Posted inଜାତୀୟ

ମଣିପୁର ଘଟଣା ଲଜ୍ଜାଜନକ, ଦୋଷୀଙ୍କୁ ମିଳିବ କଡ଼ା ଦଣ୍ଡ: ମୋଦି

ନୂଆଦିଲ୍ଲୀ,୨୦।୭: ମଣିପୁରରେ ମହିଳାଙ୍କୁ ଉଲଗ୍ନ କରି ବୁଲାଇବାରେ ଘଟଣାରେ ଦୁଃଖପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଗୁରୁବାର ପ୍ରଧାନମନ୍ତ୍ରୀ କହିଛନ୍ତି, ମଣିପୁରରେ ଯେଉଁ ଘଟଣା ସାମ୍ନାକୁ ଆସିଛି ତାହା କୌଣସି ସଭ୍ୟ ସମାଜ ପାଇଁ ଲଜ୍ଜାଜନକ ଘଟଣା। ଏଭଳି ଘଟଣା ମୋତେ ବ୍ୟଥିତ କରିଛି। ମୋ ହୃଦୟ ଏବେ କ୍ରୋଧରେ ପରପୂର୍ଣ୍ଣ। ଏଭଳି ଅପରାଧ କରୁଥିବା ପାପୀ ନିଜ ସ୍ଥାନରେ ଅଛନ୍ତି, କିନ୍ତୁ ଏଥିରେ ୧୪୦ କୋଟି ଭାରତୀୟ ଅପମାନିତ ହୋଇଛନ୍ତି। ମୁଁ ସମସ୍ତ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କରୁଛି ଯେ ମା’ ଏବଂ ଭଉଣୀମାନଙ୍କୁ ସୁରକ୍ଷା ଦେବା ପାଇଁ କଠୋର ପଦକ୍ଷେପ ନିଅନ୍ତୁ। ଏହି ଘଟଣା ରାଜସ୍ଥାନ, ଛତିଶଗଡ କିମ୍ବା ମଣିପୁରର ହୋଇପାରେ। ଆସନ୍ତୁ ବିତର୍କରୁ ଊର୍ଦ୍ଧ୍ୱରେ ରହି ମା’ ଏବଂ ଭଉଣୀମାନଙ୍କୁ ସୁରକ୍ଷା ଦେବା। ଏଭଳି ଘଟଣାରେ ଜଡ଼ିତ ଅପରାଧୀଙ୍କୁ କଠୋର ଦଣ୍ଡ ଦିଆଯିବ।
ସୂଚନାଯୋଗ୍ୟ, ଦୀର୍ଘ ଅଢ଼େଇ ମାସ ଧରି ଭାଜପା ଶାସିତ ଉତ୍ତରପୂର୍ବାଞ୍ଚଳ ରାଜ୍ୟ ମଣିପୁରରେ ସଂଘର୍ଷ ଲାଗିରହିଥିବାବେଳେ ୨ ଜଣ ଆଦିବାସୀ ମହିଳାଙ୍କୁ ଉଲଗ୍ନ କରି ରାସ୍ତାରେ ବୁଲାଯାଉଥିବା ବେଳର ଭିଡିଓ ସାମାଜିକ ଗଣମାଧ୍ୟମରେ ବହୁଳ ପ୍ରସାରିତ ହୋଇଛି। ୨ ପୀଡ଼ିତାଙ୍କୁ ନିକଟସ୍ଥ ଚାଷଜମିରେ ଗଣବଳାତ୍କାର କରାଯାଇଥିବା ନେଇ ଏକ ଆଦିବାସୀ ସଙ୍ଗଠନ ଅଭିଯୋଗ ଆଣିଛି। ଘଟଣାକୁ ବିଭିନ୍ନ ମହଲରେ ନିନ୍ଦା କରାଯାଇଛି। ଏହାସହ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଭିଡିଓ ଶେୟାର ନ କରିବାକୁ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri