Posted inଜାତୀୟ

୨୦ରୁ ୨୨ଅଗଷ୍ଟ ଯାଏ ସବୁ ସ୍କୁଲ-କଲେଜ ବନ୍ଦ; ରାଜ୍ୟପାଳ ଜାରି କଲେ ନିର୍ଦ୍ଦେଶ, ଜାଣନ୍ତୁ କାହିଁକି…

୨୦ ରୁ ୨୨ ଅଗଷ୍ଟ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ, ଯାହାକୁ ନେଇ ଶିକ୍ଷା ବିଭାଗ ପକ୍ଷରୁ ଆନୁଷ୍ଠାନିକ ନିର୍ଦ୍ଦେଶ ଜାରି କରାଯାଇଛି।  ଶିକ୍ଷା ବିଭାଗ ଗୁରୁବାର ସକାଳେ ଏକ ଆଦେଶ ଜାରି କରି ଜଣାଇଛି ଯେ, ୨୦ ଅଗଷ୍ଟ ଶନିବାର ଠାରୁ ୨୨ ଅଗଷ୍ଟ  ପର୍ଯ୍ୟନ୍ତ ସମସ୍ତ ସ୍କୁଲ, କଲେଜ, ଉଚ୍ଚ ଶିକ୍ଷାନୁଷ୍ଠାନ, ବିଶ୍ୱବିଦ୍ୟାଳୟ ଏବଂ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ କିମ୍ବା ବେସରକାରୀ ସମସ୍ତ ଅନୁଷ୍ଠାନ ତିନି ଦିନ ପାଇଁ ବନ୍ଦ ରହିବ।
ଶିକ୍ଷାନୁଷ୍ଠାନ ବନ୍ଦ କରିବାର ନିଷ୍ପତ୍ତି କାହିଁକି ନିଆଗଲା?
ଶିକ୍ଷା ବିଭାଗ ଦ୍ୱାରା ଜାରି ଏହି ଆଦେଶରେ କୁହାଯାଇଛି ଯେ, ରାଜ୍ୟରେ ବିଦ୍ୟମାନ ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ମଣିପୁର ରାଜ୍ୟପାଳ ଗୁରୁବାର, ୨୦ ଅଗଷ୍ଟ ୨୦୨୬ ରୁ ଶନିବାର ୨୨ ଅଗଷ୍ଟ ୨୦୨୬ ପର୍ଯ୍ୟନ୍ତ ସମସ୍ତ ସ୍କୁଲ (ସେକେଣ୍ଡାରୀ ଏଜୁକେସନ୍ ବୋର୍ଡ, କାଉନସିଲ୍ ଅଫ୍ ହାୟର ସେକେଣ୍ଡାରୀ ଏଜୁକେସନ୍, ସେଣ୍ଟ୍ରାଲ୍ ବୋର୍ଡ ଅଫ୍ ସେକେଣ୍ଡାରୀ ଏଜୁକେସନ୍ ଏବଂ ଅନ୍ୟାନ୍ୟ ବୋର୍ଡ ସହ ଅନୁବନ୍ଧିତ), କଲେଜ ଏବଂ ବିଶ୍ୱବିଦ୍ୟାଳୟଗୁଡ଼ିକୁ ଏହି ତିନି ଦିନ ପାଇଁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟରେ ଚାଲିଥିବା ଧର୍ମଘଟ ଏବଂ ରାଲି ଯୋଗୁଁ ଏହି ନିଷ୍ପତ୍ତି ନିଆଯାଇଥିବା ମନେକରାଯାଉଛି।
ମିଡିଆ ରିପୋର୍ଟ ଅନୁଯାୟୀ, ଶିକ୍ଷା ବିଭାଗ ସମସ୍ତ ଡେପୁଟି କମିଶନର, ଆଞ୍ଚଳିକ ଶିକ୍ଷା ଅଧିକାରୀ ଏବଂ ସମ୍ପୃକ୍ତ ନିର୍ଦ୍ଦେଶକମାନଙ୍କୁ ସେମାନଙ୍କ ଅଞ୍ଚଳର ସମସ୍ତ ଶିକ୍ଷାନୁଷ୍ଠାନ ପର୍ଯ୍ୟନ୍ତ ଏହି ଆଦେଶକୁ ତୁରନ୍ତ ପହଞ୍ଚାଇବାକୁ ନିର୍ଦ୍ଦେଶ ଦେଇଛନ୍ତି
ରିପୋର୍ଟ ଅନୁଯାୟୀ, ରାଜ୍ୟରେ ଜନଗଣନା ପୂର୍ବରୁ ଜାତୀୟ ନାଗରିକ ପଞ୍ଜିକରଣ (NRC) କୁ ଅପଡେଟ୍ କରିବା ଦାବିରେ ଅନେକ ସ୍ଥାନରେ ଆନ୍ଦୋଳନ ହେଉଛି। ଏହି ଦାବି ପଛର ମୁଖ୍ୟ କାରଣ ହେଉଛି ନାଗରିକତା, କଥିତ ଅବୈଧ ଅନୁପ୍ରବେଶ ଏବଂ ଜନସଂଖ୍ୟା ତଥ୍ୟ। ବିରୋଧ ପ୍ରଦର୍ଶନ କରୁଥିବା ସଂଗଠନଗୁଡ଼ିକ, ବିଶେଷ କରି Campaign for Just and Fair Delimitation (JFD) ର କହିବା କଥା ଯେ, ସରକାର ପ୍ରଥମେ ମଣିପୁରରେ ରହୁଥିବା ଲୋକଙ୍କ ମଧ୍ୟରୁ କିଏ ଭାରତୀୟ ନାଗରିକ ଏବଂ କିଏ ଅବୈଧ ଭାବେ ରହୁଛନ୍ତି ତାହା ସ୍ପଷ୍ଟ କରନ୍ତୁ। ଏହି ସ୍ଥିତି ସ୍ପଷ୍ଟ ହେବା ପରେ ଯାଇ ଜନଗଣନା କରାଯାଉ।

Enter your email to get our daily news in your inbox.

All Right Reserved By Dharitri.Com

ରୋମାଞ୍ଚକର ଫାଇନାଲ ମ୍ୟାଚ୍‌: ପାକିସ୍ତାନକୁ ପରାସ୍ତ କରି ଟାଇଟଲ ଜିତିଲା ଶ୍ରୀଲଙ୍କା

ଦୋହା,୨୯।୧୧: Asia Cup Rising Stars 2026 ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ୍‌ ଅତ୍ୟନ୍ତ ରୋମାଞ୍ଚକପୂର୍ଣ୍ଣ ହୋଇଥିଲା। ଯେଉଁଥିରେ ଶ୍ରୀଲଙ୍କା ‘ଏ’ (Sri Lanka ’A’) ଦଳ ପାକିସ୍ତାନ…

ଝାଡ଼ଖଣ୍ଡରେ ମର୍ମନ୍ତୁଦ ଦୁର୍ଘଟଣା: ୧୩ ମୃତ, ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ରାଞ୍ଚି,୨୯ା୧୧: ଝାଡ଼ଖଣ୍ଡର ରାମଗଡ଼ ଜିଲାରେ ଦ୍ରୁତ ବେଗରେ ଆସୁଥିବା ଏକ ଏସ୍‌ୟୁଭି ଭାରୀ ଯାନକୁ ଧକ୍କା ଦେବାରୁ ୫ ପିଲା ଓ ୩ ମହିଳାଙ୍କ ସମେତ ୧୩…

ମହମ୍ମଦ ସିରାଜଙ୍କୁ ଅଣଦେଖା କରିବା ନେଇ ରାଗିଗଲେ ସୁନୀଲ ଗାଭାସ୍କର, ଟିମ୍ ଇଣ୍ଡିଆର ନିଷ୍ପତ୍ତିକୁ ନେଇ କହିଲେ….

ନୂଆଦିଲ୍ଲୀ,୨୯।୧୧: ନ୍ୟୁଜିଲାଣ୍ଡ ଗସ୍ତରେ ଟିମ୍ ଇଣ୍ଡିଆର ପ୍ରଦର୍ଶନ ଅପେକ୍ଷା ଦଳର କିଛି ନିଷ୍ପତ୍ତିକୁ ନେଇ ଅଧିକ ଚର୍ଚ୍ଚା ଓ ବିବାଦ ଦେଖାଦେଇଛି । ଟି-୨୦ ସିରିଜ୍‌ରେ ଯୁବ…

ମନ୍‌ କି ବାତ୍‌ କାର୍ଯ୍ୟକ୍ରମ: ଏକାଠି ବସି ମୋଦିଙ୍କ ବାର୍ତ୍ତା ଶୁଣିଲେ ଭାଜପା କାର୍ଯ୍ୟକର୍ତ୍ତା

ହାଟଡ଼ିହୀ/ଆନନ୍ଦପୁର/ଛେନାପଦୀ,୨୯।୧୧(ଶୁଭକାନ୍ତ ନାୟକ/ସୁଶାନ୍ତ ସାହୁ/ଶ୍ରୀଧର ମହାରଣା/ନିରାକାର ପରିଡ଼ା): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ରବିବାର ବିଧାନସଭାସ୍ତରୀୟ ମନ୍‌ କି ବାତ୍‌ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏକ ହୋଟେଲରେ ଯୁବମୋର୍ଚ୍ଚା…

ସୀମା ପୁନଃନିର୍ଦ୍ଧାରଣ ବିଲ୍‌ ପାଇଁ ସରକାରଙ୍କୁ ୩୭୧ ସାଂସଦଙ୍କ ସମର୍ଥନ! ଲୋକ ସଭା ଆସନ ୮୫୦କୁ ବଢ଼ାଇବାକୁ ପ୍ରସ୍ତାବ

ନୂଆଦିଲ୍ଲୀ,୨୯ା୧୧: ନିର୍ବାଚନମଣ୍ଡଳୀ ସୀମା ପୁନଃ ନିର୍ଦ୍ଧାରଣ ସହ ଜଡ଼ିତ ସମ୍ବିଧାନ ସଂଶୋଧନ ବିଲ୍‌ ଗୃହୀତ କରାଇବା ପାଇଁ ସୋମବାରଠାରୁ ପାର୍ଲାମେଣ୍ଟର ସ୍ବତନ୍ତ୍ର ଅଧିବେଶନ ଆରମ୍ଭ ହେଉଛି ।…

ଭୂସ୍ଖଳନରେ ୧୩ ଜୀବନ ହାନି, ଦୁର୍ଦ୍ଦିନରେ ଥିବା ଗିଡ଼ିପାବାଲି ପରିବାରଙ୍କୁ ପୁଣି ସହାୟତାର ହାତ ବଢ଼ାଇଲେ ଅସୀମା

ଭଞ୍ଜନଗର,୨୯।୧୧(ବାବୁଲା ପ୍ରଧାନ): ବାତ୍ୟା, ବର୍ଷାର ବିଭୀଷିକା ଥମିଯାଇଛି, ହେଲେ ଏହାର ଦୁଃଖଦ ଚିହ୍ନ ଏବେ ବି ଅନେକ ପରିବାରଙ୍କ ଜୀବନରେ ଲିଭିନାହିଁ। ଅନେକ ପରିବାର ସର୍ବସ୍ବ ହରାଇଥିବା…

କେରଳରୁ ଘରକୁ ଫେରୁଥିବା ବେଳେ ବିଜୟୱାଡ଼ାରୁ ନିଖୋଜ ଲାଞ୍ଜିଗଡ଼ର ଯୁବକ, ୧୦ ଦିନ ହେଲା ମିଳୁନି ପତ୍ତା

ଲାଞ୍ଜିଗଡ଼,୨୯।୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଆଦିବାସୀ ଅଧ୍ଯୁଷିତ ଅଞ୍ଚଳରେ କାମ ନପାଇ ହଜାର ହଜାର ସଂଖ୍ୟାରେ ଲୋକେ ବିଭିନ୍ନ ରାଜ୍ୟକୁ ଦାଦନ ଖଟିବାକୁ…

ଗୁଡ଼ାରି ଡାକ୍ତରଖାନାରେ ନାହିଁ ଏକ୍ସ-ରେ ସୁବିଧା, ୪୫ କିମି ଦୂର ଯାଉଛନ୍ତି ରୋଗୀ

ଗୁଡାରି,୨୯।୧୧(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡାରି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଏକ୍ସ-ରେ (X-Ray) ସୁବିଧା ନଥିବାରୁ ରୋଗୀମାନେ ନାନା ପ୍ରକାର ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ବିଶେଷକରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?