Posted inଜାତୀୟ

ମଣିପୁର ଆତଙ୍କବାଦୀ ଆକ୍ରମଣ ପାଇଁ ନିଜକୁ ଦାୟୀ କଲା ଏମ୍‌ଏନ୍‌ପିଏଫ୍‌

ସୁରଜଚାନ୍ଦପୁର,୧୪ ।୧୧: ମଣିପୁରରେ ଶନିବାର ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୭ ଜଣଙ୍କ ମୃତ୍ୟୁ ହୋଇଛି । ଜଣେ କର୍ଣ୍ଣେଲଙ୍କ ସମେତ ୪ ଯବାନ ଶହୀଦ ହୋଇଛନ୍ତି । କର୍ଣ୍ଣେଲଙ୍କ ପରିବାରର ୨ ସଦସ୍ୟଙ୍କର ବି ଏହି ଆକ୍ରମଣରେ ମୃତ୍ୟୁ ହୋଇଛି । ଏହି ଆତଙ୍କବାଦୀ ଆକ୍ରମଣକୁ ନେଇ ସାରା ଦେଶ କ୍ରୋଧ ପ୍ରକାଶ କରିଥିବା ବେଳେ ଏହା ଉପରେ କଡା କାର୍ଯ୍ୟାନୁଷ୍ଠାନ ଦାବି କରାଯାଉଛି । ଏହାରି ଭିତରେ ଏବେ ମଣିପୁର ନାଗା ପିପୁଲ୍ସ ଫ୍ରଣ୍ଟ(ଏମ୍‌ଏନ୍‌ପିଏଫ୍‌)ଏହି ଆକ୍ରମଣ ପାଇଁ ନିଜକୁ ଦାୟୀ କରିଛି । ଏହାପରେ ଏକ ନୋଟ୍ ଜାରି କରି ଶନିବାର ଘଟଣା ସମ୍ପର୍କରେ ବିସ୍ତୃତ ଭାବେ ଉଲ୍ଲେଖ କରାଯାଇଛି । ଏମ୍‌ଏନ୍‌ପିଏଫ୍ କହିଛି ଯେ ଆକ୍ରମଣ ସମୟରେ ଗ୍ରୁପରେ କର୍ଣ୍ଣେଲଙ୍କ ପତ୍ନୀ ଓ ପୁଅ ଥିଲେ ବୋଲି ଆମକୁ ଜଣା ନ ଥିଲା । ଏହାପରେ ନୋଟରେ ଯବାନଙ୍କୁ ପରାମର୍ଶ ଦିଆଯାଇଛି କି ସମ୍ବେଦନଶୀଳ ଅଞ୍ଚଳକୁ ପରିବାର ସହ ଆସନ୍ତୁ ନାହିଁ । ଯେଉଁ ଅଞ୍ଚଳକୁ ସରକାର ସୁରକ୍ଷା ଦୃଷ୍ଟିରୁ ସମ୍ବେଦନଶୀଳ ବୋଲି କହୁଛନ୍ତି ସେଠାରେ ପରିବାର ସହ ରହିବା ଠିକ୍ ନୁହେଁ । ସୂଚନାଯୋଗ୍ୟ, ମଣିପୁର ମୁଖ୍ୟମନ୍ତ୍ରୀ ଏନ୍‌.ବିରେନ ସିଂ ଘଟଣାର କଡା ନିନ୍ଦା କରିବା ସହ ଦୋଷୀଙ୍କୁ କଠୋର ଦଣ୍ଡ ଦିଆଯିବ ବୋଲି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

ଦୁଇ ପୁଅଙ୍କ ପାଇଁ ଏତିକି ଟଙ୍କାର ସମ୍ପତ୍ତି ରଖିଛନ୍ତି ଭାରତୀ ସିଂ, ସ୍ବାମୀଙ୍କ ହର୍ଷଙ୍କ ପାଖରେ ଅଛି…

ମୁମ୍ବାଇ,୨୦ା୧୨: କମେଡି କୁଇନ୍‌ ଭାରତୀ ସିଂଙ୍କ ଘରେ ପୁଣି ଥରେ ହସ ଫୁଟିଛି। ଏହି କମେଡି କୁଇନ୍‌ ଜଣେ ଛୋଟ ରାଜକୁମାରଙ୍କ ମା’ ହୋଇଛନ୍ତି। ଭାରତୀ...

୭୫୩ ଦିନ ପରେ ସରିଲା ବନବାସ, ଟିମ୍‌ ଇଣ୍ଡିଆ ପାଇଁ କେମିତି ଚୟନ ହେଲେ ଇଶାନ କିଶନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୦।୧୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ୱିକେଟକିପର-ବ୍ୟାଟ୍ସମ୍ୟାନ ଇଶାନ କିଶାନ ଦୁଇ ବର୍ଷ ପରେ ଦଳକୁ ଫେରିଛନ୍ତି। ଇଶାନ...

ଶୋଇଥିବା ଅବସ୍ଥାରେ ବୃଦ୍ଧଙ୍କୁ ହତ୍ୟା କରି ରେଳଧାରଣା କଡ଼ରେ ଫିଙ୍ଗିଥିଲେ ୨ ଅଭିଯୁକ୍ତ: ୧୪ ବର୍ଷ ପରେ ଆସିଲା ବଡ଼ ରାୟ…

ଖୋର୍ଦ୍ଧା,୨୦ା୧୨(ପ୍ରଭାତ ପାଣିଗ୍ରାହୀ): ଟାଙ୍ଗୀ ଥାନା ଅନ୍ତର୍ଗତ ହଳଦିଆପାଟଣା ଗ୍ରାମର ବୃନ୍ଦାବନ ରାଉତ ହତ୍ୟାକାଣ୍ଡ ମାମଲାର ରାୟ ଦୀର୍ଘ ୧୪ ବର୍ଷ ପରେ ପ୍ରକାଶ ପାଇଛି। ଏହି...

ଶୁବମନ ଗିଲ ଆଉଟ ହେବା ପରେ ବଡ଼ ସମସ୍ୟାର ହେଲା ସମାଧାନ!

ନୂଆଦିଲ୍ଲୀ,୨୦।୧୨: ଶନିବାର ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଜାନୁଆରୀରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳି...

କଳାହାଣ୍ଡିରେ ମନ୍ଥର ଗତିରେ ଚାଲିଛି ଧାନକିଣା

ଭବାନୀପାଟଣା,୨୦।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଧାନର ଅଭାବୀ ବିକ୍ରି ଦେଖିବାକୁ ମିଳିଛି। ଜିଲାରେ ଗତ ନଭେମ୍ବର ୨୯ରୁ ଖରିଫ ଧାନ ପାଇଁ ମଣ୍ଡି ଶୁଭାରମ୍ଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri