Posted inଜାତୀୟ

ମଣିପୁରରେ ମିଆଁମାର ସୀମା ନିକଟରେ ପୋଲିସ ଅଧିକାରୀଙ୍କୁ ଗୁଳିମାରି ହତ୍ୟା କଲେ ଉଗ୍ରବାଦୀ

ନୂଆଦିଲ୍ଲୀ,୩୧।୧୦: ମଣିପୁରରେ ଆରମ୍ଭ ହୋଇଥିବା ହିଂସା ଥମିବାର ନାଁ ନେଉ ନାହିଁ। ମଙ୍ଗଳବାର ମିଆଁମାର ସୀମାକୁ ଲାଗିଥିବା ଏକ ଅଞ୍ଚଳରେ କିଛି ଉଗ୍ରବାଦୀ ମିଶି ଜଣେ ପୋଲିସ ଅଧିକାରୀଙ୍କ ହତ୍ୟା କରିଛନ୍ତି। ଏହି ଘଟଣା ଟେଙ୍ଗନୋପାଲ ଜିଲ୍ଲାର ମୋରେହରେ ଘଟିଛି। ଏଠାରେ ଜଣେ ସବ-ଡିଭିଜନାଲ ପୋଲିସ ଅଧିକାରୀ (ଏସଡିପିଓ) ଙ୍କ ହତ୍ୟା ହୋଇଛି।

ଅଧିକାରୀ ଜଣକ ମୋରେହର ଇଷ୍ଟର୍ନ ସାଇନ୍ ସ୍କୁଲ୍ ପଡ଼ିଆରେ ପ୍ରସ୍ତାବିତ ଏକ ହେଲିପ୍ୟାଡ଼ର ନିର୍ମାଣ ସ୍ଥଳ ଅନୁଧ୍ୟାନ କରୁଥିବା ସମୟରେ ଉଗ୍ରବାଦୀ ମାନେ ତାଙ୍କ ଉପରେ ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ଏସଡିପିଓ ଚିଙ୍ଗଥମ୍ ଆନନ୍ଦ କୁମାର ଆହତ ହୋଇଥିଲେ। ତାଙ୍କୁ ତୁରନ୍ତ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରକୁ ଚିକିତ୍ସା ପାଇଁ ନିଆଯାଇଥିଲା, କିନ୍ତୁ ବୁଲେଟ୍ ଆଘାତ ଯୋଗୁଁ ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା।

ପୋଲିସ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଆନନ୍ଦ କୁମାରଙ୍କ ପେଟରେ ଗୁଳି ଲାଗିଥିଲା। ଘଟଣା ପରେ ବରିଷ୍ଠ ଅଧିକାରୀ ଏବଂ ଅର୍ଦ୍ଧସାମରିକ ସୈନ୍ୟ ଘଟଣାସ୍ଥଳରେ ପହଞ୍ଚିଛନ୍ତି ଅଭିଯୁକ୍ତଙ୍କୁ ଧରିବାକୁ ତଦନ୍ତ ଆରମ୍ଭ କରୁଛନ୍ତି। ପୋଲିସ ଅଧିକାରୀଙ୍କ ମୃତ୍ୟୁ ପରେ ରାଜ୍ୟ ସରକାର ଏକ ଜରୁରୀକାଳୀନ କ୍ୟାବିନେଟ ବୈଠକ ଡାକି ଏହି ଘଟଣାର କଡ଼ା ନିନ୍ଦା କରିଛନ୍ତି। ଏହା ବ୍ୟତୀତ ମୃତ ଅଧିକାରୀଙ୍କ ପରିବାରକୁ 50 ଲକ୍ଷ ଟଙ୍କା ଏବଂ ଜଣେ ସଦସ୍ୟଙ୍କୁ ଚାକିରୀ ମଧ୍ୟ ଦେବାକୁ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ରାମଙ୍କୁ ଚୋରି କରିଛି’, ମୁଖ୍ୟମନ୍ତ୍ରୀଙ୍କ ବୟାନକୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ,୨୯।୯: ଭଗବାନ ରାମ ଓ ଭଗବାନ ଶିବଙ୍କୁ ନେଇ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେବନ୍ତ ରେଡ୍ଡୀଙ୍କ ମନ୍ତବ୍ୟକୁ ନେଇ ରାଜନୀତି ଚର୍ଚ୍ଚା ତେଜ ହୋଇଛି । ଦିଲ୍ଲୀରେ…

ବଙ୍ଗ ରାଜନୀତିରେ ହଇଚଇ; ଉପନିର୍ବାଚନ ପୂର୍ବରୁ ଦିଦିଙ୍କୁ ବଡ଼ ଝଟକା, ୧୦୦ରୁ ଅଧିକ….

କୋଲକାତା,୨୯।୯: ପଶ୍ଚିମବଙ୍ଗରେ ଆଗାମୀ ଉପନିର୍ବାଚନ ପୂର୍ବରୁ ତୃଣମୂଳ କଂଗ୍ରେସ (TMC)ରେ ଦଳୀୟ ପରିବର୍ତ୍ତନକୁ ନେଇ ଚର୍ଚ୍ଚା ଜୋର ଧରିଛି । ମାଲଦା ଜିଲାର ମହିଷ ବାଥାନୀ ଅଞ୍ଚଳର…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅଟଳ CJP, ଆସାମରୁ ଏଭଳି ଚେତାବନୀ ଦେଲେ ଆଶୁତୋଷ ରାଙ୍କା

ଗୁଆହାଟୀ,୨୯।୯: ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ନାମରେ ଭୋଟର ତାଲିକାରୁ ୧୩ କୋଟି ଲୋକଙ୍କ ନାମକୁ ବାଦ୍‌ ଦିଆଯାଇଥିବା ଅଭିଯୋଗକୁ ନେଇ ସିଇସି ଜ୍ଞାନେଶ କୁମାରଙ୍କ ଇସ୍ତଫା…

କେନ୍ଦ୍ର-ସିବିଏସ୍‌ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ୬ଷ୍ଠ ଶ୍ରେଣୀ ପିଲାଙ୍କୁ ୩ ଭାଷା ନୀତିରୁ…

ନୂଆଦିଲ୍ଲୀ,୨୯।୯(ପି.ଟି.): କେନ୍ଦ୍ର ସରକାରଙ୍କ ୩ ଭାଷା ନୀତିରୁ ୭ମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ବାଦ୍‌ ଦିଆଯାଇଥିବାବେଳେ ବର୍ତ୍ତମାନର ୬ଷ୍ଠ ଶ୍ରେଣୀ ପିଲାଙ୍କୁ ମଧ୍ୟ ଉକ୍ତ ନୀତିରୁ ବାଦ୍‌ ଦେବା…

ଡବ୍ଲ୍ୟୁଏଚ୍‌ଓ-ୟୁନିସେଫ୍‌ ରିପୋର୍ଟରେ ଚାଞ୍ଚଲ୍ୟକର ତଥ୍ୟ, ଭାରତର ୫ କୋଟି ସ୍କୁଲ ପିଲାଙ୍କୁ ମିଳୁନି…

ନୂଆଦିଲ୍ଲୀ,୨୯।୯(ପି.ଟି.): ଭାରତର ବିଦ୍ୟାଳୟଗୁଡ଼ିକରେ ପାଖାପାଖି ଏକ-ପଞ୍ଚମାଂଶ ପିଲାଙ୍କୁ ପରିମଳ ସେବା ଉପଲବ୍ଧ ହେଉନାହିଁ, ଯାହାକି ବିଶ୍ୱରେ ସର୍ବାଧିକ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ଏବଂ ୟୁନିସେଫ୍‌ର ଯୁଗ୍ମ…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ନିର୍ବାଚନ କମିଶନଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ୩ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୮।୯: ସୁପ୍ରିମକୋର୍ଟ ସୋମବାର ନିର୍ବାଚନ କମିଶନଙ୍କୁ ଏକ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। ତୃଣମୂଳ କଂଗ୍ରେସ (TMC)ର ଦୁଇ ବିରୋଧୀ ଗୋଷ୍ଠୀ ମଧ୍ୟରେ ‘ଅଲ ଇଣ୍ଡିଆ ତୃଣମୂଳ କଂଗ୍ରେସ’…

୩୬ ଘଣ୍ଟାରେ ଜ୍ଞାନେଶ କୁମାରଙ୍କୁ ୩ ବଡ଼ ଆଶ୍ୱସ୍ତି, ନୀରବ ରହି ମଜବୁତ କଲେ ନିଜ ସ୍ଥିତି

ନୂଆଦିଲ୍ଲୀ,୨୮।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଗତ କିଛି ଦିନ ହେବ ରାଜନୀତି ସରଗରମ ରହିଛି। ସେପ୍ଟେମ୍ବର ୨୩ରେ ପ୍ରକାଶିତ ଏକ ରିପୋର୍ଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?