମନା’ର ସମ୍ପାଦକୀୟ ଉଲ୍ଲେଖ କରାଯାଇଛି ଉତ୍ତର-ପୂର୍ବ ରାଜ୍ୟରେ ହିଂସା ଓ ଅତ୍ୟାଚାର କାଶ୍ମୀର ଅପେକ୍ଷା ଅଧିକ ଖରାପ।

ସୂଚନାଯୋଗ୍ୟ, ଏକ ଭିଡିଓ ଶୁଟିଂରେ ପ୍ରକାଶ ପାଇଥିଲା ମଣିପୁରର ବିବାଦୀୟ ସମ୍ପ୍ରଦାୟର ଦୁଇଜଣ ମହିଳାଙ୍କୁ ଅନ୍ୟ ପାର୍ଶ୍ୱରୁ କିଛି ପୁରୁଷ ଉଲଗ୍ନ କରି ପ୍ୟାରେଡ କରି ଦେଶବ୍ୟାପୀ ଆକ୍ରୋଶ ସୃଷ୍ଟି କରିଛି। ଦଳ କହିଛି ଯଦି ସୁପ୍ରିମକୋର୍ଟ ଏହି ଘଟଣାର ଅବଗତ ନ ଥାନ୍ତେ ତେବେ ପ୍ରଧାନମନ୍ତ୍ରୀ ଏହି ପ୍ରସଙ୍ଗରେ କହି ନ ଥାନ୍ତେ।

‘ସାମନା’ କହିଛି ନିକଟ ଅତୀତରେ ‘ ଦ ତାକେସ୍କଣ୍ଟ ଫାଇଲ’, ‘ ଦ କେରଳ ଷ୍ଟୋରୀ’ ଏବଂ ’କାଶ୍ମୀର ଫାଇଲ୍ସ’ ଭଳି ଚଳଚ୍ଚିତ୍ର ନିର୍ମାଣ କରାଯାଇଛି। ଏବେ ମଣିପୁର ହିଂସା ଉପରେ ଫିଲ୍ମ ନିର୍ମାଣ ହେବାର ସମୟ ଆସିଛି।

ଯଦି ରାଜ୍ୟରେ ଅଣ ଭାଜପା ସରକାର ଥାଆନ୍ତେ, ତେବେ ତାଙ୍କୁ ବରଖାସ୍ତ କରାଯାଇଥାନ୍ତା। ମଣିପୁର ପ୍ରଧାନମନ୍ତ୍ରୀଙ୍କ ପାଇଁ ରାଜନୈତିକ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ନୁହେଁ ଏବଂ ସେଥିପାଇଁ ରାଜ୍ୟର ପରିସ୍ଥିତିକୁ ଅଣଦେଖା କରାଯାଉଛି। ମଣିପୁରରେ ୬୦,୦୦୦ କେନ୍ଦ୍ରୀୟ ପାରାମିଲିଟାରୀ ଫୋର୍ସ ମୁତୟନ କରାଯାଇଛି । ତଥାପି ହିଂସା ଥମୁ ନାହିଁ। ଏହାର ଅର୍ଥ ହେଉଛି ପରିସ୍ଥିତି ପ୍ରଧାନମନ୍ତ୍ରୀ ଏବଂ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ନିୟନ୍ତ୍ରଣ ବାହାରକୁ ଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

LPGକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଏଣିକି ତେଲ-ଗ୍ୟାସ ସପ୍ଲାଏରେ…

ନୂଆଦିଲ୍ଲୀ,୧୨।୪: ପଶ୍ଚିମ ଏସିଆରେ ଉତ୍ତେଜନା ମଧ୍ୟରେ, ଭାରତ ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି ଏବଂ ସାଧାରଣ ଜନତାଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ ଅନେକ ପଦକ୍ଷେପ ନେଉଛନ୍ତି।…

‘ସବୁକିଛି ଶେଷ…’ ଲେବାନନ୍ ଉପରେ ବଡ଼ ଆକ୍ରମଣ କଲା ଇସ୍ତ୍ରାଏଲ, ସମ୍ପୂର୍ଣ୍ଣ ଗାଁ ଧ୍ୱଂସ

ନୂଆଦିଲ୍ଲୀ,୧୨।୪:  ଇରାନ ଏବଂ ଆମେରିକା ମଧ୍ୟରେ ଦୁଇ ସପ୍ତାହ ଧରି ଯୁଦ୍ଧବିରତି ହୋଇଥିବା ସତ୍ତ୍ୱେ, ଇସ୍ରାଏଲ ଲେବାନନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରିଛି । ଏହି ଆକ୍ରମଣରେ…

କାଠ ବୋଝେଇ ପିକଅପ୍ ଭ୍ୟାନକୁ ଜବତ କଲା ପଦ୍ମପୁର ବନ ବିଭାଗ, ମିଳିଲା….

ପଦ୍ମପୁର,୧୨।୪(ପ୍ରଦୀପ୍ତ ଦାଶ): ପଦ୍ମପୁର ବନ ବିଭାଗକୁ ସଫଳତା । ଶନିବାର ଜଗଦଳପୁର ଥାନା ଅନ୍ତର୍ଗତ ଲୋହରା କୋଟ ଗ୍ରାମ ପାଖରୁ ଏକ ସାଗୁଆନ ଗଣ୍ଡି ବୋଝେଇ ମେକ୍ସ…

ବରଗଡରେ ୨ଟି ଫୁଲମାଳା ବିନିମୟରେ ବାଛିଲେ ଜୀବନସାଥୀ… ନା ଦେଖିଥିଲେ ଜାତି, ନା ଦେଇଥିଲେ ଯୌତୁକ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ବିବାହରେ ନ ଥିଲା ଯାନି ଯୌତୁକ । ନ ଥିଲା ଜାତି ଭେଦଭାବ। ବାହାରି ନ ଥିଲା ବରାତି ଶୋଭାଯାତ୍ରା। କେବଳ ୨ଟି ଫୁଲମାଳା…

ଦୋକାନରେ ଚାଲିଥିଲା ଗଞ୍ଜେଇ ବିକ୍ରି, ପୋଲିସ ଅତର୍କିତ ଚଢ଼ାଉ କରି…

ତିହିଡ଼ି,୧୨ା୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବଜାରରେ ଥିବା ଏକ ବେଆଇନ ଗଞ୍ଜେଇ ଦୋକାନ ଉପରେ ତିହିଡ଼ି ପୋଲିସ ଅତର୍କିତ ଚଢ଼ାଉ କରି ଜଣେ ଗଞ୍ଜେଇ ବିକ୍ରେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri