Posted inଜାତୀୟ

ମଣିପୁର ଯୌନହିଂସା: ସଂସଦରେ ଅଚଳାବସ୍ଥା

ନୂଆଦିଲ୍ଲୀ,୨୨ା୭: ମଣିପୁର ହିଂସା ଓ ଯୌନହିଂସାକୁ ନେଇ ପାର୍ଲାମେଣ୍ଟ ମୌସୁମୀ ଅଧିବେଶନର ଦ୍ୱିତୀୟ ଦିନ ଅଚଳାବସ୍ଥା ଜାରି ରହିବାରୁ ଗୃହକାର୍ଯ୍ୟ ସୋମବାର ପର୍ଯ୍ୟନ୍ତ ମୁଲତବୀ ରଖାଯାଇଛି। ଶୁକ୍ରବାର ଲୋକ ସଭାରେ ଗୃହକାର୍ଯ୍ୟ ଆରମ୍ଭ ହେବା ପୂର୍ବରୁ କଂଗ୍ରେସ, ଡିଏମ୍‌କେ ଏବଂ ବାମପନ୍ଥୀ ସଦସ୍ୟମାନେ ଗୃହର ମଧ୍ୟଭାଗକୁ ଯାଇ ସ୍ଳୋଗାନ ଦେଇଥିଲେ। ବାଚସ୍ପତି ଓମ୍‌ ବିର୍ଲାଙ୍କୁ କହିଥିଲେ, ମଣିପୁର ରକ୍ତରଞ୍ଜିତ। ବିରୋଧୀଙ୍କ ଏଭଳି ସ୍ଲୋଗାନରୁ କୌଣସି ସମାଧାନ ବାହାରିବ ନାହିଁ। କେବଳ ଆଲୋଚନା ଜରିଆରେ ହିଁ ସମାଧାନ ସମ୍ଭବ। ତେଣୁ ଗୃହ ଚଳାଇବାକୁ ଦିଅନ୍ତୁ ବୋଲି ବାଚସ୍ପତି ସେମାନଙ୍କୁ ଅନୁରୋଧ କରିଥିଲେ। କିନ୍ତୁ ବିରୋଧୀ ସଦସ୍ୟମାନେ ବାଚସ୍ପତିଙ୍କ କଥା ଶୁଣି ନ ଥିଲେ। ବାଚସ୍ପତି ପ୍ରତିରକ୍ଷା ମନ୍ତ୍ରୀ ତଥା ଗୃହର ଉପନେତା ରାଜନାଥ ସିଂଙ୍କୁ କହିବାକୁ ପରାମର୍ଶ ଦେଇଥିଲେ। ରାଜନାଥ କହିଛନ୍ତି, ସରକାର ମଣିପୁର ହିଂସା ଉପରେ ଆଲୋଚନା ଚାହୁଁଛନ୍ତି। କିନ୍ତୁ ବିରୋଧୀ ଦଳଗୁଡ଼ିକ ହଟ୍ଟଗୋଳ କରି ଗୃହକାର୍ଯ୍ୟ ଚଳାଇବାକୁ ଦେଉନାହାନ୍ତି। ବିରୋଧୀଙ୍କ ହଟ୍ଟଗୋଳ ମଧ୍ୟରେ ବାରମ୍ବାର ଗୃହକାର୍ଯ୍ୟ ବାଧାପ୍ରାପ୍ତ ହେବାରୁ ବାଚସ୍ପତି ଲୋକ ସଭାକୁ ସୋମବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି। ରାଜ୍ୟ ସଭାରେ ମଧ୍ୟ ଅନୁରୂପ ସ୍ଥିତି ଦେଖିବାକୁ ମିଳିଥିଲା। ମଣିପୁର ପ୍ରସଙ୍ଗରେ ବିତର୍କ ଦାବି କରି ବିରୋଧୀ ସଦସ୍ୟମାନେ ହଟ୍ଟଗୋଳ କରିଥିଲେ। ଫଳରେ ଗୃହର ଅଧ୍ୟକ୍ଷ ଜଗଦୀପ ଧନକର ଦିନକ ପାଇଁ ଗୃହକାର୍ଯ୍ୟ ମୁଲତବୀ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁହଁ ଖୋଲିଲେ ସିୟା ଅଗ୍ରଓ୍ବାଲ୍‌ଙ୍କ ପିତା: ଯଦି ମୋ ଝିଅ କେତନଙ୍କୁ ମାରିଛି ତେବେ…

ପୁଣେ,୨୬।୬: ମହାରାଷ୍ଟ୍ରର ପୁଣେରେ ବ୍ୟବସାୟୀ କେତନ ଅଗ୍ରୱାଲଙ୍କ ମୃତ୍ୟୁ ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ଏହି ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ପ୍ରେମିକା ସିୟା ଗୋୟଲ ଏବଂ ତାଙ୍କ ପ୍ରେମିକ…

ବଲାଙ୍ଗୀରରେ ବଡ଼ ଧରଣର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା ମାର୍କେଟ କମ୍ପ୍ଲେକ୍ସ

ବଲାଙ୍ଗୀର,୨୬ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡା ଠାରେ ଥିବା ଏକ ଘରୋଇ ମାର୍କେଟ କମ୍ପ୍ଲେକ୍ସରେ କୌଣସି କାରଣରୁ ନିଆଁ ଲାଗିଯାଇଛି । ଅଗ୍ନିକାଣ୍ଡରେ ୮ରୁ ଅଧିକ…

ପଛକୁ ପଛ ୨ଟି ଘୂର୍ଣ୍ଣିବଳୟ,ଝଡବର୍ଷା ସମ୍ଭାବନା : ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୬ା୬(ବନ୍ଦନା ସେଠୀ):ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲା ବିଶେଷକରି ଦକ୍ଷିଣ ଓଡ଼ିଶାରେ ବର୍ଷା ଲାଗି ରହିଛି। ଅପରପକ୍ଷେ ଉପକୂଳ ଓଡ଼ିଶାର କିଛି ଜିଲାରେ ଗତ…

ନାବାଳିକାଙ୍କୁ ଅପହରଣ କରି ବଳାତ୍କାର କଲେ ରାହୁଲ: ଘଟଣା ଜଣାପଡ଼ିବା ପରେ…

ଦେବଗଡ,୨୬।୬(ଶଶାଙ୍କ ଶେଖର ଝାଙ୍କର):ଜଣେ ନାବାଳିକାଙ୍କୁ ଅପହରଣ ଓ ବଳାତ୍କାର ଅଭିଯୋଗରେ ଦେବଗଡ ଆଦର୍ଶ ଥାନା ପୋଲିସ କାଲକାଠ ଗ୍ରାମର ଯୋଗେଶ୍ୱର ପାତ୍ରଙ୍କ ପୁଅ ରାହୁଲ ପାତ୍ର (୧୯)କୁ…

କ୍ରିଷ୍ଣା ବିକାଶ ଗ୍ରୁପର ଅଭୂତପୂର୍ବ ସଫଳତା: ଶିକ୍ଷାନୁଷ୍ଠାନ ପାଇଁ ଗୌରବ ଆଣିଲେ ୬୦ଜଣ ଛାତ୍ରୀଛାତ୍ର

ବରଗଡ଼,୨୬୬(ପ୍ରେମାନନ୍ଦ ଖମାରୀ):ଚଳିତବର୍ଷ ପ୍ରକାଶିତ କମନ୍‌ ୟୁନିଭର୍ସିଟି ଏଣ୍ଟ୍ରାନ୍ସ ଟେଷ୍ଟ(ସିୟୁଇଟି) ପରୀକ୍ଷାରେ କ୍ରିଷ୍ଣା ବିକାଶ ଗ୍ରୁପ ଅନ୍ତର୍ଗତ ବରଗଡ଼ ସହର ଉପକଣ୍ଠ ବିକାଶ ଆବାସିକ ବିଦ୍ୟାଳୟ ଓ ବିକାଶ…

ଆନିମେଟେଡ୍‌ ଚଳଚ୍ଚିତ୍ର ‘ମହାପ୍ରଭୁ ଜଗନ୍ନାଥ’କୁ ନେଇ ବିବାଦ, ଉଦବେଗ ପ୍ରକାଶ କଲେ ଗଜପତି ମହାରାଜା

ଭୁବନେଶ୍ୱର,୨୬।୬(ବନ୍ଦନା ସେଠୀ): ଆନିମେଟେଡ୍‌ ଚଳଚ୍ଚିତ୍ର ‘ମହାପ୍ରଭୁ ଜଗନ୍ନାଥ’କୁ ନେଇ ବିବାଦ ଦେଖାଦେଇଛି। ଭୁବନେଶ୍ୱରସ୍ଥିତ ଏଲି ଆନିମେସନ୍ସ ପ୍ରାଇଭେଟ ଲିମିଟେଡ୍‌ ପକ୍ଷରୁ ନିର୍ମିତ ଏହି ଚଳଚ୍ଚିତ୍ରର ଅଫିସିଆଲ ଟ୍ରେଲର…

କେତନଙ୍କ ହତ୍ୟା ପରେ ସିୟାଙ୍କ କଥା ବଖାଣିଲେ ସିକ୍ୟୁରିଟି ଗାର୍ଡ, ଦେଲେ ବିସ୍ଫୋରକ ବୟାନ

ପୁଣେ, ୨୬।୬: ମହାରାଷ୍ଟ୍ର ଲୋହଗଡ଼ ଦୁର୍ଗରେ ୨୬ ବର୍ଷୀୟ କେତନ ଅଗ୍ରୱାଲଙ୍କ ମୃତ୍ୟୁ ପରର ଘଟଣା ବର୍ଣ୍ଣନା କରିଛନ୍ତି ସିକ୍ୟୁରିଟି ଗାର୍ଡ ଧୀରଜ ଯାଦବ। ସେ କହିଛନ୍ତି…

ସ୍ବାଭାବିକ ହେଲା ହର୍ମୁଜ, ଦିନକରେ ଜାହାଜ ଚଳାଚଳ ଦ୍ୱିଗୁଣିତ

ତହରାନ୍‌,୨୬।୬: ଇରାନ ଓ ଆମେରିକା ମଧ୍ୟରେ ବୁଝାମଣା ପରେ ଇନ୍ଧନ ପରିବହନ ନେଇ ବିଶ୍ୱର ସବୁଠୁ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ଜଳପଥ ହର୍ମୁଜ୍‌ ଷ୍ଟ୍ରେଟ୍‌ ସ୍ବାଭାବିକ ହୋଇଛି। ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri