Posted inଜାତୀୟ

ମଣିପୁରରେ ସ୍ଥିତି ସୁଧାରିବାରେ ମୁଖ୍ୟମନ୍ତ୍ରୀ ଫେଲ୍: ଭାଜପାଠାରୁ ସମର୍ଥନ ଫେରାଇନେଲା ସହଯୋଗୀ ଦଳ

ମଣିପୁର,୧୭ା୧୧: ମଣିପୁରରେ ଚାଲିଥିବା ହିଂସା ମଧ୍ୟରେ ନ୍ୟାସନାଲ ପିପୁଲ୍ସ ପାର୍ଟି ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡାଙ୍କୁ ଚିଠି ଲେଖି ସମର୍ଥନ ପ୍ରତ୍ୟାହାର କରିବାକୁ ଜଣାଇଛି। ସେ କହିଛନ୍ତି ଯେ ମୁଖ୍ୟମନ୍ତ୍ରୀ ଏନ. ବିରେନ ସିଂଙ୍କ ନେତୃତ୍ୱରେ ସରକାର ବର୍ତ୍ତମାନର ପରିସ୍ଥିତିର ମୁକାବିଲା କରିବାରେ ବିଫଳ ହୋଇଛନ୍ତି। ତେଣୁ ସେ ତୁରନ୍ତ ପ୍ରଭାବ ସହିତ ସମର୍ଥନ ପ୍ରତ୍ୟାହାର କରୁଛନ୍ତି।

ଏନପିପି ପକ୍ଷରୁ ଜେପି ନଡାଙ୍କୁ ଲେଖାଯାଇଥିବା ଚିଠିରେ ମଣିପୁର ବର୍ତମାନର ସ୍ଥିତି ଏବଂ ଆଇନ ଶ୍ରୁଙ୍ଖଳାକୁ ନେଇ ଚିନ୍ତା ପ୍ରକଟ କରାଯାଇଛି। ଏଥିରେ କୁହାଯାଇଛି ଯେ, ଗତ କିଛି ଦିନରେ ରାଜ୍ୟର ସ୍ଥିତି ଆହୁରି ଖରାପ ହେବା ନଜରକୁ ଆସିଛି। ଯେଉଁଥିରେ ଅନେକ ସାଧାରଣ ଲୋକ ସେମାନଙ୍କର ଜୀବନ ହରାଉଛନ୍ତି। ରାଜ୍ୟରେ ଲୋକମାନେ ବଡ଼ ସଙ୍କଟ ଦେଇ ଗତି କରୁଛନ୍ତି।

ଏଥିରେ ଆହୁରି କୁହାଯାଇଛି, ଆମେ ଦୃଢତାର ସହିତ ବିଶ୍ୱାସ କରୁଛୁ ଯେ, ମୁଖ୍ୟମନ୍ତ୍ରୀ ବୀରେନଙ୍କ ନେତୃତ୍ୱରେ ମଣିପୁର ରାଜ୍ୟ ସରକାର ସଙ୍କଟର ସମାଧାନ କରିବାରେ ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି। ତେଣୁ ବର୍ତମାନର ସ୍ଥିତିକୁ ଧ୍ୟାନରେ ରଖି ଏନପିପି ମଣିପୁର ସରକାରଙ୍କଠାରୁ ସମର୍ଥନ ଫେରାଇ ନେଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ଡୋପ୍‌ ଟେଷ୍ଟରେ ଧରାପଡ଼ିଥିବା ଏୟାର ଇଣ୍ଡିଆ ପାଇଲଟ୍‌ ବହିଷ୍କୃତ

ନୂଆଦିଲ୍ଲୀ,୫ା୯: ଫୁକେଟ୍‌ରୁ ଦିଲ୍ଲୀ ଉଡ଼ାଣ ବେଳେ ବିମାନ ହଠାତ୍‌ ୩୦୦ ଫୁଟ୍‌ ଖସିବା ଘଟଣା ପରେ ନିଷେଧ ନିଶାଦ୍ରବ୍ୟ ସେବନ କରିଥିବା ଡୋପ୍‌ ଟେଷ୍ଟରୁ ଧରାପଡ଼ିବା ପରେ…

ଭୀଷଣ ପାଗ ନେଇ ସତର୍କ କରାଇଲେ ଡବ୍ଲ୍ୟୁଏମ୍‌ଓ ମୁଖ୍ୟ: ଫେବୃଆରୀ ଯାଏ ଜାରି ରହିବ…

ନୂଆଦିଲ୍ଲୀ,୫ା୯: ପ୍ରଶାନ୍ତ ମହାସାଗର ଉପରେ ସକ୍ରିୟ ଥିବା ଏଲ୍‌ ନିନୋ ଆଗାମୀ ମାସଗୁଡ଼ିକରେ ଅଧିକ ଘନୀଭୂତ ହୋଇ ଏକ ଶକ୍ତିଶାଳୀ ରୂପ ନେବ ଏବଂ ଆସନ୍ତାବର୍ଷ ଫେବୃଆରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri