Posted inଜାତୀୟ

ମଣିପୁର ହିଂସା: ୧୪ହଜାର ସ୍କୁଲ ପିଲା ବିସ୍ଥାପିତ

ନୂଆଦିଲ୍ଲୀ,୩।୮: ଗତ ପ୍ରାୟ ୩ ମାସ ଧରି ମଣିପୁରରେ ସୃଷ୍ଟ ହିଂସାରେ ପ୍ରାୟ ୧୪ହଜାର ସ୍କୁଲ ପିଲା ବିସ୍ତାପିତ ହୋଇଛନ୍ତି। ଏଥିମଧ୍ୟରୁ ୯୩ପ୍ରତିଶତ ପିଲାଙ୍କୁ ନିକଟସ୍ଥ ବିଦ୍ୟାଳୟକୁ ସ୍ଥାନାନ୍ତର କରାଯାଇଥିବା କେନ୍ଦ୍ର ଶିକ୍ଷା ରାଷ୍ଟ୍ର ମନ୍ତ୍ରୀ ଅର୍ନ୍ନପୂର୍ଣ୍ଣା ଦେବୀ ବୁଧବାର ରାଜ୍ୟ ସଭାରେ ବିବୃତି ରଖିଛନ୍ତି। ଗୃହରେ ଦିଆଯାଇଥିବା ସୂଚନା ଅନୁସାରେ ହିଂସା ଯୋଗୁ ମୋଟ ୧୪,୭୬୩ ସ୍କୁଲ ଯାଉଥିବା ପିଲା ପାଠପଢ଼ାରୁ ବଞ୍ଚତ୍ତ ହୋଇଛନ୍ତି। ସେମାନେ ବିଭିନ୍ନ ରିଲିଫ୍‌ କ୍ୟାମ୍ପରେ ଆଶ୍ରୟ ନେଇଥିବାବେଳେ ସେମାନଙ୍କୁ ଚିହ୍ନଟ କରିବା ପାଇଁ ପ୍ରତ୍ୟେକ କ୍ୟାମ୍ପରେ ଜଣେ ଜଣେ ନୋଡାଲ୍‌ ଅଫିସରଙ୍କୁ ନିଯୁକ୍ତସ୍‌ କରାଯାଇଛି। ନୋଡାଲ୍‌ ଅଫିସରମାନେ ବିସ୍ଥାପିତ ପିଲାମାନଙ୍କୁ ଚିହ୍ନଟ କ ରି ନିକଟସ୍ଥ ବିଦ୍ୟାଳୟଗୁଡ଼ିକରେ ମାଗଣାରେ ନାମ ଲେଖାଇବା ସହ ସେମାନଙ୍କ ପାଠପଢ଼ା କିପରି ଠିକ୍‌ ଭାବେ ହୋଇପାରିବ ସେନେଇ ନିଶ୍ଚିତ କରାଉଛନ୍ତି ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।

ପ୍ରକାଶ ଯେ, ଉତ୍ତର ପୂର୍ବାଞ୍ଚଳ ରାଜ୍ୟ ମଣିପୁରରେ ମେଇତି ଏବଂ କୁୁକି-ଜି ସମ୍ପ୍ରଦାୟ ମଧ୍ୟରେ ଗତ ଅଢ଼େଇ ମାସରୁ ଊର୍ଦ୍ଧ୍ୱ ସମୟ ଧରି ବିବାଦ ଲାଗିରହିଛି। ରାଜ୍ୟରେ ଜାତିଆଣ ଏବଂ ଯୌନହିଂସା ଉଗ୍ରରୂପ ଧାରଣ କରିଛି। ରାଜ୍ୟରେ ସଂଖ୍ୟାଗରିଷ୍ଠ ମେଇତି ସମ୍ପ୍ରଦାୟକୁ ତଫସିଲ୍‌ଭୁକ୍ତ ଜନଜାତି ବର୍ଗ(ଏସ୍‌ଟି)ରେ ସାମିଲ କରିବା ଦାବି ବିରୋଧରେ ଗତ ମେ’ ୩ ତାରିଖରେ ‘ଟ୍ରାଇବାଲ୍‌ ସଲିଡାରିଟି ମାର୍ଚ୍ଚ’ ଆନ୍ଦୋଳନ ଡାକରା ଦିଆଯାଇଥିଲା। ଏହି ସମୟରେ ହିଂସା ସ୍ଥିତି ସୃଷ୍ଟି ହୋଇଥିଲା। ଏପରି କି ଏହାର ଗୋଟେ ଦିନ ପରେ କୁକି-ଜି ସମ୍ପ୍ରଦାୟର ୨ଜଣ ମହିଳାଙ୍କୁ ବଳାତ୍କାର ପରେ ଉଲଗ୍ନ କରାଯାଇ ରାସ୍ତାରେ ଚଲାଯାଇଥିଲା। ହିଂସା ଯୋଗୁ ରାଜ୍ୟରେ ଏଯାବତ୍‌ ୧୬୦ ଲୋକ ପ୍ରାଣ ହରାଇଥିବାବେଳେ ଶତାଧିକ ଲୋକ ଆହତ ହୋଇ ଜୀବନ ସହ ସଂଗ୍ରାମ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତାରୋକ

ଖୋର୍ଦ୍ଧା,୭।୨(ପ୍ରଭାତ ପାଣିଗ୍ରାହୀ): ଦନ୍ତା ହାତୀ ନେଲା ଜଣେ ଯୁବକଙ୍କ ଜୀବନ। ଦନ୍ତାହାତୀ ଆକ୍ରମଣରେ ମୃତ୍ୟୁ ହୋଇଥିବା ଯୁବକ ହେଲେ ଖଡିପଦର ଗ୍ରାମର ଶଙ୍କର ରାଉତରାୟ ବୋଲି ଜଣାପଡିଥିବା।…

Jasprit Bumrah: ଟିମ୍ ଇଣ୍ଡିଆକୁ ଆଉ ଏକ ଝଟକା, ପ୍ରଥମ ମ୍ୟାଚରୁ ଜସପ୍ରିତ ବୁମରା ବାଦ!

ନୂଆଦିଲ୍ଲୀ,୭।୨: ୨୦୨୬ ଟି-୨୦ ବିଶ୍ୱକପ୍ ଆରମ୍ଭ ନହେଉଣୁ ଟିମ୍ ଇଣ୍ଡିଆକୁ ଝଟକା ଲାଗିଛି । ବିଶ୍ୱକପ୍ ଆରମ୍ଭ ହେବାର ଗୋଟିଏ ଦିନ ପୂର୍ବରୁ ଯୁବ ଦ୍ରୁତ ବୋଲର…

BCCI ସେଣ୍ଟ୍ରାଲ୍‌ କଣ୍ଟ୍ରାକ୍ଟରେ ସର୍ବାଧିକ ଦରମା ପାଇବେ ଏହି ୩ ଖେଳାଳି: ତଳକୁ ଖସିବେ ରୋହିତ-କୋହଲି

ନୂଆଦିଲ୍ଲୀ,୭।୨: ଭାରତୀୟ କ୍ରିକେଟ ଦଳର ତାରକାମାନେ ଏହି ବର୍ଷ କେତେ ଟଙ୍କା ପାଇବେ ତାହା ସ୍ଥିର ହୋଇସାରିଛି। ସବୁଦିନ ପରି ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI)…

ଆଉ U19 ବିଶ୍ୱକପରେ ଖେଳିପାରିବେ ନାହିଁ ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ ଆଶ୍ଚର୍ଯ୍ୟଜନକ କାରଣ

ନୂଆଦିଲ୍ଲୀ,୭।୨: ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ୨୦୨୬ର ୧୯ ବର୍ଷରୁ କମ ବିଶ୍ୱକପରେ ଇତିହାସ ରଚିଥିଲେ। ଫାଇନାଲରେ ୮୦ ବଲ ରୁ ୧୭୫ ରନ କରି ଭାରତକୁ…

ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଲେ ମୋଦି, କହିଲେ…

ନୂଆଦିଲ୍ଲୀ,୭।୨: ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ ଗୁରୁବାର କହିଛନ୍ତି ଯେ ଭାରତ ଏବଂ ଆମେରିକା ମାର୍ଚ୍ଚ ମାସରେ ଏକ ବହୁ ପ୍ରତୀକ୍ଷିତ ଦ୍ୱିପାକ୍ଷିକ ବାଣିଜ୍ୟ…

ଟାରିଫ୍‌ ହ୍ରାସ ଦ୍ୱାରା ଉଭୟ ଦେଶ କ’ଣ ଫାଇଦା ପାଇବେ? ବୁଝନ୍ତୁ ପୂରା ଗଣିତ…

ନୂଆଦିଲ୍ଲୀ,୭।୨: ଭାରତ ଏବଂ ଆମେରିକା ପାରସ୍ପରିକ ବାଣିଜ୍ୟକୁ ସୁଦୃଢ଼ କରିବା ଦିଗରେ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଉଭୟ ଦେଶ ଏକ ଅନ୍ତରୀଣ ବାଣିଜ୍ୟ ଚୁକ୍ତିନାମା ପାଇଁ…

ହୋମଗାର୍ଡ ପରୀକ୍ଷାବେଳେ ଯୁବକ ଗୁରୁତର: ଗଞ୍ଜାମର ୪ ସ୍ଥାନରେ ଚାଲିଛି ପରୀକ୍ଷା

ଭଞ୍ଜନଗର,୭।୨(ବାବୁଲା ପ୍ରଧାନ): ଗଞ୍ଜାମ ପୋଲିସ ଜିଲା ପକ୍ଷରୁ ଶନିବାର ଖାଲିଥିବା ୧୩୫ ଟି ଗୃହରକ୍ଷୀ (ହୋମଗାର୍ଡ) ପଦବୀ ପୂରଣ ପାଇଁ ବିଭିନ୍ନ କେନ୍ଦ୍ରରେ ସାଧାରଣ ଡ୍ୟୁଟି ପାଇଁ…

ରୁଷିଆ ତେଲ କ୍ରୟ ଉପରେ ହଟିଲା ଟାରିଫ, ଭାରତ -ଆମେରିକା ମଧ୍ୟରେ ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତି ଜାରି

ନୂଆଦିଲ୍ଲୀ,୭।୨: ଆମେରିକା ଏବଂ ଭାରତ ଏକ ମଧ୍ୟବର୍ତ୍ତୀ ବାଣିଜ୍ୟ ଚୁକ୍ତିନାମା ପାଇଁ ଶୁକ୍ରବାର ଢାଞ୍ଚା ପ୍ରକାଶ କରିଛନ୍ତି। ଏହି ଚୁକ୍ତିନାମା ଦୁଇ ଦେଶ ମଧ୍ୟରେ ଏକ ବ୍ୟାପକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri