Posted inଜାତୀୟ

ମିଜୋରାମରୁ ମେଇତି ଲୋକଙ୍କୁ ଏୟାରଲିପ୍ଟ କରିବାକୁ ପ୍ରସ୍ତୁତି, ବଢାଗଲା ସୁରକ୍ଷା

ଆଇଜଲ,୨୩।୭: ମଣିପୁରର ମେଇତି ଓ କୁକି ସମ୍ପ୍ରଦାୟ ମଧ୍ୟରେ ଉପୁଜିଥିବା ହିଂସା ମଧ୍ୟରେ ମିଜୋରାମରେ ଥିବା ମେଇତି ସମ୍ପ୍ରଦାୟ ଲୋକଙ୍କୁ ଏୟାରଲିପ୍ଟ କରିବାକୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏକ ପୂର୍ବତନ ଉଗ୍ରବାଦୀ ସଂଗଠନ ମେଇତି ଲୋକଙ୍କୁ ସେମାନଙ୍କ ସୁରକ୍ଷା ପାଇଁ ରାଜ୍ୟ ଛାଡିବାକୁ କହିବା ପରେ ମଣିପୁର ସରକାର ସମ୍ପ୍ରଦାୟର ସଦସ୍ୟମାନଙ୍କୁ ଏୟାରଲିପ୍ଟ କରିବା ଉପରେ ବିଚାର କରୁଛନ୍ତି।
ସଂଗଠନ କହିଛି ଯେ ମଣିପୁରରେ ଦୁଇଜଣ ମହିଳାଙ୍କ ସହ ହୋଇଥିବା ବର୍ବରତା ଭିଡିଓକୁ ନେଇ ମିଜୋରାମ ଯୁବକମାନଙ୍କ ମଧ୍ୟରେ ବହୁତ କ୍ରୋଧ ଦେଖାଦେଇଛି। ନିକଟରେ ମଣିପୁରରେ ଦୁଇ ମହିଳାଙ୍କୁ ଉଲଗ୍ନ କରିବା ଭଳି ଲଜ୍ଜାଜନକ ଘଟଣା ସାରା ଦେଶରେ ଆଲେଶଚନାର ବିଷୟ ହୋଇଛି। ଭିଡିଓରେ ଦେଖାଯାଇଥିବା ମହିଳାମାନେ କୁକି ସମ୍ପ୍ରଦାୟର ବୋଲି କୁହାଯାଇଥିଲା। ଏହି ମାମଲାରେ ଏପର୍ଯ୍ୟନ୍ତ ୫ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି।
ହିନ୍ଦୁସ୍ତାନ ଟାଇମ୍ସର ରିପୋର୍ଟ ଅନୁଯାୟୀ, ଆଇଜାୱଲ-ଇମ୍ଫାଲ ଏବଂ ଆଇଜାୱଲ-ସିଲଚର ମଧ୍ୟରେ ସ୍ବତନ୍ତ୍ର ଏଟିଆର ବିମାନ ମାଧ୍ୟମରେ ସମ୍ପ୍ରଦାୟର ଲୋକଙ୍କୁ ମିଜୋରାମରୁ ସ୍ଥାନାନ୍ତର କରାଯାଇପାରେ। ଅନ୍ୟପକ୍ଷରେ, ମିଜୋରାମ ସରକାର ଶନିବାର ରାଜ୍ୟରେ ରହୁଥିବା ମେଇତି ସମ୍ପ୍ରଦାୟର ଲୋକଙ୍କୁ ସୁରକ୍ଷା ପ୍ରଦାନ କରିବା ସହ ଗୁଜବ ପ୍ରତି ଧ୍ୟାନ ନ ଦେବାକୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

ବ୍ରିଟିଶ ରାଜ ପରିବାରକୁ ଲଜ୍ଜା, ପୂର୍ବତନ ରାଜକୁମାର ଗିରଫ

ନୂଆଦିଲ୍ଲୀ,୧୯ା୨: ବ୍ରିଟେନର ରାଜା ଚାର୍ଲସଙ୍କ ସାନ ଭାଇ ତଥା ପୂର୍ବତନ ରାଜକୁମାର ଆଣ୍ଡ୍ର୍ୟୁ ମାଉଣ୍ଟବ୍ୟାଟେନ-ୱିଣ୍ଡସର ଗୁରୁବାର ଗିରଫ ହୋଇଛନ୍ତି। ସରକାରୀ ପଦବୀରେ ଥାଇ ଅସଦାଚରଣ ବା କ୍ଷମତାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri