Posted inଜାତୀୟ

ମଣିପୁର ଲଜ୍ଜା: ରାଷ୍ଟ୍ରୀୟ ମହିଳା ଆୟୋଗଙ୍କ ସଫେଇ

ଇମ୍ଫାଲ,୨୧।୭: ମଣିପୁରରେ ଦୁଇ ଆଦିବାସୀ ମହିଳାଙ୍କୁ ଗଣଦୁଷ୍କର୍ମ କରି ପରେଡ କରିବା ଘଟଣାରେ ସାରା ଦେଶ ଉଠୁଛି ପଡୁଛି। ତେବେ ଏହି ମାମଲାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାର ଅଭିଯୋଗର ସ୍ପଷ୍ଟୀକରଣ ଦେଇଛି ଜାତୀୟ ମହିଳା ଆୟୋଗ। ମହିଳା ଆୟୋଗର ଅଧ୍ୟକ୍ଷ ରେଖା ଶର୍ମା କହିଛନ୍ତି, ମହିଳାମାନଙ୍କ ପ୍ରତି ହେଉଥିବା ହିଂସା ଘଟଣା ସମ୍ପର୍କରେ ଜାଣିବା ପାଇଁ ଆୟୋଗ ଗତ ତିନି ମାସ ମଧ୍ୟରେ ମଣିପୁରର ଅଧିକାରୀଙ୍କ ସହ ତିନିଥର ଯୋଗାଯୋଗ କରିବାକୁ ଚେଷ୍ଟା କରିଛି। କିନ୍ତୁ ଅଧିକାରୀଙ୍କ ତରଫରୁ କୌଣସି ପ୍ରତିକ୍ରିୟା ମିଳିପାରି ନ ଥିଲା। ରେଖା ଶର୍ମା ମଣିପୁର କର୍ତ୍ତୃପକ୍ଷଙ୍କ ନିକଟକୁ ପଠାଯାଇଥିବା ଚିଠିକୁ ମଧ୍ୟ ଶେୟାର କରିଛନ୍ତି। ଏହି ଚିଠିଗୁଡ଼ିକ ମେ ୧୮,୨୯ ଏବଂ ଜୁନ୍‌ ୧୯ରେ ଲେଖାଯାଇଥିଲା।

ସୂଚନାଯୋଗ୍ୟ, ମଣିପୁରର କିଛି ଆଞ୍ଚଳିକ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ ମଣିପୁରରେ ଦୁଇ ମହିଳାଙ୍କୁ ଉଲଗ୍ନ ଅବସ୍ଥାରେ ପରେଡ କରିବା ଘଟଣାକୁ ଜୁନ ୧୨ରେ ଆୟୋଗ ପାଖରେ ଅଭିଯୋଗ ହୋଇଥିଲା। କିନ୍ତୁ ଆୟୋଗ ଏହା ଉପରେ କୌଣସି ପଦକ୍ଷେପ ନେଇ ନ ଥିଲେ। ଏହି ଘଟଣା ମେ ୪ ରେ ଘଟିଥିଲା ଏବଂ ଏହାର ଭିଡିଓ ଜୁଲାଇ ୧୯ରେ ଭାଇରାଲ ହୋଇଛି। ଯାହାକୁ ନେଇ ଦେଶବ୍ୟାପୀ ବିରୋଧ କରାଯାଉଛି। ଏହି ରିପୋର୍ଟଗୁଡିକ ଉପରେ ଜାତୀୟ ମହିଳା ଆୟୋଗ ଅଧ୍ୟକ୍ଷ ରେଖା ଖଣ୍ଡନ କରିଛନ୍ତି। ସେ କହିଛନ୍ତି, ଆୟୋଗଙ୍କୁ ସେପରି କୌଣସି ଅଭିଯୋଗ ଆସିନାହିଁ । ବର୍ତ୍ତମାନ ଭିଡିଓ ଭାଇରାଲ ହେବା ପରେ ଆୟୋଗ ଏନେଇ ସ୍ବତଃ ଭାବେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ।

 


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସ୍ତରୀୟ ବକ୍ଦିଂରେ ସ୍ବର୍ଣ୍ଣ ଜିତି ଜାତୀୟସ୍ତରକୁ ମନୋନୀତ ହେଲେ ମିକି

ଛତ୍ରପୁର,୨ା୧୦(ଦିଲ୍ଲୀପ ସାମଲ): ବ୍ରହ୍ମପୁର ମହାତ୍ମା ଗାନ୍ଧୀ ଷ୍ଟାଡିୟମରେ ସେପ୍ଟେମ୍ବର ୨୯ରୁ ଅକ୍ଟୋବର ୨ ପର୍ଯ୍ୟନ୍ତ ଅନୁଷ୍ଠିତ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ବକ୍ସିଂ ଚାମ୍ପିଅନଶିପ୍‌ରେ ଛତ୍ରପୁର ଅନସ୍ଲୋ…

ବିଭିନ୍ନ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ

ଦାରିଙ୍ଗବାଡ଼ି,୨ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ସରକାରୀ ଓ ବେସରକାରୀ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ, ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକରେ ଶୁକ୍ରବାର…

IND vs PAK: ଡେବ୍ୟୁ ମ୍ୟାଚରେ ପାକିସ୍ତାନର ଖେଳ ବିଗାଡ଼ିବେ ବୈଭବ ସୂର୍ଯ୍ୟବଂଶୀ; ଭାରତୀୟ ଦଳର ଏହି ଖେଳାଳି ଅଛନ୍ତି ଆକ୍ସନରେ!

ନୂଆଦିଲ୍ଲୀ,୨।୧୦: ୨୦୨୬ ଏସୀୟ କ୍ରୀଡ଼ାରେ ଶନିବାର ଦିନଟି ଏପର୍ଯ୍ୟନ୍ତ ସବୁଠାରୁ ରୋମାଞ୍ଚକର ଦିନ ହେବ ବୋଲି ଆଶା କରାଯାଉଛି, କାରଣ ଏହି ଦିନ ଏକ ଉତ୍ତେଜନାପୂର୍ଣ୍ଣ ମୁକାବିଲା…

ରାଜନୀତିରେ ହଲଚଲ: ମମତା ବାନାର୍ଜୀଙ୍କୁ ଖୋଲା ଅଫର ଦେଲା କଂଗ୍ରେସ, କହିଲା-ବାକି ଥିବା ବିଧାୟକ, ସାଂସଦଙ୍କୁ…

ନୂଆଦିଲ୍ଲୀ, ୨।୧୦: ପଶ୍ଚିମବଙ୍ଗ ରାଜନୀତିରେ ନୂଆ ଚର୍ଚ୍ଚା। ତୃଣମୂଳ କଂଗ୍ରେସ (TMC) ମୁଖ୍ୟ ମମତା ବାନାର୍ଜୀଙ୍କୁ କଂଗ୍ରେସକୁ ଫେରିବାକୁ ଖୋଲା ନିମନ୍ତ୍ରଣ ଦେଇଛନ୍ତି କଂଗ୍ରେସ ନେତା ଅଧୀର…

ବ୍ରିଟିଶ ରାଜ ପରିବାରର ଅତିଥି ହେବେ ସୌରଭ ଗାଙ୍ଗୁଲି; ଆରମ୍ଭ ହେଲାଣି ସଜବାଜ

ନୂଆଦିଲ୍ଲୀ,୨।୧୦: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କୁ ବ୍ରିଟିଶ ରାଜ ପରିବାର ପକ୍ଷରୁ ଏକ ଚାରିଟି ମ୍ୟାଚ (ପରୋପକାରୀ ଉଦ୍ଦେଶ୍ୟରେ ଆୟୋଜିତ ମ୍ୟାଚ) ପାଇଁ…

ଉପକୂଳ ପରିବେଶ ସୁରକ୍ଷା ସମ୍ପର୍କିତ ତର୍କ ପ୍ରତିଯୋଗିତା: ସୁନ୍ଦର ପୃଥିବୀ ଗଠନ ପାଇଁ ଛାତ୍ରଛାତ୍ର ନେଲେ ଶପଥ

ମହାକାଳପଡ଼ା,୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସଦରମହକୁମା କିଆରବାଙ୍କସ୍ଥିତ ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟ ସଭାଗୃହରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ଉପକୂଳ…

ବର୍ଷା ପାଇଁ ଯଦି ଭାରତ-ପାକିସ୍ତାନ ଫାଇନାଲ ମ୍ୟାଚ ବାତିଲ ହୋଇଯାଏ, ତେବେ କିଏ ସ୍ବର୍ଣ୍ଣ ପଦକ ପାଇବ? ଜାଣନ୍ତୁ…

ନୂଆଦିଲ୍ଲୀ,୨।୧୦: ୨୦୨୬ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ପାଇଁ ଭାରତ ଓ ପାକିସ୍ତାନ ଦଳ ମୁହାଁମୁହିଁ ହେବାକୁ ଯାଉଛନ୍ତି। ପ୍ରଶଂସକମାନେ ଏହି ଗୁରୁତ୍ୱପୂର୍ଣ୍ଣ ମୁକାବିଲାକୁ ଉତ୍ସାହର ସହ…

FASTag ନିୟମରେ ବଡ଼ ପରିବର୍ତ୍ତନ: ଆଜିଠାରୁ ଲାଗୁ ହେଲା ନୂଆ ବ୍ୟବସ୍ଥା, ଲକ୍ଷ ଲକ୍ଷ ଯାତ୍ରୀଙ୍କ ଉପରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ, ୨।୧୦: ଦେଶରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ହାଇୱେ ଓ ଏକ୍ସପ୍ରେସେୱରେ ଯାତ୍ରା କରୁଛନ୍ତି। ଏଥିପାଇଁ ସେମାନଙ୍କୁ ଟୋଲ ଦେବାକୁ ପଡ଼ିଥାଏ। ଟୋଲ ବ୍ୟବସ୍ଥାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?