Posted inଜାତୀୟ

ମଣିପୁର ହିଂସା: ଜୋରାମଥାଙ୍ଗାଙ୍କୁ ଫୋନ କଲେ ବିରେନ ସିଂ…

ଇମ୍ଫାଲ/ଆଇଜଲ,୧୮।୬ : ମଣିପୁରରେ ଚାଲିଥିବା ହିଂସା ସମ୍ପର୍କରେ ମଣିପୁର ମୁଖ୍ୟମନ୍ତ୍ରୀ ଏନ ବିରେନ ସିଂ ରବିବାର ମିଜୋରାମ ମୁଖ୍ୟମନ୍ତ୍ରୀ ଜୋରାମଥାଙ୍ଗାଙ୍କ ସହ ଫୋନରେ କଥା ହୋଇଛନ୍ତି। କଥାବାର୍ତ୍ତା ସମୟରେ ବିରେନ ସିଂ ଜୋରାମଥାଙ୍ଗାଙ୍କ ସହାୟତା ଲୋଡିଛନ୍ତି। ଏହି ସମସ୍ୟାର ସମାଧାନ ପାଇଁ ଉଭୟ ରାଜ୍ୟ ମଧ୍ୟରେ ଶାନ୍ତିପୂର୍ଣ୍ଣ ସହଭାଗିତା ରହିବ ବୋଲି ସେ ଅନୁରୋଧ କରିଛନ୍ତି।

ମିଜୋରାମ ସିଏମ ଜୋରାମଥାଙ୍ଗା ଟୁଇଟ କରି କହିଛନ୍ତି ମଣିପୁର ମୁଖ୍ୟମନ୍ତ୍ରୀ ଏନ ବିରେନ ସିଂ ମଧ୍ୟାହ୍ନ ସାଢ଼େ ୧୨ଟାରେ ମୋ ସହ ଫୋନରେ କଥା ହୋଇଥିଲେ। ମଣିପୁରରେ ଚାଲିଥିବା ହିଂସା ବିଷୟରେ ଏହି ସମସ୍ୟାର ସମାଧାନ ପାଇଁ ମୋର ସାହାଯ୍ୟ ଲୋଡିଛନ୍ତି। ଶାନ୍ତିପୂର୍ଣ୍ଣ ଭାବରେ ଏହି ପ୍ରସଙ୍ଗର ସମାଧାନ ଉପରେ ସେ ଗୁରୁତତ୍ୱାରୋପ କରିଛନ୍ତି। ମିଜୋରାମର ମେତାଇ ସମ୍ପ୍ରଦାୟଙ୍କର ସମସ୍ୟାକୁ ଶାନ୍ତିପୂର୍ଣ୍ଣ ଭାବରେ ସମାଧାନ କରିବା ପାଇଁ ଉପାୟ ଏବଂ ପଦକ୍ଷେପ ନେବାକୁ ସେ ଅନୁରୋଧ କରିଛନ୍ତି। ମୁଁ ମଣିପୁରର ମୁଖ୍ୟମନ୍ତ୍ରୀଙ୍କୁ ଆଶ୍ୱାସନା ଦେଇ କହିଛି ମିଜୋରାମ ସରକାର ଚାଲିଥିବା ହିଂସାକୁ ନେଇ ଦୁଃଖ ପ୍ରକାଶ କରୁଛନ୍ତି ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ଆମେ କିଛି ପଦକ୍ଷେପ ନେଇଛୁ।

ଜୋରାମଥାଙ୍ଗା ତାଙ୍କ ଟୁଇଟରେ କହିଛନ୍ତି ମଣିପୁର ରାଜ୍ୟ ସରକାର ଏବଂ କେନ୍ଦ୍ର ସରକାର ନେଇଥିବା ପଦକ୍ଷେପକୁ ଆମେ ସମର୍ଥନ କରୁଛୁ। ମୁଁ ମଣିପୁରର ମୁଖ୍ୟମନ୍ତ୍ରୀଙ୍କୁ ମଧ୍ୟ ଜଣାଇଛି ଆମେ ମିଜୋରାମର ଲୋକମାନେ ମେତାଇ ସମ୍ପ୍ରଦାୟଙ୍କ ପ୍ରତି ସହାନୁଭୂତି ଦେଖାଉଛୁ ଏବଂ ଆମର ସରକାର ଓ ଏନଜିଓମାନେ ଶାନ୍ତି ତଥା ନିରାପତ୍ତା ପାଇଁ ପଦକ୍ଷେପ ନେଇଛନ୍ତି। ସେମାନଙ୍କର ଭୟ କରିବାର କିଛି ନାହିଁ। ସେମାନଙ୍କର ସୁରକ୍ଷା ଏବଂ ନିରାପତ୍ତାକୁ ପ୍ରୋତ୍ସାହିତ କରିବା ପାଇଁ ଆମେ ସବୁବେଳେ ସେମାନଙ୍କ ପାଖରେ ଛିଡା ହୋଇଛୁ।


Enter your email to get our daily news in your inbox.

All Right Reserved By Dharitri.Com

କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହେଲା ଯୁକ୍ତ ୨ ପରୀକ୍ଷା

ଭଞ୍ଜନଗର,୧୮ା୨(ବାବୁଲା ପ୍ରଧାନ): ବୁଧବାରଠାରୁ ରାଜ୍ୟରେ +୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ବାର୍ଷିକ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନ ମାତୃଭାଷା ଓଡ଼ିଆ ପରୀକ୍ଷା ଦେଉଛନ୍ତି…

ଭବାନୀପାଟଣା ସହରରେ ଫୁଟିଲା ଗୁଳି

ଭବାନୀପାଟଣା,୧୮ା୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ବିବିସିପଡ଼ା ହନୁମାନ ମନ୍ଦିର ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଗୁଳିକାଣ୍ଡ ହୋଇଛି। ସାମାନ୍ୟ ବଚସାରୁ ଜଣେ ମଦ୍ୟପ…

ହବ୍‌ରୁ ପରୀକ୍ଷା କେନ୍ଦ୍ରକୁ ଗଲା ପ୍ରଶ୍ନପତ୍ର, କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହେବ ପରୀକ୍ଷା

ଭଞ୍ଜନଗର,୧୮ା୨((ବାବୁଲା ପ୍ରଧାନ): ବୁଧବାରଠାରୁ ରାଜ୍ୟରେ +୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ବାର୍ଷିକ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନ ବିଜ୍ଞାନ ଛାତ୍ରୀଛାତ୍ରଙ୍କ ମାତୃଭାଷା ଓଡ଼ିଆ…

ଏଇ ଭାରତରେ

ଭାରତରେ ଜଳ ସଙ୍କଟ ବିଷୟ ଆଲୋଚନା କଲାବେଳେ ମହାରାଷ୍ଟ୍ର ଲାଟୁର ଜିଲା ସ୍ଥିତି ସାମ୍ନାକୁ ଆସେ। ତେବେ ଏହି ଜିଲାର ବଂଶଓ୍ବାରଗ୍ରାମର ଗ୍ରାମବାସୀ ଜଳସଙ୍କଟ ଦୂର କରିବାରେ…

ରୋଜଗାରିଆ ଝିଅ ଓ ବେକାର ପୁଅ

ପୁରୁଷ ଓ ନାରୀ ଭଗବାନଙ୍କର ଏକ ଅନବଦ୍ୟ ସୃଷ୍ଟି। ପୁରୁଷ ଜନ୍ମ ନିଏ ନାରୀଠାରୁ ପୁଣି ବିନା ପୁରୁଷରେ ନାରୀର ଜନ୍ମ ଅସମ୍ଭବ। କି ଅଦ୍ଭୁତ ସମନ୍ବୟ।…

ପରିମାଣାତ୍ମକ ନା ଗୁଣାତ୍ମକ ଶିକ୍ଷା

ଥରେ ଜଣେ ରାଜନେତାଙ୍କ ସହିତ ସାକ୍ଷାତ ହେଲା। ପୂର୍ବତନ ଲୋକ ସଭା ସାଂସଦ। ବର୍ତ୍ତମାନର ସରକାରୀ ଦଳର ସେ ଜଣେ ପ୍ରତିଷ୍ଠିତ ନେତା। ବିଭିନ୍ନ ସଭା ସମିତିରେ…

ଯେତିକି ପାରିବ ସେତିକି

ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ବା କୃତ୍ରିମ ବୁଦ୍ଧିମତ୍ତା ଏବେ ମଣିଷର ପ୍ରତିଟି ପଦକ୍ଷେପକୁ ପରିଚାଳନା କଲାଣି। ପରିବେଶ ପରିସଂସ୍ଥାନକୁ ଇକୋସିଷ୍ଟମ ବୋଲି କହିଥାଉ। ଏବେ ଏଆଇ ଇକୋସିଷ୍ଟମ…

ପାଠ ପଢ଼ାଇଲେ, ଆଡ୍‌ମିଟ୍‌ କାର୍ଡ ଦେଲେନି: ସିବିଏସ୍‌ଇ ୧୦ମ ପରୀକ୍ଷାରୁ ଛାତ୍ର ବଞ୍ଚିତ

ପାରଳାଖେମୁଣ୍ଡି,୧୮ା୨ (ଗିରିଧାରୀ ପରିଚ୍ଛା):ସିବିଏସ୍‌ଇ ମାଟ୍ରିକ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ହେଲେ ଏକ ଘରୋଇ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଅବହେଳାରୁ ଗଜପତି ଜିଲା କାଶୀନଗରରେ ଜଣେ ଛାତ୍ର ପରୀକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri