Posted inଜାତୀୟ

ମଣିପୁରରେ ପୁଣି ଲଜ୍ଜା

ଇମ୍ଫାଲ,୧୦ା୮: ମଣିପୁରରେ ପୁଣି ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି। ମଣିପୁର ହିଂସା ବେଳେ ମେ’ ୩ତାରିଖରେ ଚୁରାଚାନ୍ଦପୁର ଅଞ୍ଚଳର ଜଣେ ୩୭ ବର୍ଷୀୟ ମହିଳାଙ୍କୁ ଗଣବଳାତ୍କାର କରାଯାଇଥିବା ନେଇ ବିଷ୍ଣୁପୁର ମହିଳା ଥାନାରେ ଏତଲା ଦାଏର ହୋଇଛି। ଉତ୍ତ୍ୟକ୍ତ ଲୋକେ ମହିଳାଙ୍କ ଘର ଜାଳିଦେବାରୁ ସେ ତାଙ୍କ ଦୁଇ ପୁଅ, ଝିଆରି ଏବଂ ନଣନ୍ଦଙ୍କ ସହ ପଳାଇଯାଉଥିବା ବେଳେ ଗଣବଳାତ୍କାରର ଶିକାର ହୋଇଥିବା ଥାନାରେ ଅଭିଯୋଗ ହେଶଇଛି।

ଅଭିଯୋଗ ମୁତାବକ, ଦଳେ ଲୋକ ଗୋଡ଼ାଇବାରୁ ମହିଳା ଜଣକ ତଳେ ପଡ଼ିଯାଇଥିଲେ। ସେତିକିବେଳେ ନଣନ୍ଦ ତାଙ୍କ ଦୁଇ ପୁଅ ଓ ଝିଆରିଙ୍କୁ ନେଇ ପଳାଇଯାଇଥିଲେ ବୋଲି ମହିଳା ଜଣକ କହିଛନ୍ତି। ନିଜ ଓ ପରିବାରର ସମ୍ମାନ ବଞ୍ଚାଇବା ପାଇଁ ମହିଳା ଜଣକ ଦୀର୍ଘଦିନ ନୀରବ ରହିଥିବା କହିଛନ୍ତି। ଏପରିକି ସେ ଆତ୍ମହତ୍ୟା କରିବାକୁ ଚାହିଁଥିଲେ ବୋଲି ଅଭିଯୋଗ ପତ୍ରରେ ଦର୍ଶାଇଛନ୍ତି। ଏବେ ସେ ଘରଦ୍ୱାର ଛାଡ଼ିଥିବା ଲୋକଙ୍କ ସହ ରିଲିଫ୍‌ କ୍ୟାମ୍ପରେ ରହିଥିବା କହିଛନ୍ତି। ଅଭିଯୋଗକୁ ଭିତ୍ତି କରି ପୋଲିସ ଆଇପିସିର ଧାରା ୩୭୬ଡି, ୩୫୪, ୧୨୦ବି ଏବଂ ୩୪ରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ୪ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୧୩ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ପରିମାଣର ବୃଦ୍ଧି ପାଇଛି। ଏହାସହ ଜଳଭଣ୍ଡାରର…

BRICS ସମ୍ମିଳନୀ ମଧ୍ୟରେ ରାହୁଲ-ପ୍ରିୟଙ୍କାଙ୍କୁ ଭେଟିଲେ ମାଲେସିଆ ପ୍ରଧାନମନ୍ତ୍ରୀ; ବ୍ରେକଫାଷ୍ଟ ସମୟରେ କ’ଣ ଆଲୋଚନା ହେଲା? ଜାଣନ୍ତୁ…

ନୂଆଦିଲ୍ଲୀ,୧୩।୯: ମାଲେସିଆର ପ୍ରଧାନମନ୍ତ୍ରୀ ଅନୱର ଇବ୍ରହିମ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ଏମପି ପ୍ରିୟଙ୍କା ଗାନ୍ଧୀଙ୍କ ସହ ଏକ ବ୍ରେକଫାଷ୍ଟ…

ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ, ସନ୍ଦେହ ଘେରରେ ଘରମାଲିକ

ତୁମୁଡ଼ିବନ୍ଧ,୧୩ା୯(ଦୀପକ କୁମାର ପରାସେଠ): ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ। ଏପରି ଏକ ସମ୍ବେଦନଶୀଳ ତଥା ଅମାନୁଷିକ ଘଟଣା କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ…

ସାରା ଦିନ ସମ୍ମିଳନୀରେ ବ୍ୟସ୍ତ ଥିଲେ ସି ଜିନପିଙ୍ଗ, ହେଲେ କାହିଁକି BRICSର ଭବ୍ୟ ଭୋଜିରେ ଯୋଗ ଦେଲେ ନାହିଁ? ଜାଣନ୍ତୁ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୧୩।୯: BRICS ସମ୍ମିଳନୀରେ ଯୋଗ ଦେଇଥିବା ବିଭିନ୍ନ ଦେଶର ରାଷ୍ଟ୍ରମୁଖ୍ୟ ଏବଂ ବିଶିଷ୍ଟ ଅତିଥିମାନଙ୍କ ପାଇଁ ଶନିବାର ରାତିରେ ରାଜଧାନୀ ନୂଆଦିଲ୍ଲୀସ୍ଥିତ ‘ଭାରତ ମଣ୍ଡପମ’ରେ ଏକ ଅତ୍ୟନ୍ତ…

‘ଗାଡ଼ି ଗଭୀର ଖାଲ ଆଡ଼କୁ ମାଡ଼ିଚାଲିଛି; ବ୍ରେକ ଲଗାଇବାର ସମୟ ଆସିଯାଇଛି’ AIକୁ ନେଇ ଆମେରିକୀୟ ଆଇନ ପ୍ରଣେତାଙ୍କ ଚେତାବନୀ

ଓ୍ବାଶିଂଟନ,୧୩।୯: ଆମେରିକାର ସିନେଟର ବର୍ନି ସାଣ୍ଡର୍ସ ରବିବାର କହିଛନ୍ତି ଯେ AI (କୃତ୍ରିମ ବୁଦ୍ଧିମତ୍ତା) ବିକାଶର ଗତି ମନ୍ଥର କରିବା ପାଇଁ ଡାରିଓ ଆମୋଡେଇ, ସାମ ଅଲ୍ଟମ୍ୟାନ…

ୟୁଏଇରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶା ପାଇଁ ଆଣିଛନ୍ତି ଖୁସିଖବର, କହିଲେ ଏଥର ଆମ…

ଭୁବନେଶ୍ୱର,୧୩ା୯: ସଂଯୁକ୍ତ ଆରବ ଏମିରେଟ୍ସ ଗସ୍ତ ସାରି ରବିବାର ଓଡ଼ିଶା ଫେରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଓଡ଼ିଶା ନିବେଶକ ସମ୍ମିଳନୀରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଆଜି…

ଘର କାମ ସାରି ବାହାରେ ଥିବାବେଳେ ଯୁବକଙ୍କୁଦୁଇ ରାଉଣ୍ଡ ଗୁଳି

ସୋରଡ଼ା, ୧୩।୯ (ରଜନୀ ମହାପାତ୍ର): ଗଞ୍ଜାମ ଜିଲାର ବଡ଼ଗଡ଼ ଥାନା ଅଧୀନ ଯୋଡ଼ାବନ୍ଧ ଛକ ନିକଟରେ ଗୁଳିକାଣ୍ଡ ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ…

ନୂଆଁଖାଇରେ ସମ୍ବଲପୁରୀ ଲୁଗାର କ୍ରେଜ୍‌, ବଢ଼ୁଛି ବେପାର: ବଜାରରେ ଜମୁଛି ଭିଡ଼

ଅମରପାଲି, ୧୩/୯ (ପୀତାମ୍ବର ସାହୁ): ନୂଆଁଖାଇ ପର୍ବକୁ ଆଉ କିଛି ଦିନ ବାକି ଥିବାବେଳେ ପଶ୍ଚିମ ଓଡ଼ିଶାର ବଜାରରେ ଦେଖାଦେଇଛି ଉତ୍ସବର ରଙ୍ଗ। ନୂଆଁଖାଇରେ ନୂଆ ପୋଷାକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?