Posted inଜାତୀୟ

ଜଳୁଛି ମଣିପୁର-ଜମ୍ମୁରେ ଯବାନ ଶହୀଦ, ଦି କେରଲା ଷ୍ଟୋରି ନେଇ ପ୍ରଧାନମନ୍ତ୍ରୀ ନିର୍ବାଚନ ପ୍ରଚାରରେ ବ୍ୟସ୍ତ: ଓଓ୍ବାଇସିଙ୍କ ସମାଲୋଚନା…

ବେଙ୍ଗାଲୁରୁ,୬।୫ : କର୍ନାଟକ ବିଧାନସଭା ନିର୍ବାଚନ ପାଇଁ ଏହି ଅଭିଯାନ ଶେଷ ପର୍ଯ୍ୟାୟରେ ଅଛି। ବଜରଙ୍ଗ ଦଳ, ବଜରଙ୍ଗ ବାଲି ଏବଂ ନିକଟରେ ମୁକ୍ତିଲାଭ କରିଥିବା ଚଳଚ୍ଚିତ୍ର ଦି କେରଲା ଷ୍ଟୋରି ଭଳି ପ୍ରସଙ୍ଗ ଚର୍ଚ୍ଚାର ବିଷୟ ପାଲଟିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦକ୍ଷିଣ ରାଜ୍ୟ ପାଇଁ ପ୍ରଚାରରେ ବ୍ୟସ୍ତ ଅଛନ୍ତି। ଏଭଳି ପରିସ୍ଥିତିରେ ଅଲ ଇଣ୍ଡିଆ ମଜଲିସ-ଇ-ଇଥାହାଦୁଲ ମୁସଲିମନ (ଏଆଇଏମଆଇଏମ) ମୁଖ୍ୟ ଅସଦୁଦ୍ଦିନ ଓୱାଇସି ଏସବୁ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ କଡ଼ା ସମାଲୋଚନା କରିଛନ୍ତି।

ଓୱାଇସି କହିଛନ୍ତି ଗୋଟିଏ ପଟେ ଆତଙ୍କବାଦୀମାନେ ଜମ୍ମୁ-କଶ୍ମୀରରେ ଯବାନ ମାନଙ୍କୁ ହତ୍ୟା କରୁଛନ୍ତି, ମଣିପୁର ହିଂସାର ନିଆଁରେ ଜଳୁଛି ଏବଂ ଏପରିସ୍ଥଳେ ଆମ ଦେଶର ପ୍ରଧାନମନ୍ତ୍ରୀ କର୍ନାଟକ ନିର୍ବାଚନ ପାଇଁ ପ୍ରଚାର କରିବାରେ ବ୍ୟସ୍ତ ଅଛନ୍ତି। ଆମେ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିବାକୁ ଚାହୁଁଛୁ ଯେ କର୍ନାଟକରେ ନିର୍ବାଚନ ଅଛି, କିନ୍ତୁ ପାକିସ୍ତାନରୁ ଆତଙ୍କବାଦୀମାନେ ଆସି ଆମର ପାଞ୍ଚ ଯବାନଙ୍କୁ ହତ୍ୟା କରୁଛନ୍ତି, ମଣିପୁର ଜଳୁଛି। ଲୋକମାନେ ନିଜ ଘରୁ ପଳାୟନ କରୁଛନ୍ତି କିନ୍ତୁ ପ୍ରଧାନମନ୍ତ୍ରୀ ନିର୍ବାଚନୀ ପ୍ରଚାରରେ ଦି କେରଲା ଷ୍ଟୋରି ଫିଲ୍ମକୁ ପ୍ରୋତ୍ସାହିତ କରୁଛନ୍ତି।

ଏହା ଏକ ମିଥ୍ୟା ଚଳଚ୍ଚିତ୍ର। ଏଥିରେ କେବଳ ବୁର୍ଖା ଦେଖାଇ ନିର୍ମାତା ଟଙ୍କା ରୋଜଗାର କରିବାକୁ ଚାହୁଁଛନ୍ତି । ପ୍ରଧାନମନ୍ତ୍ରୀ ଘୃଣା ବିସ୍ତାର କରୁଛନ୍ତି। ନିର୍ବାଚନରେ ଜିତିବା ପାଇଁ ପ୍ରଧାନମନ୍ତ୍ରୀ ଏତେ ନିମ୍ନମାନର ଅଚାରଣ ପ୍ରଦର୍ଶନ କରୁଛନ୍ତି ତାହା ଚିନ୍ତାର ବାହାରେ।

ଓୱାଇସି କହିଛନ୍ତି, ପ୍ରଧାନମନ୍ତ୍ରୀ କେବଳ ଭାଷଣ ଦିଅନ୍ତୁ ନାହିଁ। ପାକିସ୍ତାନକୁ ଅଟକାନ୍ତୁ ଯାହା ଦ୍ୱାରା ସେମାନେ ଆସି ଆମର ଯବାନମାନଙ୍କୁ ହତ୍ୟା କରିପାରିବେ ନାହିଁ। ପ୍ରଧାନମନ୍ତ୍ରୀ କେବଳ ଜାତୀୟତା ଉପରେ ର୍ନିବାଚନ ଭାଷଣ ଦିଅନ୍ତି କିନ୍ତୁ ଆମର ଯବାନ ଶହୀଦ ହୋଇଗଲେ ଚୁପ ରୁହନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚର୍ଚ୍ଚାରେ ନୀତା ଅମ୍ବାନୀଙ୍କ ହାର, ତିଆରି କରିବାକୁ ଲାଗିଥିଲା ୩ ବର୍ଷ, ଗଢ଼ିଛନ୍ତି ୧୪ କାରିଗର, ଦାମ୍‌ ଜାଣିଲେ…

ମୁମ୍ବାଇ,୧୯ା୯: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ମାଲିକ ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ଅମ୍ବାନୀଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ୬୦ ବର୍ଷ ବୟସରେ ନୀତା ଅମ୍ବାନୀ ତାଙ୍କର ପ୍ରତ୍ୟେକ…

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ…

୨୦୦୦ରୁ ଅଧିକ UPI ପେମେଣ୍ଟ ବନ୍ଦ? ପେଟ୍ରୋଲ ପମ୍ପ ଆଗରେ ଝୁଲିଲା ନୋଟିସ, ବଢ଼ିଲା ହଟଚମଟ!

ନୂଆଦିଲ୍ଲୀ,୧୯।୯: ଯଦି ଆପଣଙ୍କ ପକେଟରେ ମଧ୍ୟ କ୍ୟାସ (ନଗଦ ଟଙ୍କା) ରହୁନାହିଁ ଏବଂ ଆପଣ ୫ ଟଙ୍କାର ଚା’ଠାରୁ ଆରମ୍ଭ କରି ୫୦୦୦ ଟଙ୍କାର ସପିଂ କିମ୍ୱା…

‘ସଚେତନତା ବଢ଼ିଲେ ରୋକି ହେବ ଏଡ୍‌ସ ମହାମାରୀ’

ଭଞ୍ଜନଗର,୧୯ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଏଡ୍‌ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌)…

ବିରାଟ କୋହଲିଙ୍କ କ୍ରେଜ ଦେଖିଛନ୍ତି? ମାତ୍ର ୨୪ ଘଣ୍ଟା ମଧ୍ୟରେ ବିକ୍ରି ହୋଇଯାଇଥିଲା ପ୍ରଥମ ଦିନିକିଆ ମ୍ୟାଚ ପାଇଁ ୫୦,୦୦୦ ଟିକେଟ

ନୂଆଦିଲ୍ଲୀ,୧୯।୯: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ ତିନୋଟି ODI (ଏକଦିବସୀୟ) ଏବଂ ପାଞ୍ଚୋଟି T20I ମ୍ୟାଚ ବିଶିଷ୍ଟ ସିରିଜ ପାଇଁ ଭାରତ ଗସ୍ତ କରୁଛି। ଏହି ଗସ୍ତ ସେପ୍ଟେମ୍ବର…

ବଡ଼ ଦୁର୍ଘଟଣା: ବାଗଳାମୁଖୀରୁ ଫେରୁଥିବା ବେଳେ ନାଳରେ ଭାସିଯାଇ ୭ ଓଡ଼ିଆ ଶ୍ରଦ୍ଧାଳୁଙ୍କ ସମେତ ୮ମୃତ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାରକୁ ଏକ ନାଳ ଭସାଇ ନେଇଥିଲା। ଏହି ଘଟଣାରେ କାରରେ…

Video: ଭାବ ବିହ୍ବଳ ହୋଇ ଖୁବ କାନ୍ଦିଲେ ଚରାଗ ପାଶଓ୍ବାନ

ମୁମ୍ବାଇ,୧୯।୯: ଭକ୍ତମାନଙ୍କ ପାଇଁ ଗଣପତି ବାପ୍ପାଙ୍କୁ ବିଦାୟ ଦେବାର ମୁହୂର୍ତ୍ତଟି ଅତ୍ୟନ୍ତ ଭାବପୂର୍ଣ୍ଣ ହୋଇଥାଏ। କେନ୍ଦ୍ରମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟି (ରାମ ବିଳାସ)ର ନେତା ଚିରାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?